ପୂର୍ବତଟ ରେଳପଥରେ ୨୪୧.୫୧ ଏମ୍‌ଟି ପଣ୍ୟ କାରବାର

ଭୁବନେଶ୍ୱର,୩।୪: ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ୍‌ ପୂର୍ବତଟ ରେଳପଥ ୨୦୨୨-୨୩ ଆର୍ଥିକବର୍ଷର ପଣ୍ୟ ପରିବହନରେ ଏକ ନୂତନ ରେକର୍ଡ ସ୍ଥାପନ କରିଛି। ଏପରିକି ରେଳପଥ ଲକ୍ଷ୍ୟଧାର୍ଯ୍ୟଠାରୁ ଅଧିକ ୨୪୧.୫୧ ମିଲିଅନ ଟନ୍‌ ପଣ୍ୟ ପରିବହନ କରିଛି। ସେହିଭଳି ପୂର୍ବତଟ ରେଳପଥ ୨୦୨୧-୨୨ ବର୍ଷ ତୁଳନାରେ ୨୦୨୨-୨୩ ବର୍ଷରେ ୯.୩୭ ମିଲିଅନ ଟନ୍‌ ଅଧିକ ପଣ୍ୟ ପରିବହନ କରିଛି। ଏପରିକି ୨୦୨୧-୨୨ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥ ମୋଟ ୨୩୨.୧୩ ମିଲିଅନ ଟନ୍‌ ପଣ୍ୟ ପରିବହନ କରିଥିଲା। ଅପରପକ୍ଷରେ ପୂର୍ବତଟ ରେଳପଥ ଭାରତୀୟ ରେଲଓ୍ବେର ଏକମାତ୍ର ରେଳପଥ, ଯାହା ୨୦୨୨-୨୩ ଆର୍ଥିକ ବର୍ଷର ଧାର୍ଯ୍ୟଲକ୍ଷ୍ୟ ୨୨୦ମିଲିଅନ ଟନ୍‌, ୨୩୦ ମିଲିଅନ ଟନ୍‌ ଏବଂ ୨୪୦ ମିଲିଅନ ଟନ୍‌ ପଣ୍ୟ ପରିବହନର ମାଇଲଖୁଣ୍ଟ ଅତିକ୍ରମ କରିଛି।

ଏପରିକି ରେଳ ମନ୍ତ୍ରଣାଳୟ ପକ୍ଷରୁ ୨୪୦.୬୦ ମିଲିଅନ ଟନ୍‌ ପଣ୍ୟ ପରିବହନ କରିବାକୁ ପୂର୍ବତଟ ରେଳପଥ ପାଇଁ ଲକ୍ଷ୍ୟଧାର୍ଯ୍ୟ କରିଥିଲା, ଯାହା ୨୦୨୨-୨୩ ଆର୍ଥିକ ବର୍ଷରେ ସଫଳତାର ସହ ରେଳପଥ ଉକ୍ତ ଲକ୍ଷ୍ୟ ହାସଲ କରିଛି। ଏ ନେଇ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ରେଳପଥର ସମସ୍ତ ରେଳ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇବା ସହ ୩ଟି ଡିଭିଜନର ପରିଶ୍ରମୀ ତଥା ଉତ୍ସର୍ଗୀକୃତ କର୍ମଚାରୀଙ୍କୁ ଉକ୍ତ ସଫଳତାର ପୂର୍ଣ୍ଣ ଶ୍ରେୟ ଦେଇଛନ୍ତି। ଏହା ବ୍ୟତୀତ କୋଇଲା ଖଣି, ବନ୍ଦର, ଇସ୍ପାତ କାରଖାନା, ସିମେଣ୍ଟ, ଆଲୁମିନା ପ୍ଲାଣ୍ଟ, ପେଟ୍ରୋଲିୟମ କମ୍ପାନୀ ଏବଂ ଖାଦ୍ୟ ନିଗମ ସମେତ ସମସ୍ତ ହିତାଧିକାରୀଙ୍କ ଉଦ୍ୟମ ଏବଂ ସହଯୋଗ ଯୋଗୁ ଏହି ସଫଳତା ହାସଲ ହୋଇପାରିଛି ବୋଲି ଶର୍ମା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?