କାଲି ମିଳିବ ୨୪ତମ ପିଏମ୍‌ କିଷାନ କିସ୍ତି, ରାଜ୍ୟର ୩୫.୩୯ ଲକ୍ଷ ଚାଷୀଙ୍କ…

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): ପିଏମ୍‌ କିଷାନ ଉତ୍ସବ ଦିବସ ଅବସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି(ପିଏମ୍‌ କିଷାନ) ଯୋଜନାର ୨୪ତମ କିସ୍ତି ପ୍ରଦାନ କରାଯିବ। ଏହି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଗୁଜରାଟର ବନସ୍‌କାଣ୍ଠାଠାରେ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶବ୍ୟାପୀ ଚାଷୀଙ୍କୁ ଏହି କିସ୍ତି ପ୍ରଦାନ କରିବେ।

ଏହାସହ ଓଡ଼ିଶା ପାଇଁ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ପୂର୍ବାହ୍ନ ୯ଟାରେ ସ୍ଥାନୀୟ ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜନ ହେବ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ୩୫ ଲକ୍ଷ ୩୯ ହଜାର ୨୯୭ ଜଣ ଚାଷୀଙ୍କ ବ୍ୟାଙ୍କ ଖାତାକୁ ମୋଟ୍‌ ୭୦୭,୮୫,୯୪,୦୦୦ ଟଙ୍କା ହସ୍ତାନ୍ତର କରାଯିବ। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Dharitri – Odisha’s No.1 Odia Daily

Share