ଅର୍ଚ୍ଚନାଙ୍କ ବିରୋଧରେ ୨୪ଶହ ପୃଷ୍ଠାର ଚାର୍ଜଶିଟ୍‌

ଭୁବନେଶ୍ୱର,୩ା୨(ବ୍ୟୁରୋ):ବଡ଼ବଡ଼ିଆଙ୍କୁ ହନିଟ୍ରାପ୍‌ରେ ଫସାଇ ଟଙ୍କା ହଡ଼ପ ଅଭିଯୋଗରେ ବହୁଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ସହଯୋଗୀ ଖଗେଶ୍ୱର ବେହେରା ଦୀର୍ଘଦିନ ହେବ ଝାରପଡ଼ା ଜେଲରେ ଦିନ କାଟୁଛନ୍ତି। ବର୍ତ୍ତମାନ ଘଟଣାର ବେଆଇନ ଅର୍ଥ କାରବାର ଦିଗକୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଜାରି ରଖିଛି। ଏପଟେ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ଅଭିଯୋଗ ଆଧାରରେ ଖଣ୍ଡଗିରି ଥାନାରେ ରୁଜୁ ହୋଇଥିବା ମାମଲା (ନଂ.୪୯୬/୨୦୨୨)ରେ ଗୁରୁବାର ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ବିରୋଧରେ ପୋଲିସ କୋର୍ଟରେ ପ୍ରାୟ ୨୪ଶହ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଛି। ଏଥିରେ ଘଟଣାସ୍ଥଳର ପ୍ରମାଣ, ଏକାଧିକ ସାକ୍ଷୀଙ୍କ ବୟାନ, ଫୋରେନ୍‌ସିକ୍‌ ପ୍ରମାଣ, ସିଡିଆର୍‌ (କଲ୍‌ ଡିଟେଲ୍ସ ରିପୋର୍ଟ) ଆନାଲିସିସ୍‌, ବ୍ୟାଙ୍କ ଟ୍ରାଞ୍ଜାକ୍ସନ୍‌ ତଥ୍ୟାବଳୀ, ହ୍ବାଟ୍‌ସଆପ୍‌ ଚାଟ୍‌ ଆଦି ପ୍ରମାଣ ରହିଛି। ତେବେ ଏଫ୍‌ଆଇଆର୍‌ରେ ୧୬ଟି ଦଫା ଲଗାଯାଇଥିବାବେଳେ ଏଥିରୁ ଆଇପିସି ଦଫା ୪୧୯ ଓ ୪୬୫ ସଂକ୍ରାନ୍ତରେ ପ୍ରମାଣ ମିଳି ନ ଥିବାରୁ ଏହି ଦୁଇଟି ଦଫାକୁ ପୋଲିସ ଚାର୍ଜଶିଟ୍‌ରେ କାଟି ଦେଇଛି। ହେଲେ ଅଧିକ ପ୍ରମାଣ ଯୋଗାଡ଼ ପାଇଁ ତଦନ୍ତକୁ ଖୋଲା ରଖାଯାଇଥିବା ଖଣ୍ଡଗିରି ଥାନାଧିକାରୀ ଦୟାନିଧି ନାୟକ କହିଛନ୍ତି। ଅନ୍ୟପକ୍ଷରେ ମାମଲାର ପ୍ରଥମ ପର୍ଯ୍ୟାୟରେ ଖଗେଶ୍ୱର ଅଭିଯୁକ୍ତ ଥିଲେ ମଧ୍ୟ ପୋଲିସ କୌଣସି ପ୍ରମାଣ ନ ପାଇବାରୁ ତାଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିନାହିଁ। ଖଗେଶ୍ୱରଙ୍କ ବିରୋଧରେ ପ୍ରମାଣ ଯୋଗାଡ଼ ନ କରିପାରିବା ପୋଲିସର ତଦନ୍ତକୁ ନେଇ ପ୍ରଶ୍ନ ଉଠିଛି। ସେପଟେ ଇଡି ଖଗେଶ୍ୱରଙ୍କ ବିରୋଧରେ ବଳିଷ୍ଠ ପ୍ରମାଣ ପାଇ ନ ଥିବାରୁ ସେ ଖୁବଶ୍ରୀଘ୍ର ଜେଲରୁ ବାହାରିପାରନ୍ତି ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ସିନେ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ଅଭିଯୋଗ ଆଧରରେ ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳିଙ୍କ ନାମରେ ନୟାପଲ୍ଲୀ ଥାନାରେ ହୋଇଥିବା ମାମଲା (ନଂ.୬୪୬/୨୦୨୨)ରେ କମିଶନରେଟ ପୋଲିସ ଗତ ଡିସେମ୍ବର ୨୩ରୁ କୋର୍ଟରେ ୫୦୧ ପୃଷ୍ଠା ସମ୍ବଳିତ ଏକ ଚାର୍ଜଶିଟ୍‌ ଦାଖଲ କରିଛି।
ଶ୍ରଦ୍ଧାଞ୍ଜଳିଙ୍କ ଜରିଆରେ ଅର୍ଚ୍ଚନା ବ୍ଲାକ୍‌ମେଲ କରି ଧମକ ଦେବା ସହ ଟଙ୍କା ମାଗୁଥିବା ଅକ୍ଷୟ ସେପ୍ଟେମ୍ବର ୩୦ରେ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳିଙ୍କୁ ଅଭିଯୁକ୍ତ ଦର୍ଶାଇଥିଲା। ସେପଟେ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱର ନିଶା ଦେଇ ନଗ୍ନ ଭିଡିଓ କରିବା ପରେ ବ୍ଲାକ୍‌ମେଲ୍‌ କରି ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫଶାଇବାକୁ ବାଧ୍ୟ କରୁଥିଲେ ବୋଲି ଶ୍ରଦ୍ଧାଞ୍ଜଳି ଖଣ୍ଡଗିରି ଥାନାରେ ଅକ୍ଟୋବର ୨ରେ ଅଭିଯୋଗ କରିଥିଲେ। ପୋଲିସ ଅକ୍ଟୋବର ୬ରେ ଅର୍ଚ୍ଚନା ଏବଂ ପରେ ଜଗବନ୍ଧୁଙ୍କୁ ଗିରଫ କରିଥିଲା। ସେହିପରି ବେଆଇନ ଅର୍ଥ କାରବାର ଅଭିଯୋଗରେ ଇଡି ନଭେମ୍ବର ୧୧ରେ ଖଗେଶ୍ୱରଙ୍କୁ ଗିରଫ କରିବା ସହ ଜେଲରେ ଥିବା ଅର୍ଚ୍ଚନାଙ୍କୁ ଡିସେମ୍ବର ୧୩ ଓ ଜଗବନ୍ଧୁଙ୍କୁ ଡିସେମ୍ବର ୨୩ରେ ରିମାଣ୍ଡରେ ଆଣି ଗିରଫ ଦର୍ଶାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri