ତାଲିମ ପାଇଁ ସିଙ୍ଗାପୁର ଗଲେ ୨୪ ବିଦ୍ୟାର୍ଥୀ

ଭୁବନେଶ୍ୱର, ୧୪ା୧(ବ୍ୟୁରୋ): ଓଡ଼ିଶାରେ ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ୨୪ଜଣ ଉତ୍ତୀର୍ଣ୍ଣ ବିଦ୍ୟାର୍ଥୀଙ୍କୁ ଶିକ୍ଷାନବିସ ତାଲିମ୍‌ ପାଇଁ ସିଙ୍ଗାପୁର ପଠାଯାଇଛି। ଶୁକ୍ରବାର ସେମାନେ ସିଙ୍ଗାପୁର ଯାତ୍ରା କରିଛନ୍ତି। ଯାତ୍ରା ପୂର୍ବରୁ ଶିକ୍ଷାର୍ଥୀଙ୍କୁ ମଧ୍ୟ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଗୋଟିଏ ସପ୍ତାହ ବ୍ୟାପୀ ଶିକ୍ଷଣ ପ୍ରଦାନ କରାଯାଇଛି। ୬ମାସ ରହଣି ମଧ୍ୟରେ ଶିକ୍ଷାନବିସମାନେ ସିଙ୍ଗାପୁରର ବୈଷୟିକ ଶିକ୍ଷା ସେବା ପ୍ରତିଷ୍ଠାନ (ଆଇଟିଇଇଏସ୍‌)ରେ ରହି ବିଭିନ୍ନ ଖ୍ୟାତିସମ୍ପନ୍ନ କମ୍ପାନୀଗୁଡ଼ିକରେ ତାଲିମ୍‌ ନେବେ। ସେମାନଙ୍କୁ ମାସିକ ୮୦୦ ସିଙ୍ଗାପୁର ଡଲାର ଷ୍ଟାଇପେଣ୍ଡ୍‌ ଭାବରେ ଦିଆଯିବ। ତାଲିମ୍‌ ଶେଷ ହେବା ପରେ ସେମାନେ ପ୍ରଦର୍ଶନ ଭିତ୍ତିରେ ସିଙ୍ଗାପୁରରେ ଥିବା ବିଭିନ୍ନ ଅନ୍ତର୍ଜାତୀୟ କମ୍ପାନୀରେ ନିୟୋଜିତ ହେବେ।
ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ବିଶ୍ୱ ଦକ୍ଷତା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଳକା ମିଶ୍ର, କେନ୍ଦ୍ରର ଅଧ୍ୟକ୍ଷ ସଂଗରଣ ଗୋପାଳଙ୍କ ସମେତ ଅନ୍ୟାନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଉତ୍ତମ ପ୍ରଦର୍ଶନ କରିଥିବା ସ୍ନାତକମାନଙ୍କୁ ସିଙ୍ଗାପୁରରେ କାର୍ଯ୍ୟ କରିବା ଜରିଆରେ ବିଶ୍ୱସ୍ତରୀୟ ପରିଚିତି ଦେବା ଏହି ତାଲିମ୍‌ କାର୍ଯ୍ୟକ୍ରମର ପ୍ରମୁଖ ଆଭିମୁଖ୍ୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍‌ଦର୍ଶନ ‘ଓଡ଼ିଶାରେ ଦକ୍ଷ ବିଶ୍ୱସ୍ତରୀୟ ହେବେ’ ଉପକ୍ରମରେ ଏହି କାର୍ଯ୍ୟକ୍ରମ ସଫଳ ହେବାକୁ ଯାଉଛି ବୋଲି ସେମାନେ ମତ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଗତ ନଭେମ୍ବର ୩୦ରୁ ୪ ଡିସେମ୍ବର ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ମେକ୍‌-ଇନ୍‌-ଓଡ଼ିଶା ମହାସମ୍ମିଳନୀରେ ବିଶ୍ୱ ଦକ୍ଷତା କେନ୍ଦ୍ର ଓ ସିଙ୍ଗାପୁରର ବୈଷୟିକ ସେବା ପ୍ରତିଷ୍ଠାନ ମଧ୍ୟରେ ସ୍ବାକ୍ଷରିତ ରାଜିନାମାରେ ତାଲିମ୍‌ ପାଇଁ ସିଙ୍ଗାପୁର ଯାତ୍ରା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri