ତୀର୍ଥଯାତ୍ରାରେ ୨୪୬ ବରିଷ୍ଠ ନାଗରିକ

କଟକ ଅଫିସ, ୪ା୩: ୨୪୬ ଜଣ ବରିଷ୍ଠ ନାଗରିକ ପୁଷ୍କର ଓ ଆଜମେର ତୀର୍ଥଯାତ୍ରାରେ ବାହାରିଛନ୍ତି। ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କାର୍ଯ୍ୟକ୍ରମ ଜରିଆରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ତତ୍ତ୍ୱାବଧାନରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ କଟକ ଜିଲାରୁ ୨୪୬ ଜଣ ବରିଷ୍ଠ ନାଗରିକଙ୍କୁ ଚୟନ କରାଯାଇଥିଲା। ରାଜସ୍ଥାନର ପୁଷ୍କର ଓ ଆଜମେର ତୀର୍ଥଯାତ୍ରା ନିମନ୍ତେ ୬ଟି ବସ୍‌ ଯୋଗେ ସେମାନଙ୍କୁ ଭୁବନେଶ୍ୱର ପଠାଯାଇଛି। ସେଠାରେ ଶୁକ୍ରବାର ରାତିରେ ରହଣି ପରେ ଶନିବାର ଟ୍ରେନ ଯୋଗେ ଉକ୍ତ ସ୍ଥାନକୁ ଭ୍ରମଣ କରିବେ। ସେଠାରୁ ଆସନ୍ତା ୯ ତାରିଖରେ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି ବୋଲି ଡେପୁଟି କଲେକ୍ଟର ଅଳକାରାଣୀ ଦେବତା ସୂଚନା ଦେଇଛନ୍ତି। କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବିଧାୟକ ମହମ୍ମଦ ମୋକିମ୍‌ ଓ ସୌଭିକ୍‌ ବିଶ୍ୱାଳ ଶୁଭାରମ୍ଭ କରିଥିଲେ। ଅତିରିକ୍ତ ଜିଲାପାଳ ଶିବ ଟପୋ ସମସ୍ତ କାର୍ଯ୍ୟକ୍ରମର ତଦାରଖ କରିଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ରଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri