ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍‌ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସରେ ଏହା ଘୋଷଣା କରିଛନ୍ତି। ଏଥିପୂର୍ବରୁ ଗତ ମାସରେ ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ କରୋନା ପରିଚାଳନା ଲାଗି ୨୫ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା।
ଉକ୍ତ ଅର୍ଥରାଶି ବିନିଯୋଗରେ ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ବୌଦ୍ଧ, ସୁବର୍ଣ୍ଣପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାରେ କରୋନା ମୁକାବିଲା ଲାଗି ଆବଶ୍ୟକ ଜରୁରୀ ଉପକରଣ କିଣାଯାଇଛି। ଭେଣ୍ଟିଲେଟର, ଅକ୍ସିଜେନ୍‌ ପାଇପ୍‌, ଅଟୋଆନାଲାଇଜର, ସିବିସି ମେଶିନ୍‌, ଅକ୍ସିମିଟର ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଅତିରିକ୍ତ ସହାୟତା ଦ୍ବାରା କୋଭିଡ୍‌ ପ୍ରଭାବିତ ସମ୍ପୃକ୍ତ ଜିଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ପଶ୍ଚିମ ଓଡ଼ିଶାର କୋଭିଡ୍‌ ସ୍ଥିତିରେ ଉନ୍ନତି ଆସୁଛି। ଜନସାଧାରଣଙ୍କ ସହଯୋଗରୁ ଏହା ସମ୍ଭବ ହୋଇପାରିଛି। କରୋନା ପରିଚାଳନାରେ ଆଗଧାଡ଼ିରେ ରହି କାମ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଅଙ୍ଗନଓ୍ବାଡି କର୍ମୀ, ଆଶାକର୍ମୀଙ୍କ ଅକ୍ଳାନ୍ତ ପରିଶ୍ରମ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସମସ୍ତଙ୍କ ମିଳିତ ଉଦ୍ୟମରେ ସଙ୍କଟରୁ ମୁକ୍ତି ମିଳିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ପଶ୍ଚିମ ଓଡ଼ିଶାର ସମ୍ପୃକ୍ତ ୧୧ ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜଭୁତ୍‌ କରିବାକୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଆଗେଇ ଆସିଛି। ଏଥିଲାଗି ମୁଖ୍ୟମନ୍ତ୍ରୀ ପରିଷଦକୁ ଧନ୍ୟବାଦ ଜଣାଇଛନ୍ତି। ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ଅଧିକ ପାଣ୍ଠି ଦିଆଯାଉଛି। ଡବ୍ଲ୍ୟୁଓଡିସି ଏହି ଦାୟିତ୍ୱକୁ ସଫଳ ଭାବେ ନିର୍ବାହ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି। କୋଭିଡ୍‌ ମୁକାବିଲାରେ ଓଡ଼ିଶା ଉଦାହରଣ ସୃଷ୍ଟି କରିପାରିଛି। ଅକ୍ସିଜେନ ଯୋଗାଣ କରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି। ଏଭଳି ସଙ୍କଟ ସମୟରେ ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’। ସମସ୍ତଙ୍କୁ ଯେପରି ଉତ୍ତମ ଚିକିତ୍ସା ମିଳିପାରିବ ସେଥିଲାଗି ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନୀ ସାହୁ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଉପମୁଖ୍ୟ ସଚେତକ ରୋହିତ ପୂଜାରୀଙ୍କ ସମେତ ଏମ୍‌ପି ଓ ବିଧାୟକମାନେ ଯୋଗଦେଇଥିଲେ। ଡବ୍ଲ୍ୟୁଓଡିସି ଅଧ୍ୟକ୍ଷ ଅସିତ୍‌ ତ୍ରିପାଠୀ ସ୍ବାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିଶନର ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri