୩ ଦଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ୨୪୫ ଶିକ୍ଷାକର୍ମୀ

ସିମୁଳିଆ,୧୯ା୧୧(ଡି.ଏନ୍‌.ଏ.): ଓଡ଼ିଶା ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଆହ୍ବାନରେ ଶନିବାର ସିମୁଳିଆର ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ଦ୍ୱାରା ୩ ଦଫା ଦାବି ନେଇ ଶିକ୍ଷକ ଭବନ ପରିସରରେ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ୨୪୫ଜଣ ଶିକ୍ଷୟିତ୍ରୀ/ଶିକ୍ଷକ ଯୋଗ ଦେଇଥିଲେ। ସଂଘର ଉପଦେଷ୍ଟା ଶିବ ପ୍ରସାଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସଭାପତି ରବିନ୍ଦ୍ର କୁମାର ସାହୁ ସମ୍ପାଦକ ବୀରେନ୍ଦ୍ର କୁମାର ଶତପଥୀଙ୍କ ସମେତ ପୀତବାସ ପାଣିଗ୍ରାହୀ, ଗୀତାରାଣୀ ସେଠୀ ପ୍ରମୁଖ ସରକାରଙ୍କ ଶିକ୍ଷାନୀତି, କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଦରମା ହାର, ଶିକ୍ଷା କ୍ଷେତ୍ରରେ ପାତରଅନ୍ତର ସମ୍ପର୍କରେ ଆଲୋଚନା କରିଥିଲେ। ଆସନ୍ତା ୭ ଦିନ ମଧ୍ୟରେ ସରକାର ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ କରି ଗତ ୨୦୦୧ରୁ ନିଯୁକ୍ତ ଶିକ୍ଷାକର୍ମୀମାନଙ୍କୁ କେନ୍ଦ୍ର ହାରରେ ଦରମା ପ୍ରଦାନ, ନୂତନ ପେନ୍‌ସନ୍‌ ଯୋଜନା ରଦ୍ଦ କରି ପୁରୁଣା ପେନ୍‌ସନ୍‌ ଯୋଜନା ଇତ୍ୟାଦି ଦାବି ପୂରଣ ନ କଲେ ଶିକ୍ଷୟିତ୍ରୀ/ଶିକ୍ଷକମାନେ ଆସନ୍ତା ୨୭ରେ ବିଧାନସଭା ଘେରାଉ କରିବେ ବୋଲି ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସଂଘ ପକ୍ଷରୁ ଶିକ୍ଷକ ଭବନ ପରିସରରୁ ଶୋଭାଯାତ୍ରା ବାହାରି ବିଇଓ ଅଫିସରେ ପହଞ୍ଚିବା ସହିତ ମୁଖ୍ୟମନ୍ତ୍ରୀ, ଶିକ୍ଷା ବିଭାଗ, ୫ଟି ସଚିବଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri