ଇସ୍‌କଫ୍‌ର ୨୪ତମ ଜାତୀୟ ସମ୍ମିଳନୀ: ଗଞ୍ଜାମର ଗୋକୁଳ, ହରପ୍ରସାଦ ଜାତୀୟ ପରିଷଦକୁ ନିର୍ବାଚିତ

ଦିଗପହଣ୍ଡି,୨୩ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସ୍‌କଫ)ର ୨୪ତମ ଜାତୀୟ ସମ୍ମିଳନୀ ତାମିଲନାଡୁର ଚେନ୍ନାଇଠାରେ ଅନୁଷ୍ଠିତ ହୋଇଯାଇଛି। ଦୁଇଦିନ ଧରି ଅନୁଷ୍ଠିତ ଏହି ସମ୍ମିଳନୀରେ ଇସକଫ୍‌ର ଜାତୀୟ ପରିଷଦ ଅଧ୍ୟକ୍ଷ ଭାନୁଦେବ ଦତ୍ତ ସଭାପତିତ୍ୱ କରିଥିଲେ। ବିଶ୍ବ ଶାନ୍ତି ପରିଷଦର ସଭାପତି ପଲ୍ଲବ ସେନ ଗୁପ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମ୍ମିଳନୀକୁ ଉଦ୍‌ଘାଟନ କରିଥିଲେ। ଆନ୍ତର୍ଜାତୀୟ ଶାନ୍ତି, ଭାରତର ସାର୍ବଭୌମତ୍ୱ ଓ ସାମ୍ପ୍ରଦାୟିକ ସଦ୍ଭାବ ବଜାୟ ରଖିବା ଉପରେ ସମ୍ମିଳନୀରେ ବିଭିନ୍ନ ଆଲୋଚନାଚକ୍ରମାନ ହୋଇଥିଲା। ସେହିପରି ସମ୍ମିଳନୀ ଶେଷରେ ଚେନ୍ନାଇ ଘୋଷଣାନାମା ଗୃହୀତ କରାଯାଇ ଆନ୍ତର୍ଜାତୀୟ ସ୍ତରରେ ଅନ୍ୟ ଦେଶକୁ ଓ ଜାତୀୟ ସ୍ତରରେ ବିଭିନ୍ନ ରାଜ୍ୟ ମଧ୍ୟରେ ସାଂସ୍କୃତିକ ପ୍ରତିନିଧି ଦଳ ପ୍ରେରିତ କରାଯାଇ ସମ୍ପର୍କ ଏବଂ ସଂଗଠନ ସୁଦୃଢ଼ କରାଯିବାକୁ ନିଷ୍ପତ୍ତି ହୋଇଥିଲା। ଏହି ଅବସରରେ ଇସ୍‌କଫ ନୂତନ କର୍ମକର୍ତ୍ତା ନିର୍ବାଚନ କରାଯାଇଥିଲା। ପଶ୍ଚିମବଙ୍ଗର ବିଶିଷ୍ଟ ଲେଖକ ଭାନୁଦେବ ଦତ୍ତଙ୍କୁ ଅଧ୍ୟକ୍ଷ ଏବଂ ଓଡ଼ିଶାର ଶିକ୍ଷାବିତ ବିଜୟ ପଢିଆରିଙ୍କୁ ସାଧାରଣ ସମ୍ପାଦକ ଭାବେ ପୁନଃ ନିର୍ବାଚିତ କରାଯାଇଥିଲା। ସୁପ୍ରିମକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି କେ.ଜି.ବାଲକ୍ରିଷ୍ଣାନ, ଓଡ଼ିଶାର ଜଷ୍ଟିସ ମନୋରଞ୍ଜନ ମହାନ୍ତିଙ୍କୁ ସଭାପତି ମଣ୍ଡଳୀ ସଦସ୍ୟ ଏବଂ ନବଗଠିତ ୮୧ ଜଣିଆ ଜାତୀୟ ପରିଷଦକୁ ଓଡ଼ିଶାର ଜାନକୀ ବଲ୍ଲଭ ମହାନ୍ତି, ବିଜୟ ମହାନ୍ତି, ସଦାନନ୍ଦ ସାହୁ, କିଶୋରୀ ଦାସ, ସଞ୍ଜୟ ପରିଜା, ବିଷ୍ଣୁ ମୁଦୁଲିଙ୍କ ସହ ଗଞ୍ଜାମ ଜିଲାର ଆଇନଜୀବୀ ଗୋକୁଳ ଚନ୍ଦ୍ର ପଣ୍ଡା ଏବଂ ହରପ୍ରସାଦ ରଥଙ୍କୁ ନିର୍ବାଚିତ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri