୩ ଦଫା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ୨୪୫ ଶିକ୍ଷାକର୍ମୀ

ସିମୁଳିଆ,୧୯ା୧୧(ଡି.ଏନ୍‌.ଏ.): ଓଡ଼ିଶା ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ଆହ୍ବାନରେ ଶନିବାର ସିମୁଳିଆର ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ଦ୍ୱାରା ୩ ଦଫା ଦାବି ନେଇ ଶିକ୍ଷକ ଭବନ ପରିସରରେ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ୨୪୫ଜଣ ଶିକ୍ଷୟିତ୍ରୀ/ଶିକ୍ଷକ ଯୋଗ ଦେଇଥିଲେ। ସଂଘର ଉପଦେଷ୍ଟା ଶିବ ପ୍ରସାଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସଭାପତି ରବିନ୍ଦ୍ର କୁମାର ସାହୁ ସମ୍ପାଦକ ବୀରେନ୍ଦ୍ର କୁମାର ଶତପଥୀଙ୍କ ସମେତ ପୀତବାସ ପାଣିଗ୍ରାହୀ, ଗୀତାରାଣୀ ସେଠୀ ପ୍ରମୁଖ ସରକାରଙ୍କ ଶିକ୍ଷାନୀତି, କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଦରମା ହାର, ଶିକ୍ଷା କ୍ଷେତ୍ରରେ ପାତରଅନ୍ତର ସମ୍ପର୍କରେ ଆଲୋଚନା କରିଥିଲେ। ଆସନ୍ତା ୭ ଦିନ ମଧ୍ୟରେ ସରକାର ଚୁକ୍ତିଭିତ୍ତିକ ପ୍ରଥା ଉଚ୍ଛେଦ କରି ଗତ ୨୦୦୧ରୁ ନିଯୁକ୍ତ ଶିକ୍ଷାକର୍ମୀମାନଙ୍କୁ କେନ୍ଦ୍ର ହାରରେ ଦରମା ପ୍ରଦାନ, ନୂତନ ପେନ୍‌ସନ୍‌ ଯୋଜନା ରଦ୍ଦ କରି ପୁରୁଣା ପେନ୍‌ସନ୍‌ ଯୋଜନା ଇତ୍ୟାଦି ଦାବି ପୂରଣ ନ କଲେ ଶିକ୍ଷୟିତ୍ରୀ/ଶିକ୍ଷକମାନେ ଆସନ୍ତା ୨୭ରେ ବିଧାନସଭା ଘେରାଉ କରିବେ ବୋଲି ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସଂଘ ପକ୍ଷରୁ ଶିକ୍ଷକ ଭବନ ପରିସରରୁ ଶୋଭାଯାତ୍ରା ବାହାରି ବିଇଓ ଅଫିସରେ ପହଞ୍ଚିବା ସହିତ ମୁଖ୍ୟମନ୍ତ୍ରୀ, ଶିକ୍ଷା ବିଭାଗ, ୫ଟି ସଚିବଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri