୨୫% ସଂରକ୍ଷଣରେ ନାମ ନ ଲେଖାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଶିକ୍ଷା ଅଧିକାର ଆଇନ (ଆର୍‌ଟିଇ)-୨୦୦୯ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା ରହିଛି। ହେଲେ ବହୁ ଘରୋଇ ସ୍କୁଲ ଏହାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରୁ ନ ଥିବାରୁ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିବାକୁ ଯାଉଛନ୍ତି। ଏଣିକି ଆର୍‌ଟିଇରେ ନାମ ଲେଖାଇବାକୁ ମନା କରୁଥିବା ସ୍କୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ବୁଧବାର ଏନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଖିଲାପକାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ସହ ୧୫ ଦିନ ଭିତରେ ରିପୋର୍ଟ ଦାଖଲ ପାଇଁ ଗଣଶିକ୍ଷା ପ୍ରମୁଖ ସଚିବ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ପ୍ରାୟ ୨୫୦୦୦ ପିଲା ଆର୍‌ଟିଇରେ ଆଡ୍‌ମିଶନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏଥିପାଇଁ ଖୁବ୍‌ଶୀଘ୍ର ପୁଣି ପୋର୍ଟାଲ ଖୋଲାଯିବ ବୋଲି ପ୍ରମୁଖ ସଚିବ ଆଲୋଚନା ସମୟରେ କହିଛନ୍ତି।
ଅପରପକ୍ଷେ ଯେପର୍ଯ୍ୟନ୍ତ ଆଡ୍‌ମିଶନ ପାଇଁ ଯୋଗ୍ୟ ଅଭିଭାବକମାନେ ସମ୍ପୂର୍ଣ୍ଣ ଭାବେ ଲାଭବାନ୍‌ ହୋଇପାରି ନାହାନ୍ତି ଓଡିଶା ଅଭିଭାବକ ମହାସଂଘ ଶତ ପ୍ରତିଶତ ଉଦ୍ୟମ ଜାରିରଖିବ ବୋଲି ଏହାର ସହଅଧ୍ୟକ୍ଷ ପ୍ରସନ୍ନ ବିଷୋୟୀ କହିଛନ୍ତି। ତାଙ୍କ କହିବାନୁସାରେ, ମହାସଂଘର ବାରମ୍ବାର ଧାରଣା, ଧର୍ମଘଟ, ଅନଶନ ପରେ ଗତବର୍ଷ ଏହି ଆଇନ କାର୍ଯ୍ୟକାରୀ ହୋଇଥିଲା। ପ୍ରଥମ ବର୍ଷ ମାତ୍ର ୫ହଜାର ପିଲା ଆଡ୍‌ମିଶନ କରିଥିଲେ। ଆଇନ ଠିକ ଭାବେ କାର୍ଯ୍ୟକାରୀ ହେଲେ ବର୍ଷକୁ ପାଖାପାଖି ୭୦ ହଜାରରୁ ଅଧିକ ଗରିବ ପିଲା ଏହି ସୁବିଧା ପାଇ ପାରିବେ। ଏବର୍ଷ ମଧ୍ୟ ପ୍ରାୟ ୧୫ ହଜାର ପିଲା ଆଡ୍‌ମିଶନ ପାଇଁ ପୋର୍ଟାଲରେ ଆବେଦନ କରି ଯୋଗ୍ୟ ବିବେଚିତ ହୋଇଛନ୍ତି। ୩ରୁ ୭ବର୍ଷ ବୟସର ପିଲା ଉଭୟ ନର୍ସରୀ ଓ ପ୍ରଥମ ଶ୍ରେଣୀରେ ଆଡ୍‌ମିଶନର ବ୍ୟବସ୍ଥା ରହିଛି। ମାତ୍ର ଘରୋଇ ସ୍କୁଲଗୁଡିକ ଆଇନକୁ ଉଲ୍ଲଂଘନ କରୁଛନ୍ତି। ଆଡ୍‌ମିଶନ ପାଇଁ ଆସୁଥିବା ଏହି ବର୍ଗର ଅଭିଭାବକ ଓ ପିଲାଙ୍କୁ ସିଧା ମନା କରି ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ ଗଣଶିକ୍ଷା ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ଭେଟି ଆଇନ ଖିଲାପକାରୀ ସ୍କୁଲ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ସହ ଜରିମାନା କରିବାକୁ ଅନୁରୋଧ କରିଥିଲେ। ସୂଚନାଯୋଗ୍ୟ, ମହାସଂଘର ଅଭିଯୋଗ ଓ ଦାବି ପରେ ଆର୍‌ଟିଇ ଆଇନ ମାନୁ ନ ଥିବା ସ୍କୁଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ସ୍ବୀକୃତି ପ୍ରତ୍ୟାହାର କରିବାକୁ ପୂର୍ବରୁ ବିଭାଗ ପକ୍ଷରୁ ସବୁ ଜିଲା ଶିକ୍ଷା ଓ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri