ସୀତା ଠାକୁରାଣୀଙ୍କ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଢେଙ୍କିକୋଟ, ୧୬ା୬(ଡି.ଏନ୍‌.ଏ.)- ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ସୀତାବିଞ୍ଜଠାରେ ଶନିବାରଠାରୁ ଆରମ୍ଭ ହୋଇଛି ୩ ଦିନିଆ ରଜମେଳା। ପ୍ରତିବର୍ଷ ପରି ରଜମେଳାର ପ୍ରଥମ ଦିନରେ ମା’ ସୀତା ଠାକୁରାଣୀଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାରୁ ହଜାର ହଜାର ପର୍ଯ୍ୟଟକ ଆସି ପହଞ୍ଚିଥିଲେ। ମେଳାରେ ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଲୋକମାନେ ଧାଡ଼ିରେ ଯାଇ ଠାକୁରାଣୀଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ରଜ ସଂକ୍ରାନ୍ତୀରେ ସୀତାବିଞ୍ଜ ପାଦ ଦେଶରେ ପ୍ରବାହିତ ସୀତାନଦୀରେ ବୁଡ଼ ପକାଇ ମା’ସୀତାଠାକୁରାଣୀ ଓ ତାଙ୍କ ଜମଜ ପୁତ୍ର ଲବକୁଶଙ୍କୁ ଦର୍ଶନ କଲେ ମନସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି ଲୋକ ବିଶ୍ୱାସ ରହିଛି।
ମୁଖ୍ୟ ପୂଜକ ନାଥ ଦେହୁରୀ ଭୋର ୫ଟାରୁ ମା’ଙ୍କ ସ୍ନାନାଦି ପୂଜାବିଧି ସମ୍ପନ୍ନ କରିବାପରେ ସକାଳ ୬ଟାରେ ଆଳତୀ କରାଯାଇଥିଲା। ଏହା ପରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ସୁଯୋଗ ମିଳିଥିଲା। ତ୍ରେତୟା ଯୁଗର କିମ୍ବଦନ୍ତୀ ବହନ କରୁଥିବା ସୀତାବିଞ୍ଜରେ ପଡ଼ିଥିବା ରଜମେଳାରେ ବିଭିନ୍ନ ପସରା ଆକର୍ଷଣ ସାଜିଛି। ମେଳାର ପ୍ରଥମ ଦିନରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଉକ୍ତ ମା’ଙ୍କୁ ଦର୍ଶନ କରିଥିବା କୁହାଯାଇଛି। ସୀତାବିଞ୍ଜ ଗ୍ରାମବାସୀଙ୍କ ସମେତ ଟ୍ରଷ୍ଟି ଏବଂ ଗ୍ରାମର ମହିଳା ମଣ୍ଡଳ ମେଳା ପରିଚାଳନାରେ ସହଯୋଗ କରିଥିଲେ। ଟ୍ରଷ୍ଟି ପକ୍ଷରୁ ମାଘ ଦେହୁରୀ, ନାରଣ ଦେହୁରୀ, ରବୀନ୍ଦ୍ର ଦେହୁରୀ ଏବଂ ବିକାଶ ଦେହୁରୀ କାର୍ଯ୍ୟ ତଦାରଖ କରିଥିବା ସଭାପତି ଦୁଃଶାସନ ନାୟକ ପ୍ରକାଶ କରିଛନ୍ତି। ଢେଙ୍କିକୋଟ ଫାଣ୍ଡି ଓ ଘଟଗାଁ ଥାନା ପୋଲିସ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ। ଏଥିସହ କେନ୍ଦୁଝର ଜିଲା ସଦର ମହକୁମାରୁ ଆସିଥିବା ପୋଲିସ ଫୋର୍ସ ମୁତୟନ ରହିଥିଲେ। ସୀତାବିଞ୍ଜରେ ପୁରାତନ ଯୁଗର ଶିଳାଲିପି, ରାବଣ ଛାୟା ଭଣ୍ଡାରଘର ଓ ଚତୁର୍ମୁଖୀ ବ୍ରହ୍ମା ସବୁବେଳେ ପର୍ଯ୍ୟଟକଙ୍କ ପାଇଁ ଆକର୍ଷଣ ସାଜିଛି।


All Right Reserved By Dharitri.Com

ଜେଲ୍‌ରେ ଥିବା ଅଭିଯୁକ୍ତଙ୍କ ନାମରେ ଲୁଟ୍‌ ମାମଲା ରୁଜୁ: -ସୋର ଥାନା ଏଏସ୍‌ଆଇ ନିଲମ୍ବିତ

  ବାଲେଶ୍ୱର ଅଫିସ/ସୋର, ୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଉପକାରାଗାରରେ ଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କ ନାମରେ ପୋଲିସ ଲୁଟ୍‌ ମାମଲା ରୁଜୁ କରିବା ଓ କାଗଜପତ୍ରରେ...

ଦୌଲତପୁର ମଦମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଭାଜପାର ବିକ୍ଷୋଭ, ତିହିଡ଼ି ଥାନା ଘେରାଉ

ତିହିଡି,୧୯।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଅଧୀନ ଦୌଲତପୁର ମଦ ମୃତ୍ୟୁ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତମାନଙ୍କୁୁ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ, ସ୍ବାମୀ ଗିରଫ

ରୂପ୍‌ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ କୁରାଡ଼ିହା ପଞ୍ଚାୟତ କୋଇଲିସାହି ଗ୍ରାମର ରାମଚନ୍ଦ୍ର ଦାସଙ୍କ ସ୍ତ୍ରୀ କୁନିଲତା (୨୩) ବୁଧବାର ଫାଶୀ ଦେଇ ମୃତ୍ୟୁ ହେବା ଘଟଣା...

ସରପଞ୍ଚ ଉପନିର୍ବାଚନକୁ ନେଇ ଉତ୍ତେଜନା: ଭୋଗରାଇ ବ୍ଲକ ପରିସର ରଣକ୍ଷେତ୍ର

ଭୋଗରାଇ,୨୮।୧୧(ଡି.ଏନ.ଏ.)- ବାଲେଶ୍ୱର ଜିଲାର ଭୋଗରାଇ ବ୍ଲକ କାର୍ଯ୍ୟାଳୟ ପରିସର ବୁଧବାର ସନ୍ଧ୍ୟାରେ ରଣକ୍ଷେତ୍ର ପାଲଟିଛି। ବ୍ଲକ ଅଧୀନ ଶ୍ରଦ୍ଧାପୁର ଓ କସବାକମର୍ଦ୍ଦା ପଞ୍ଚାୟତରେ ସରପଞ୍ଚ ପଦ...

ବିଏସ୍‌ଏନ୍‌ଏଲ୍‌ କାଜୁଆଲ କର୍ମଚାରୀ ସଂଘ ପକ୍ଷରୁ ଧାରଣା

ବାଲେଶ୍ୱର ଅଫିସ, ୧୮।୫-ବାଲେଶ୍ୱର-ଭଦ୍ରକ ଜିଲାର ବିଏସ୍‌ଏନ୍‌ଏଲ୍‌ (ଭାରତ ସଞ୍ଚାର ନିଗମ)ରେ କାଜୁଆଲ ଭାବେ କାର୍ଯ୍ୟ କରୁଥିବା କର୍ମଚାରୀ ସଂଘ ପକ୍ଷରୁ ଶୁକ୍ରବାର ବାଲେଶ୍ୱର ବିଏସ୍‌ଏନ୍‌ଏଲ୍‌ ଅଫିସ୍‌...

‘ଆମ ଗଁ। ଆମ ବିକାଶ’ ଯୋଜନାରେ ଅର୍ଥ ହଡ଼ପ ଅଭିଯୋଗ

ଭଦ୍ରକ ଅଫିସ, ୨୪।୭: ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ନୂଆଗଁ। ପଞ୍ଚାୟତ ଜନ୍ତୁଆଳି ରାଜସ୍ବ ଗ୍ରାମବାସୀଙ୍କ ଏକ ପ୍ରତିନିଧି ଦଳ ‘ଆମ ଗଁ। ଆମ ବିକାଶ’...

ମୁଖ୍ୟ ରାସ୍ତା ବନ୍ଦ, ଲୋକେ ହଇରାଣ: କାର୍ଯ୍ୟରେ ମନ୍ଥରତା ନେଇ ଅସନ୍ତୋଷ

ବସ୍ତା, ୨୬।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ବସ୍ତା, ଗାନ୍ଧୀଛକ, ବାହାର୍ଦ୍ଦାଠାରେ ନୂତନ ପୋଲ ନିର୍ମାଣ କାର୍ଯ୍ୟ ଚାଲିଥିବାରୁ ତିନି ପଟୁ ରାସ୍ତା ବନ୍ଦ କରାଯାଇଛି।...

ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର ଘଟଣା: ଆନନ୍ଦପୁର ପ୍ରେସ୍‌ କ୍ଲବ ପକ୍ଷରୁ କେନ୍ଦ୍ରାପଡା ଏସ୍‌ପିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଆନନ୍ଦପୁର,୧୯। ୭(ସ୍ବ.ପ୍ର.): ଗତ ୧୭ ତାରିଖ ବୁଧବାର ଦିନ ପାଟକୁରା ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନୀ ଗସ୍ତ ସମୟରେ କେନ୍ଦ୍ରାପଡ଼ା ଏସ୍‌ପି ଜଣେ ବୈଦ୍ୟୁତିକ...

Leave a comment

Your email address will not be published. Required fields are marked *