କୁମ୍ଭୀର ପ୍ରଜନନ କେନ୍ଦ୍ରରେ ଜନ୍ମ ନେଲେ ୨୫ ଶାବକ

ରାଜନଗର,୬ା୯ (ଭାସ୍କର ରାଉତରାୟ): ବଉଳା କୁମ୍ଭୀରଙ୍କ ଭୂସ୍ବର୍ଗ ଭାବେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ଥିବା ବିଶ୍ୱର ସର୍ବପ୍ରଥମ କୃତ୍ରିମ ପ୍ରଜନନ କେନ୍ଦ୍ରରୁ ଗୁରୁବାର ପ୍ରଥମ ଦିନରେ ୨୫ ଶାବକ ଜନ୍ମ ନେଇଛନ୍ତି। ୭୫ଦିନ ପରେ ଅଣ୍ଡାରୁ ଛୁଆଫୁଟିବା ଆରମ୍ଭ ହୋଇଛି। ଆସନ୍ତା ଦିନେ ଦୁଇଦିନ ଭିତରେ ଅନ୍ୟ ଅଣ୍ଡାଗୁଡ଼ିକରୁ କୁମ୍ଭୀର ଶାବକ ଜନ୍ମ ନେବେ ବୋଲି ବନ ବିଭାଗ ସୂତ୍ରରୁ ପ୍ରକାଶ।
ଚଳିତବର୍ଷ ଭିତରକନିକାରେ ପ୍ରବାହିତ ନଦୀ, ନାଳଗୁଡ଼ିକରେ ବାସ କରୁଥିବା ବଉଳା କୁମ୍ଭୀରଙ୍କ ୧୧୪ଟି ବସା ଚିହ୍ନଟ ହୋଇଥିଲା। ସେଥିମଧ୍ୟରୁ ନଦୀକୂଳ କନିକା ରେଞ୍ଜ ଅଞ୍ଚଳରୁ ଜୁଆର ମାଡ଼ି ଯାଉଥିବା ସ୍ଥାନରେ ଥିବା ଗୋଟିଏ କୁମ୍ଭୀର ବସାରୁ ୫୪ଟି ଅଣ୍ଡା ସଂଗ୍ରହ କରାଯାଇଥିଲା। ଏହି ଅଣ୍ଡାକୁ କୃତ୍ରିମ କୁମ୍ଭୀର ପ୍ରଜନନ କେନ୍ଦ୍ରରେ ଛୁଆ ଫୁଟାଇବା ପାଇଁ ରଖାଯାଇଥିଲା। ସେଥିମଧ୍ୟରୁ ଗୁରୁବାର ୨୫ଟି ଶାବକ ଜନ୍ମଗ୍ରହଣ କରିଛନ୍ତି। ପ୍ରତିବର୍ଷ ବଉଳା କୁମ୍ଭୀର ପ୍ରଜନନ ଋତୁରେ ମା’ କୁମ୍ଭୀର ଅନ୍ତଃସତ୍ତ୍ୱା ହେବା ପରେ ଅଣ୍ଡା ଦେବା ପାଇଁ ନିରାପଦ ସ୍ଥାନ ଖୋଜିଥାଏ। ନାଳଠାରୁ ଉଚ୍ଚା ସ୍ଥାନରେ ବସା କରିଥାଏ। ଖରଖରି ପତ୍ର ଓ କାଠିକୁଟାକୁ ସଂଗ୍ରହ କରି ୨ ଫୁଟ ଉଚ୍ଚର ଗଦା କରିଥାଏ। ଗଦା ଉପରେ କୁମ୍ଭୀର ଅଣ୍ଡା ଦେବା ପରେ ତା’ ଉପରେ ପୁଣି ଖରଖରି ପତ୍ର ଓ କାଠି କୁଟା ଘୋଡ଼ାଇ ଦେଇଥାଏ। ପ୍ରତ୍ୟେକ କୁମ୍ଭୀର ୪୦ରୁ ୬୦ଟି ଅଣ୍ଡା ଦେଇଥାନ୍ତି। ଅଣ୍ଡା ଦେବାର ୭୫ ଦିନ ମଧ୍ୟରେ ଛୁଆ ବାହାରିଥାଏ। ସଂଗୃହୀତ ଅଣ୍ଡାଗୁଡ଼ିକୁ ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ପ୍ରଜନନ କେନ୍ଦ୍ରରେ ଖରଖରି ଓ ହେନ୍ତାଳ ପତ୍ର ଘୋଡ଼ାଇ ରଖାଯାଇଥିଲା। ୩୨ରୁ ୩୩ ଡିଗ୍ରୀ ତାପମାତ୍ରାରେ କୁମ୍ଭୀର ଅଣ୍ଡାଗୁଡ଼ିକୁ ପତ୍ର ଘୋଡ଼ାଇ ରଖାଯିବା ସହ ପ୍ରତି ୨ ଘଣ୍ଟାରେ ଥରେ ତାପମାତ୍ରା ମପାଯାଉଥିଲା। ରଖାଯାଇଥିବା ଅଣ୍ଡାରୁ କୁମ୍ଭୀର ଶାବକ ଜନ୍ମ ନେଇଛନ୍ତି। ୧୯୭୫ରୁ ବିଶ୍ୱର ସର୍ବପ୍ରଥମ ଏହି ବଉଳା କୁମ୍ଭୀର ପ୍ରଜନନ କେନ୍ଦ୍ର ସ୍ଥାପନ କରାଯାଇଛି। ସେବେଠୁ କୃତ୍ରିମ ଉପାୟରେ ଏହି ପ୍ରକ୍ରିୟା ଚାଲୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri