୨୪୧ ଶିକ୍ଷକଙ୍କ ସାମୁହିକ ଛୁଟି

କର୍ଲାମୁଣ୍ଡା,୧୩ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ସଂଘ ପକ୍ଷରୁ ବିଭିନ୍ନ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଶିକ୍ଷୟିତ୍ରୀ/ଶିକ୍ଷକ ସାମୁହିକ ଛୁଟି ନେବା ଦ୍ୱାରା ବ୍ଲକର ସମସ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ ରହିଛି। ଫଳରେ ବୁଧବାର ଛାତ୍ରୀଛାତ୍ର ନିରାଶରେ ଫେଣିଥିଲେ। ବୁଧବାରଠାରୁ ପ୍ରାଥମିକ ଶିକ୍ଷକ ସଂଘ ତିନି ଦଫା ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ବ୍ଲକର ୨୪୧ ଶିକ୍ଷକ ଛୁଟିରେ ରହିବା ସହ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିବୁ ବୋଲି ପ୍ରାଥମିକ ଶିକ୍ଷକ ସଂଘ ସଭାପତି ରୋହିତ କୁମାର ରଣା ଓ ସମ୍ପାଦକ ସୁଦର୍ଶନ ସାହୁ କହିଛନ୍ତି। ତେବେ ଦାବିଗୁଡ଼ିକ ମଧ୍ୟରେ ପ୍ରାଥମିକ ଶିକ୍ଷକ ନିଯୁକ୍ତିରେ ଠିକା ନିଯୁକ୍ତିପ୍ରଥା ବନ୍ଦ କରି ଏକ୍ସକ୍ୟାଡର ଶିକ୍ଷକଙ୍କୁ କ୍ୟାଡରର୍ଭୁକ୍ତ କରିବା ସହିତ କନିଷ୍ଠଶିକ୍ଷକ, କଳାଶିକ୍ଷକ, କ୍ରୀଡ଼ାଶିକ୍ଷକଙ୍କୁ ନିୟମିତ କରିବା, ସମସ୍ତବର୍ଗର ପ୍ରାଥମିକ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ବେତନ(୪୨୦୦ ଗ୍ରେଡ୍‌ ପେ’)ପ୍ରଦାନ, ନୂତନ ପେନ୍‌ସନ୍‌ ବ୍ୟବସ୍ଥା ଉଚ୍ଛେଦ କରି ପୁରାତନ ପେନ୍‌ସନ୍‌ ବ୍ୟବସ୍ଥା ପ୍ରଚଳନ ପ୍ରମୁଖ ଦାବି ରହିଛି। ଅନ୍ୟ ପଟେ ଶିକ୍ଷକ ସାମୁହିକ ଛୁଟିରେ ରହିବା ଦ୍ୱାରା ବ୍ଲକର ୬୨ଟି ବିଦ୍ୟାଳୟର ୫୪୪୯ ଛାତ୍ରୀଛାତ୍ରଙ୍କ ପାଠପଢ଼ା ସହିତ ମଧ୍ୟାହ୍ନଭୋଜନ ବ୍ୟବସ୍ଥା ଠପ୍‌ ହୋଇଯିବ। ଏଥିରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ନିର୍ଦ୍ଦେଶ କ୍ରମେ କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ସମସ୍ତ ଶିକ୍ଷୟିତ୍ରୀ/ଶିକ୍ଷକ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?