Posted inଜାତୀୟ

ବଢିଲା ଚାଇନାର ଚିନ୍ତା

ବିଶାଖାପଟନମ୩ ।୧୧: ପୂର୍ବ ଲଦ୍ଦାଖରେ ଭାରତ-ଚାଇନା ସୀମା ବିବାଦ ଲାଗି ରହିଥିବା ବେଳେ ମଙ୍ଗଳବାର ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ ମାଲାବାର ନୌସେନା ଅଭ୍ୟାସର ପ୍ରଥମ ପର୍ଯ୍ୟାୟ ଆରମ୍ଭ କରିଛନ୍ତି । ବଙ୍ଗୋପସାଗର ଉପକୂଳ ବିଶାଖାପଟନମରେ ଏହା ଆରମ୍ଭ କରାଯାଇଛି । ଏହି ଅଭ୍ୟାସ ଉକ୍ତ ୪ ଦେଶର ରଣନୀତିକୁ ନେଇ ଥିବା ସମ୍ପର୍କକୁ ଦର୍ଶାଉଛି । ଏହା ୩ ଦିନ ପର୍ଯ୍ୟନ୍ତ ଚାଲି ଶୁକ୍ରବାର ଶେଷ ହେବାର କାର୍ଯ୍ୟକ୍ରମ ରହିଛି । ଏହି ୪ ଦେଶର ନୌସେନା ଅଭ୍ୟାସ ପୁଣିଥରେ ବା ଦ୍ୱିତୀୟ ଥର ୧୭-୨୦ ନଭେମ୍ବର ମଧ୍ୟରେ ଆରବ ସାଗରରେ ହେବ । ଗତ ସପ୍ତାହରେ ଭାରତ ଘୋଷଣା କରିଥିଲା କି ଅଷ୍ଟ୍ରେଲିଆ ବି ଏଥିରେ ଯୋଗ ଦେବ । ଯାହାକୁ ନେଇ ଆମେରିକା ସହମିତି ପ୍ରକାଶ କରିଥିଲା । ଏବେ ଏହି ନୌସେନା ଅଭ୍ୟାସକୁ ଦେଖି ଚାଇନାର ଚିନ୍ତା ବଢିଯାଇଛି । ଚାଇନାର ଆକ୍ରମଣାତ୍ମକ ମନୋଭାବକୁ ଦେଖି ଆମେରିକା ସୁରକ୍ଷା ଯୋଗାଇ ଦେବ ବୋଲି ଜଣାପଡିଛି । ଏହି ଅଭ୍ୟାସରେ ଭାରତୀୟ ନୌସେନାର ରଣବିଜୟ, ଯୁଦ୍ଧ ଜାହାଜ ଶିବାଲିକ, ନୌକା ସୁକନ୍ୟା, ବୁଡା ଜାହାଜ ସିନ୍ଧୁରାଜ ଆଦି ସାମିଲ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri