Posted inଜାତୀୟ

ଏନ୍‌ଆଇଏ ରାଡାରରେ ୨୫ ଭାରତୀୟ, ଆଇଏସ୍‌ ସହ ସମ୍ପର୍କ ସନ୍ଦେହ…

ନୂଆଦିଲ୍ଲୀ,୧।୯: ଆଫଗାନିସ୍ତାନରେ ରହୁଥିବା ୨୫ ଜଣ ଭାରତୀୟ ନାଗରିକ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ରାଡାରରେ ଅଛନ୍ତି। ଏଜେନ୍ସି ସନ୍ଦେହ କରୁଛି ଯେ ସମସ୍ତେ ଆଇଏସ ଆତଙ୍କବାଦୀ ସଂଗଠନ ସହିତ ଯୋଗାଯୋଗରେ ରହିଥାଇ ପାରନ୍ତି। ସୂଚନାନୁସାରେ, ଏହି ଆତଙ୍କବାଦୀମାନେ ଆଫଗାନିସ୍ତାନ ଏବଂ ପାକିସ୍ଥାନ ସୀମାବର୍ତ୍ତୀ ଅଞ୍ଚଳ ନଙ୍ଗରହାର ନିକଟରେ ରହୁଛନ୍ତି। ନିକଟରେ ଏନଆଇଏ ମୁନିସିବ ନାମକ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ଚିହ୍ନଟ କରିଥିଲା। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ ରହୁଥିବା ଏନ୍‌ଆଇଏ ପକ୍ଷରୁ କୁହାଯାଇଛି।

୨୫ ମାର୍ଚ୍ଚ ୨୦୨୦ରେ ଆଫଗାନିସ୍ତାନର କାବୁଲରେ ଗୁରୁଦ୍ୱାରା ଉପରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆତଙ୍କବାଦୀ ଆକ୍ରମଣରେ ଭାରତୀୟ ନାଗରିକଙ୍କ ସମେତ ୨୭ ଜଣଙ୍କର ମୃତ୍ୟୁ ଘଟିଥିଲା। କାବୁଲର ଗୁରୁଦ୍ୱାରା ଉପରେ ହୋଇଥିବା ଆକ୍ରମଣର ଅନୁସନ୍ଧାନ ଏନଆଇଏ କରୁଛି। ଆତଙ୍କବାଦୀ ସଂଗଠନ ଆଇଏସ୍‌କେପି ଏହି ଆକ୍ରମଣ କରିଥିବା ସ୍ବୀକାର କରିଥିଲା। ଏନ୍‌ଆଇଏ ଟିମ୍‌ ଆଫଗାନିସ୍ତାନ ଯାଇ ଏହି ଘଟଣାର ଅନୁସନ୍ଧାନ କରୁଛି। ଅନୁସନ୍ଧାନରୁ ଜଣାପଡିଛି ଯେ ଆତଙ୍କବାଦୀମାନେ ଗୁରୁଦ୍ୱାରରେ ପ୍ରବେଶ କରି ଲୋକଙ୍କ ଉପରେ ଗୁଳି ଚଳାଇଥିଲେ। ଏନ୍‌ଆଇଏ ସନ୍ଦେହ କରୁଛି ଯେ କେରଳର ବାସିନ୍ଦା ମୁହସିନ ମଧ୍ୟ ଏହି ମାମଲାରେ ସମ୍ପୃକ୍ତ ଅଛନ୍ତି। ଏହି ଅନୁସନ୍ଧାନ ବେଳେ ଆଫଗାନିସ୍ତାନରେ ରହୁଥିବା ଆଉ କିଛି ଭାରତୀୟ ଆତଙ୍କବାଦୀଙ୍କ ସହ ଜଡିତ ଥିବା ସନ୍ଦେହ କରାଯାଉଛି।

ଆଫଗାନିସ୍ତାନରେ ତାଲିବାନ ଦଖଲ ପରେ ଜେଲରେ ଥିବା ଅନେକ କଏଦୀଙ୍କୁ ମୁକ୍ତ କରାଯାଇଛି। ଏଥିରେ ବହୁ ଓ୍ବାଣ୍ଟେଡ୍‌ ଆତଙ୍କବାଦୀ ମଧ୍ୟ ସାମିଲ ଅଛନ୍ତି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଖୋରାସାନ ପ୍ରଦେଶ (ଆଇଏସକେପି)ର ଆତଙ୍କବାଦୀମାନେ ମଧ୍ୟ ଜେଲରୁ ମୁକୁଳିଛନ୍ତି। ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ ତାଲିବାନ୍‌ର ନିକଟତର ହେଉଥିବା ସେଇ ସତର୍କ ସୂଚନା ମଧ୍ୟ ଏନ୍‌ଆଇଏ ପ୍ରଦାନ କରାଯାଇଛି। ସେହିପରି ପାକିସ୍ତାନ ପରିବର୍ତ୍ତିତ ଆଫଗାନିସ୍ତାନ ପରିସ୍ଥିତିର ଲାଭ ଉଠାଇବାର ଆଶଙ୍କା ରହିଛି। ପାକିସ୍ତାନ ଭାରତ ପାଇଁ ସଙ୍କଟ ସୃଷ୍ଟି କରୁଥିବାର ଷଡ଼ଯନ୍ତ୍ର କରୁଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri