ବିଶ୍ୱରେ ସ୍କୁଲ ଶିକ୍ଷାରୁ ବଞ୍ଚିତ ଅଛନ୍ତି ୨୫କୋଟି ପିଲା: ଜାତିସଂଘ

ନୂଆଦିଲ୍ଲୀ,୨୨।୯: ଖାଦ୍ୟ, ପୋଷାକ ଓ ବାସଗୃହ ପରି ଶିକ୍ଷା ମଧ୍ୟ ପ୍ରତିଟି ମନୁଷ୍ୟର ମୌଳିକ ଅଧିକାର। ସେଥିପାଇଁ ଭାରତରେ ୬ରୁ ୧୪ବର୍ଷ ଯାଏଁ ପିଲାଙ୍କ ପାଇଁ ଶିକ୍ଷାକୁ ମାଧ୍ୟତାମୂଳକ କରାଯାଇଥିବାବେଳେ ବିଶ୍ୱରେ ଏହାକୁ ୧୫ବର୍ଷ ଯାଏଁ ବାଧ୍ୟତାମୂଳକ କରାଯାଇଛି। କିନ୍ତୁ ଏସବୁ ଆଇନକାନୁନ୍‌ ଅକାମୀ ହୋଇଯାଇଛି ପରି ମନେ ହେଉଛି। କାରଣ ମିଳିତ ଜାତିସଂଘର ଏକ ରିପୋର୍ଟ ଅନୁଯାୟୀ, ବିଶ୍ୱର ୨୫କୋଟି ପିଲା ଏବେ ବି ସ୍କୁଲ ଶିକ୍ଷାରୁ ବଞ୍ଚିତ ଅଛନ୍ତି। ସେହିପରି ଦକ୍ଷିଣ ଏସିଆର ୩କୋଟି ୫୦ଲକ୍ଷରୁ ଅଧିକ ପିଲା ଉପଯୁକ୍ତ ଭାବେ ପ୍ରାଥମିକ ଶିକ୍ଷା ଗ୍ରହଣ କରିନାହାଁନ୍ତି।

ୟୁନିସେଫ ରିପୋର୍ଟ ଅନୁଯାୟୀ, ଯେଉଁ ଦେଶରେ ପ୍ରାଥମିକ ଶିକ୍ଷାରୁ ବଞ୍ଚିତ ପିଲାଙ୍କ ସଂଖ୍ୟା ବୃଦ୍ଧି ପାଇଛି, ସେହି ଦେଶ ଗଭୀର ଅସମାନତାର ଶିକାର ହେବାକୁ ଯାଉଛନ୍ତି। କମ୍‌ ଆୟ କରୁଥିବା ଦେଶଗୁଡିକରେ ପ୍ରାୟ ପାଞ୍ଚଟି ପିଲାଙ୍କ ମଧ୍ୟରୁ କେବଳ ଜଣେ ପ୍ରାଥମିକ ଶିକ୍ଷା ପାଇଁ ନାମ ଲେଖାଇପାରୁଛନ୍ତି।

ଏହି ପରିପ୍ରେକ୍ଷୀରେ, ମିଳିତ ଜାତିସଂଘର ଶିକ୍ଷାଗତ, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନ ୟୁନେସ୍କୋ ଏହାର ନୂତନ ରିପୋର୍ଟ ‘ଏସଡିଜି ମିଡର୍ଟମ ପ୍ରୋଗେସିଭ ରିଭ୍ୟୁ’ ଅନୁଯାୟୀ, ୨୦୨୧ରୁ ସ୍କୁଲ ଶିକ୍ଷାରୁ ବଞ୍ଚିତ ପିଲାମାନଙ୍କର ସଂଖ୍ୟା ହ୍ରାସ ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଖ୍ୟା ଗତ ଦୁଇ ବର୍ଷ ତୁଳନାରେ ୬୦ଲକ୍ଷ ବୃଦ୍ଧି ପାଇ ୨୫କୋଟିରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?