୨୫.୫କିଲୋ ରୁପା ଅଳଙ୍କାର ଜବତ, ୫ ଗିରଫ

କଟକ ଅଫିସ, ୧୫।୧: ଜଗତ୍‌ପୁର ଥାନା ଅନ୍ତର୍ଗତ ଆଇବି ରୋଡରେ ଥିବା ବାସନ୍ତୀ ଦୁର୍ଗା ଅଳଙ୍କାର ଦୋକାନ ଚୋରି ଘଟଣାରେ ପୋଲିସ ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ପୋଲିସ ୨୫କିଲୋ ୫୦୦ ଗ୍ରାମ୍‌ ଓଜନର ରୁପା ଅଳଙ୍କାର, ୩୮୫ ଗ୍ରାମ୍‌ ଓଜନର ସୁନା ଅଳଙ୍କାର ସହ ନଗଦ ୧୨,୪୦୦ ଟଙ୍କା ଜବତ କରିଛି। ଏଥିସହିତ ଚୋରମାନେ ବ୍ୟବହାର କରୁଥିବା ଏକ କାର, ଗୋଟିଏ ସ୍କୁଟି, ମୋଟରସାଇକେଲ, ଗ୍ୟାସ୍‌ କଟର ସହ ୪ଟି ମୋବାଇଲ ଫୋନ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗତ୍‌ସିଂହପୁର ଜିଲା ରଘୁନାଥପୁରର ବାବୁ ଓରଫ ତପନ କୁମାର ସେଠୀ(୪୭), କଟକ ଜିଲା ଚୌଦ୍ୱାର ଓଟିଏମ୍‌ କଲୋନୀର ବାବି ଓରଫ ଅମୂଲ୍ୟ କୁମାର ମହାନ୍ତି (୪୨), ବଡ଼ମ୍ବାର ମୁନା ଓରଫ ରମେଶ ଚନ୍ଦ୍ର ସେଠୀ(୩୭), ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳର କୁନା ଓରଫ ତ୍ରିଲୋଚନ ସେଠୀ(୩୯)ଙ୍କ ସହ ଚୋରି ସାମଗ୍ରୀ କ୍ରୟ କରିଥିବା ଚାଉଳିଆଗଞ୍ଜର ପ୍ରଫୁଲ୍ଲ କୁମାର ସାହୁ(୫୫)। ଗିରଫ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟଚାଲାଣ କରାଯାଇଥିବା କଟକ ଡିସିପି ପ୍ରତୀକ ସିଂହ ବୁଧବାର ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗତ ଡିସେମ୍ବର ୫ତାରିଖ ରାତିରେ କେତେକ ଦୁର୍ବୃତ୍ତ ଜଗତପୁର ଆଇବି ରୋଡ୍‌ରେ ଥିବା ଏକ ଅଳଙ୍କାର ଦୋକାନର ପଛପାର୍ଶ୍ୱ କାନ୍ଥ ଭାଙ୍ଗି ସୁନା ଓ ରୁପା ଅଳଙ୍କାର ସହ ନଗଦ ଟଙ୍କା ଚୋରି କରିନେଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଥିଲା । ଦୁର୍ବୃତ୍ତମାନେ ଦୋକାନର କାନ୍ଥ ତାଡ଼ି ଦୋକାନରେ ଲାଗିଥିବା ସିସିଟିଭି କ୍ୟାମେରା ଭାଙ୍ଗିବା ସହ ହାର୍ଡଡିସ୍କକୁ କାଢ଼ି ନେଇଯାଇଥିଲେ। ଦୋକାନରୁ ପାଖାପାଖି ନଗଦ ୭୦ହଜାର ଟଙ୍କା ସହ ୪୦୦ ଗ୍ରାମ ଓଜନର ସୁନା ଅଳଙ୍କାର, ୪୦ କିଗ୍ରା ରୁପା ଅଳଙ୍କାର ଚୋରି କରିନେଇଥିବା ଦୋକାନ ମାଲିକ ଦୟାନିଧି ସାହୁ ଅଭିଯୋଗରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?