ଦାରିଙ୍ଗବାଡିରେ ବିଦ୍ୟୁତ ବିଭ୍ରାଟ: ଡିବିରୀ, ଲଣ୍ଠନ ଭରସା

ଦାରିଙ୍ଗବାଡି, ୫।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ତଥା ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡିରେ ଦୈନିକ ବିଦ୍ୟୁତ ବିଭ୍ରାଟ ନେଇ ଜନ ଅସନ୍ତୋଷ ବୃଦ୍ଧି ପାଇଛି। ସୂଚନା ଥାଉ କି, ଶନିବାର ସାରା ଜିଲାରେ ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟାରୁ ସଂଧ୍ୟା ୬ ଟା ପର୍ଯ୍ୟନ୍ତ ବିଦ୍ୟୁତ ସେବା ବନ୍ଦ କରାଯିବାକୁ ଘୋଷଣା କରାଯାଇ ସେବାକୁ ବନ୍ଦ କରିଦିଆଯାଇଥିଲା। କିନ୍ତୁ ସଂଧ୍ୟା ୬ ଟାରେ ପରେ ମଧ୍ୟ ବିଦ୍ୟୁତ ସେବା ଯୋଗାଇ ଦିଆଯାଇ ନ ଥିଲା। ରବିବାର ସକାଳ ହୋଇଯାଇଥିଲେ ମମଧ୍ୟ ସୁଦ୍ଧା ବଦ୍ୟୁତ ଯୋଗାଣ ବନ୍ଦ ରହିଥିଲା। ଫଳରେ ଅଞ୍ଚଳବାସୀ ହଇରାଣ ହେବା ସହ ଦୀର୍ଘ ଦି’ଦଶନ୍ଧି ଧରି ଯେଉଁ ଲଣ୍ଠନ, ଡିବିରୀକୁ ଭୁଲିଯାଇଥିଲେ ପୁଣି ସେହି ଜିନିଷକୁ ବ୍ୟବହାର କରି ରାତି କଟାଇଥିବା ଜଣାପଡିଛି।
ବିଦ୍ୟୁତ ବିଭ୍ରାଟ ଯୋଗୁଁ ଶନିବାର ବହୁ ଦୋକାନ, ହୋଟେଲଗୁଡିକ ଶୀଘ୍ର ବନ୍ଦ ହୋଇଯାଇଥିଲା। ଯାହାଲାଗି ଗ୍ରାହକମାନେ ହଟହଟା ହୋଇଛନ୍ତି। ଏଥିସହ ବିଦ୍ୟୁତ ଯୋଗାଣ ବନ୍ଦ ଯୋଗୁଁ ଉଭୟ ବିଏସଏନଏଲ ଓ ୪ଜି ସେବା ଠପ ହୋଇଯାଇଛି। ଏପରି ବିଦ୍ୟୁତ ବିଭ୍ରାଟ ଯୋଗୁ ଦାରିଙ୍ଗବାଡି ବ୍ଲକର ପ୍ରାୟ ୧୭ଟି ପଞ୍ଚାୟତ ସମେତ ପଡୋଶୀ ବ୍ଲକ ବାଲିଗୁଡାର ଋତୁଙ୍ଗିଆ, କୋଟଗଡ଼ ବ୍ଲକର ପକାରୀ ଆଦି ଅଞ୍ଚଳର ହଜାର ହଜାର ଲୋକ ଏଥିପାଇଁ ପ୍ରଭାବିତ ହୋଇଛନ୍ତ।
ସୂଚନାଯୋଗ୍ୟ, ଅଞ୍ଚଳରେ ବିଦ୍ୟୁତ ବିଭ୍ରାଟ ଦିନିକିଆ କଥା ନୁହଁ ପ୍ରାୟ ଦିନ ଏଭଳି ଅଞ୍ଚଳବାସୀ ସମସ୍ୟାର ସମ୍ମୁଖୀନ ହେଉଛନ୍ତ। ଏନେଇ ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ଶିବ ପ୍ରସାଦ ନାୟକଙ୍କ ସହ ପଚାରିବାରୁ ସେ କହିଛନ୍ତ,ଦୁର୍ବୃତ୍ତମାନେ ଗଛ କାଟି ବିଦ୍ୟୁତ ତାର ଉପରେ ପକାଇ ଦେଉଛନ୍ତି । ଫଳରେ ଅନେକ ସମୟରେ ବିଭାଗ ହଇରାଣ ହେବା ସହ ଗ୍ରାହକମାନେ ମଧ୍ୟ ହଇରାଣ ହେଉଛନ୍ତି । ଏନେଇ ବିଦ୍ୟୁତ ବିଭାଗ ପକ୍ଷରୁ ଏକାଧିକ ଥର ଥାନାରେ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିବା କନିଷ୍ଠଯନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri