୨୪୧ ଶିକ୍ଷକଙ୍କ ସାମୁହିକ ଛୁଟି

କର୍ଲାମୁଣ୍ଡା,୧୩ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ସଂଘ ପକ୍ଷରୁ ବିଭିନ୍ନ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଶିକ୍ଷୟିତ୍ରୀ/ଶିକ୍ଷକ ସାମୁହିକ ଛୁଟି ନେବା ଦ୍ୱାରା ବ୍ଲକର ସମସ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ ରହିଛି। ଫଳରେ ବୁଧବାର ଛାତ୍ରୀଛାତ୍ର ନିରାଶରେ ଫେଣିଥିଲେ। ବୁଧବାରଠାରୁ ପ୍ରାଥମିକ ଶିକ୍ଷକ ସଂଘ ତିନି ଦଫା ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ବ୍ଲକର ୨୪୧ ଶିକ୍ଷକ ଛୁଟିରେ ରହିବା ସହ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିବୁ ବୋଲି ପ୍ରାଥମିକ ଶିକ୍ଷକ ସଂଘ ସଭାପତି ରୋହିତ କୁମାର ରଣା ଓ ସମ୍ପାଦକ ସୁଦର୍ଶନ ସାହୁ କହିଛନ୍ତି। ତେବେ ଦାବିଗୁଡ଼ିକ ମଧ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତିରେ ଠିକା ନିଯୁକ୍ତିପ୍ରଥା ବନ୍ଦ କରି ଏକ୍ସକ୍ୟାଡର ଶିକ୍ଷକଙ୍କୁ କ୍ୟାଡରର୍ଭୁକ୍ତ କରିବା ସହିତ କନିଷ୍ଠଶିକ୍ଷକ, କଳାଶିକ୍ଷକ, କ୍ରୀଡ଼ାଶିକ୍ଷକଙ୍କୁ ନିୟମିତ କରିବା, ସମସ୍ତବର୍ଗର ପ୍ରାଥମିକ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ବେତନ(୪୨୦୦ ଗ୍ରେଡ୍‌ ପେ’)ପ୍ରଦାନ, ନୂତନ ପେନ୍‌ସନ୍‌ ବ୍ୟବସ୍ଥା ଉଚ୍ଛେଦ କରି ପୁରାତନ ପେନ୍‌ସନ୍‌ ବ୍ୟବସ୍ଥା ପ୍ରଚଳନ ପ୍ରମୁଖ ଦାବି ରହିଛି। ଅନ୍ୟ ପଟେ ଶିକ୍ଷକ ସାମୁହିକ ଛୁଟିରେ ରହିବା ଦ୍ୱାରା ବ୍ଲକର ୬୨ଟି ବିଦ୍ୟାଳୟର ୫୪୪୯ ଛାତ୍ରୀଛାତ୍ରଙ୍କ ପାଠପଢ଼ା ସହିତ ମଧ୍ୟାହ୍ନଭୋଜନ ବ୍ୟବସ୍ଥା ଠପ୍‌ ହୋଇଯିବ। ଏଥିରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ନିର୍ଦ୍ଦେଶ କ୍ରମେ କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସମସ୍ତ ଶିକ୍ଷୟିତ୍ରୀ/ଶିକ୍ଷକ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri