ବାମୁନି ଗ୍ରାମରେ ମରିଲେଣି ୨୫ରୁ ଉର୍ଦ୍ଧ୍ବ ଗୋରୁ, ମକା କାରଖାନାକୁ ଦାୟୀ କରୁଛନ୍ତି ଗ୍ରାମବାସୀ

ନବରଙ୍ଗପୁର,୧।୪(ସଦାଶିବ ପ୍ରହରାଜ): ମକା କାରଖାନାରୁ ବାହାରୁଛି ଦୂଷିତ ପାଣି । ତେବେ ଏହା ପିଇ ୨୫ରୁ ଉର୍ଦ୍ଧ୍ବ ଗାଈ, ବଳଦ, ବାଛୁରୀର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । କାରଖାନା ଦ୍ୱାରା ହୋଇଥିବା କ୍ଷତି ଯୋଗୁଁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି । ଅଭିଯୋଗ ପାଇବା ପରେ ନବରଙ୍ଗପୁର ଜିଲାପାଳ ଡଃ ମହେଶ୍ୱର ସ୍ବାଇଁ, ବିଧାୟକ ଗୌରୀଶଙ୍କର ମାଝୀ, କୋଷାଗୁମୁଡା ବିଡ଼ିଓ ଆଶିଷ ତ୍ରିପାଠୀ ଘଟଣା ସ୍ଥଳରେ ପହଞ୍ଚି ଘଟଣା ବିଷୟରେ ପଚାରି ବୁଝିଛନ୍ତି । ଅନ୍ୟପଟେ ପୋଲିସ ପ୍ରଶାସନ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

ଖବର ଅନୁସାରେ, ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ ରାଜଡ଼ା ପଞ୍ଚାୟତ ବାମୁନି ଗ୍ରାମରେ ଆନ୍ଧ୍ରପ୍ରଦେଶର ଏକ ମକା କାରଖାନା ସ୍ଥାପନ କରାଯାଇଛି । ଏହାର ଦୂଷିତ ପାଣି ନାଳ ମାଧ୍ୟମରେ ବାହାରକୁ ଛଡା ଯାଉଛି । ଅଞ୍ଚଳର ଗାଈ ବଳଦ ବାଛୁରୀ ଖାଦ୍ୟ ଖାଇବାକୁ ଯାଇ ଏହି ଦୂଷିତ ପାଣି ପିଇ ୨୫ ରୁ ଉର୍ଦ୍ଧ୍ବ ମୃତ୍ୟୁ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଗାଈ ମୃତ୍ୟୁ ଖବର ଜାଣିବା ପରେ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ, ବିଧାୟକ ଓ ପ୍ରାଣୀ ଚିକିତ୍ସକ କର୍ମଚାରୀ ଉପସ୍ଥିତ ରହି କେଉଁ କାରଣରୁ ଏଭଳି ଘଟଣା ଘଟିଛି ତଦନ୍ତ ଆରମ୍ଭ କରିଛନ୍ତି ।

ଅନ୍ୟପଟେ ମୃତ ଗାଈ ମାଲି ମାନେ କ୍ଷତି ପୂରଣ ସହ ଅଞ୍ଚଳର ପଶୁ ସୁରକ୍ଷା ପାଇଁ ଦାବି କରିଛନ୍ତି । କେଉଁ କାରଣରୁ ଗାଈ ମୃତ୍ୟୁ ହୋଇଛି ପାଣିର ପରୀକ୍ଷା ପରେ ଜଣାପଡିବ ବୋଲି ଜିଲାପାଳ କହିଛନ୍ତି । ପ୍ରାଣୀ ଡାକ୍ତର ମୃତ ଗାଈମାନଙ୍କର ବ୍ୟବଚ୍ଛେଦ କରି ରିପୋର୍ଟ ଆସିଲା ପରେ ଯଦି ପ୍ରକୃତରେ ପାଣି ଦ୍ୱାରା ଗାଈ ମୃତ ହୋଇଛନ୍ତି ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ କହିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri