୩ ବର୍ଷରେ ୨୪୫ ହାତୀ ମୃତ

ଭୁବନେଶ୍ୱର,୧ା୩(ବ୍ୟୁରୋ): ଗତ ୩ ବର୍ଷ(୨୦୧୯-୨୦ରୁ ୨୦୨୧-୨୨) ମଧ୍ୟରେ ରାଜ୍ୟରେ ୨୪୫ ହାତୀଙ୍କର ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରୁ ୬ଟି ହାତୀ ଶିକାରୀ ଗୁଳିରେ ପ୍ରାଣ ହରାଇଛନ୍ତି। ଏହି ସମୟ ଭିତରେ ୪୭ଜଣ ଗିରଫ ହୋଇଛନ୍ତି। ଶାସକ ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ ମଙ୍ଗଳବାର ବିଧାନସଭାରେ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶିକାରୀଙ୍କଠାରୁ ୩୯ଟି ହାତୀଦାନ୍ତ, ଗୋଟିଏ ବାଘ ଛାଲ ଓ ୯ ବାଘନଖ ଜବତ ହୋଇଛି। କେନ୍ଦୁଝର ବନ୍ୟପ୍ରାଣୀ ଡିଭିଜନରୁ ସର୍ବାଧିକ ୧୬ ହାତୀଦାନ୍ତ ଜବତ ହୋଇଥିବାବେଳେ ମୟୂରଭଞ୍ଜରୁ ୧୨ଟି, ବାଲେଶ୍ୱରରୁ ୪ଟି, ଅନୁଗୋଳ, ଦେବଗଡ଼ ଓ ସୁବର୍ଣ୍ଣପୁର ଡିଭିଜନରୁ ୨ଟି ଲେଖାଏ ଏବଂ କଟକର ଆଠଗଡ ଡିଭିଜନରୁ ଗୋଟିଏ ହାତୀଦାନ୍ତ ଜବତ ହୋଇଛି। ଗିରଫ ହୋଇଥିବା ଶିକାରୀଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୮ଜଣ, ମୟୂରଭଞ୍ଜରୁ ୭ଜଣ, ସୁବର୍ଣ୍ଣପୁରରୁ ୬ଜଣ, କେନ୍ଦୁଝରରୁ ୫ଜଣ, ବୌଦ୍ଧରୁ ୪ଜଣ, କଳାହାଣ୍ଡି ଉତ୍ତର, ଅନୁଗୋଳ ଓ ଦେବଗଡ ବନ୍ୟପ୍ରାଣୀ ଡିଭିଜନରୁ ୩ଜଣ ଲେଖାଏ ଏବଂ କଟକ, ଆଠଗଡ ଓ କଳାହାଣ୍ଡି ଦକ୍ଷିଣ ଡିଭିଜନରୁ ୨ଜଣ ଲେଖାଏ ଗିରଫ ହୋଇଛନ୍ତି। ତେବେ କଳାହାଣ୍ଡି ଉତ୍ତର ଡିଭିଜନରୁ ଗୋଟିଏ ବାଘଛାଲ ସହିତ ୯ ବାଘନଖ ଜବତ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri