୨୪୮୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବ୍ୟବସାୟ ଅନୁକୁଳ ବାତାବରଣ ଯୋଗୁ ଓଡ଼ିଶାକୁ ପୁଞ୍ଜିନିବେଶକାରୀ ଆକର୍ଷିତ ହେବାରେ ଲାଗିଛନ୍ତି। ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ କମିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ) ବୈଠକରେ ୧୪୧୧.୫୮ କୋଟି ଟଙ୍କାର ୯ଟି ପୁଞ୍ଜିନିବେଶ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ଏଥିରେ ମୋଟ ୨୪୮୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଅନୁମୋଦିତ ହୋଇଥିବା ପ୍ରକଳ୍ପ ଗୁଡିକରେ ମୁଖ୍ୟତଃ ମାନୁଫାକ୍ଚରିଂ, ଖାଦ୍ୟ ପ୍ରକ୍ରିୟାକରଣ, ସାର ଉତ୍ପାଦନ, ଡ଼ାଉନଷ୍ଟ୍ରମ ଏବଂ ପର୍ଯ୍ୟଟନ କ୍ଷେତ୍ର ଅନ୍ତର୍ଭୁକ୍ତ। ଏସବୁ ପ୍ରକଳ୍ପ ମାଧ୍ୟମରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧି ପାଇବ। ପ୍ରକଳ୍ପ ଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡିକର ତ୍ୱରାନ୍ବିତ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ପ୍ରସ୍ତାବିତ ଶିଳ୍ପଗୁଡିକ ପାଇଁ ଆବଶ୍ୟକ ପଡ଼ୁଥିବା ଜମି ଓ ଜଳର ଆକଳନ କରିବା ସହ ଅଧିକ ନିଯୁକ୍ତି ଭିତ୍ତିକ ଶିଳ୍ପଗୁଡ଼ିକୁ ଅଗ୍ରାଧିକାର ଦେବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, ବାୟୋ-ଡବ୍ଲ୍ୟୁ.ଏମ୍‌.ଏସ୍‌ ପକ୍ଷରୁ ଅନୁଗୋଳ, ସମ୍ବଲପୁର, ବରଗଡ, ଯାଜପୁର, ଝାରସୁଗୁଡା ଜିଲାରେ ୩୧୯.୨୫ କୋଟି ଟଙ୍କା ବ୍ୟୟରେ ବାୟୋମାସ୍‌ ପ୍ଲାଣ୍ଟ ସ୍ଥାପନ କରାଯିବ। ସେଥିରେ ୧,୨୫୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳି ପାରିବ। ସେହିପରି ଟିପିଏସ୍‌ ବିଓ୍ବରେଜ ଆଣ୍ଡ ଡିଷ୍ଟିଲାରିଜ ପକ୍ଷରୁ କଳାହାଣ୍ଡି ଜିଲାର ଜୁନାଗଡ ଠାରେ ୨୩୫ କୋଟି ଟଙ୍କା ବ୍ୟୟରେ ୨୦୦ କିଲୋଲିଟର ଇଥାନଲ ଏବଂ ୬ ମୋଗାଓ୍ବାଟ ପାଓ୍ବାର ପ୍ଲାଣ୍ଟ ସ୍ଥାପନ କରାଯିବ। ଏଥିରେ ୨୦୦ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଇଫ୍‌କୋ ଜଗତସିଂହପୁର ଜିଲାର ପାରଦୀପଠାରେ ୨୨୫ କୋଟି ଟଙ୍କା ବ୍ୟୟରେ ବାର୍ଷିକ ୩୩ ହଜାର କିଲୋଲିଟର କ୍ଷମତା ବିଶିଷ୍ଟ ଏକ ନୂତନ ନାନୋ ୟୁରିଆ ୟୁନିଟ ଏବଂ ଏକ ବଟଲିଂ ୟୁନିଟ୍‌ ସ୍ଥାପନ କରିବ। ଏଥିରେ ୨୦୦ ଲୋକଙ୍କୁ ନିଯୁକ୍ତି ମିଳିବ। ଟାଟା କମ୍ପାନୀ ଗଞ୍ଜାମର ଗୋପାଳପୁର ଏସ୍‌ଇଜେଡ ଠାରେ ୧୦୭ କୋଟି ଟଙ୍କା ବିନିଯୋଗରେ ସମୁଦ୍ର ଜଳ ବିଶୋଧୀକରଣ ପ୍ଲାଣ୍ଟ ସ୍ଥାପନ କରିବ। ଏଥିରେ ୨୯ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ସିୟାଦ୍ରୀ ଇଣ୍ଡଷ୍ଟ୍ରିଜ ପକ୍ଷରୁ ବାଲେଶ୍ୱର ଠାରେ ୧୦୦ କୋଟି ଟଙ୍କା ବ୍ୟୟରେ କ୍ରିସୋଟାଇଲ ହ୍ବାଇଟ ସିମେଣ୍ଟ ୟୁନିଟ ସ୍ଥାପନ କରାଯିବ। ସେଥିରେ ୨୦୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ପୁରୀ ଜିଲାର କୋଣାର୍କ ଠାରେ ସିସ୍କୋପ ଇନ୍‌ଫ୍ରାଷ୍ଟକ୍ଚର ଆଣ୍ଡ ହସ୍ପିଟାଲିଟି ପକ୍ଷରୁ ୧୦୦ କୋଟି ଟଙ୍କା ବ୍ୟୟରେ ଏକ ହୋଟେଲ କମ୍‌ ରିସୋର୍ଟ ନିର୍ମାଣ କରାଯିବ। ଏଥିରେ ୧୭୩ ଜଣଙ୍କୁ ନିଯୁକ୍ତି ମିଳିପାରିବ। ଓଡିଶା କଂକ୍ରିଟ ଲିମିଟେଡ ପକ୍ଷରୁ କଟକ ଜିଲାର ବାରଙ୍ଗ ଠାରେ୫୪.୪୨ କୋଟି ଟଙ୍କା ବ୍ୟୟରେ ସ୍ମାର୍ଟସିଟି ଡ୍ରେନେଜ ଓ ସ୍ବେରେଜ ସିଷ୍ଟମ ପ୍ରଡକ୍ଟ ପ୍ଲାଣ୍ଟ ନିର୍ମାଣ ହେବ। ଏଥିରେ ୧୦୬ ଜଣଙ୍କୁ ନିଯୁକ୍ତି ମିଳିପାରିବ। ସେହିପରି ନିୟୁମଡର୍ଣ୍ଣ ଟେକ୍ନୋମେକ ପକ୍ଷରୁ ୫୫ କୋଟି ଟଙ୍କା ବ୍ୟୟରେ ମୟୂରଭଞ୍ଜ ଜିଲାର ବାରିପଦା ଠାରେ ଏକ ହଟ୍‌ ଗାଲଭାନାଇଜ୍‌ଡ ଷ୍ଟିଲ ଷ୍ଟ୍ରକ୍ଚର ନିର୍ମାଣ କରାଯିବ। ସେଥିରେ ୫୫୮ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ ବୋଲି କୁହାଯାଇଛି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମାଙ୍କ ସମେତ ସମ୍ପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri