ଶଟ୍‌ଡାଉନ୍‌ରେ ଗଞ୍ଜେଇ ଚାଲାଣ: ବୁଲେଟ୍‌ ସହ ଗଞ୍ଜେଇ ଜବତ, ୨ ଗିରଫ

ପାଟପୁର,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଖପରାବାଡ଼ ନିକଟରେ ଶନିବାର ସକାଳେ ପାଟପୁର ପୋଲିସ ଚଢ଼ାଉ କରି ଏକ ବୁଲେଟ୍‌ ସହ ୨୯ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଆସିକା ଥାନା ପୁଡୁଗେଶର ପଲ୍ଲୀର ଆଦିତ୍ୟ ନାହାକ ଓ ସନ୍ତୋଷୀମନ୍ଦିର ସାହିର ଆଲୁଆ ଶର୍ମା। ଏନେଇ ପାଟପୁର ପୋଲିସ କେସ୍‌ ନଂ.୧୩୮/୨୦ରେ ଏକ ମାମଲା ରୁଜୁ କରି ଆଜି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଦ୍ବୟକୁ ଦିଗପହଣ୍ଡି ସବ୍‌-ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଚାରିଆଡ଼େ ଶଟ୍‌ଡାଉନ୍‌ ଚାଲିଥିବାବେଳେ ଏହାର ସୁଯୋଗ ନେଇ ଖପରାବାଡ଼ ଜଙ୍ଗଲରୁ ଗଞ୍ଜେଇ ଧରି ବୁଲେଟ୍‌ରେ ଯାଉଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ ପାଟପୁର ପୋଲିସ ଖପରାବାଡ଼ ଅଞ୍ଚଳରେ ପାଟପୁର ଥାନା ଆଇଆଇସି ଅଜୟ କୁମାର ବାରିକ, ଏସ୍‌ଆଇ ଶୁଭ୍ରଜିତ ସାମନ୍ତରାୟ, ଏଏସ୍‌ଆଇ ଅର୍ଜୁନ ଶବର ପ୍ରମୁଖ ଚଢ଼ାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri