୨୫ରୁ କୂର୍ମୀ କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ମହାସଭା: ଘୁମୁସର ବୀର ଚକରାଙ୍କ ଇତିହାସ ଜାଣିବେ

ଭଞ୍ଜନଗର,୭।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ନିଖିଳ ଉତ୍କଳ କୁର୍ମି କ୍ଷତ୍ରିୟ ସଂସ୍ଥାର ଦ୍ୱାଦଶତମ ପ୍ରଦେଶ ମହାସଭା ଅନୁଷ୍ଟିତ ହେବ। ୪ ଦିନ ଧରି ହେବାକୁ ଥିବା ସମ୍ମିଳନୀରେ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରାୟ ୫ ହଜାରରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ଯୋଗଦେବେ। ତେଣୁ କାର୍ଯ୍ୟକ୍ରମ କିଭଳି ସଫଳ ହେବ ସେଥିପାଇଁ ଭଞ୍ଜନଗର ବିଧାୟକ ତଥା ବାରୁଡ଼ା ଅଞ୍ଚଳ ସଭାପତି ପ୍ରଦ୍ୟୁମ୍ନ କୁମାର ନାୟକ ବାରମ୍ବାର ସମୀକ୍ଷା କରୁଛନ୍ତି। ତେଣୁ ବିଧାୟକ ଶନିବାର ତିଳିସିଙ୍ଗି, ବାରୁଡ଼ା, ଲେମ୍ଭେଇ ପ୍ରମୁଖ ଗ୍ରାମ ପରିଦର୍ଶନ କରି ମହାସଭାକୁ ଆସିବାକୁ ଥିବା କର୍ମକର୍ତ୍ତା କିଭଳି ରହିବେ ତାହାର ତଦାରଖ କରିଥିଲେ। ଏଥିସହ ଚକରା ଘାଟି ପରିଦର୍ଶନ କରିଥିଲେ। ମହାସଭା ସମୟରେ ରାଜ୍ୟ ଓ ରାଜ୍ୟ ବାହାରୁ ଆସିବାକୁ ଥିବା କର୍ମକର୍ତ୍ତାମାନେ ଚକରା ଘାଟି ପରିଦର୍ଶନ କରି ଘୁମୁସର ବୀର ଚକରାଙ୍କ ଇତିହାସ ଉପରେ ଜାଣିବେ। ତେଣୁ ଏଥିପାଇଁ ମଧ୍ୟ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଶନିବାର ସମୀକ୍ଷା ସମୟରେ ରାଜ୍ୟର ଧରାକୋଟ, ଶେରଗଡ଼, ସୋରଡା, ଜିଲୁଣ୍ଡି, କରଚୁଲି, ସାକିରି, ଫୁଲବାଣୀ, ଭବାନୀପାଟଣା, ଛାମୁଣ୍ଡା, ବାରୁଡ଼ା ପ୍ରମୁଖ ଅଞ୍ଚଳର କର୍ମକର୍ତ୍ତା ମାନେ ଉପସ୍ଥିତ ରହି ବିଧାୟକଙ୍କ ସହ ଆଲୋଚନା କରିଥିଲେ । ଆସନ୍ତା ସମ୍ମିଳନୀରେ ମହିଳା ସଶକ୍ତିକରଣ, ନାରୀ , ଶିକ୍ଷା, ଯୁବ ବିକାଶ, ଜାତିର ସଂଗଠନ, ସାମାଜିକ ସ୍ଥିତି, ରାଜନୀତି ସ୍ଥିତି, ଯୌତୁକ ପ୍ରଥା ସମ୍ପୂର୍ଣ ଉଚ୍ଛେଦ ପ୍ରମୁଖ ବିଷୟରେ ଆଲୋଚନା ହେବାର ସମ୍ଭାବନା ରହିଛି। ବିଧାୟକଙ୍କ ଗସ୍ତ ସମୟରେ ପ୍ରଦେଶ ସଭାପତି ସୂର୍ଯ୍ୟ ନାରାୟଣ ପ୍ରଧାନ, ପ୍ରଦେଶ ସମ୍ପାଦକ ବିଶନାଥ ରାଉତ, ରାଷ୍ଟ୍ରୀୟ ସଦସ୍ୟ ଗଙ୍ଗାଧର ନାୟକ, ରାଷ୍ଟ୍ରୀୟ ସଚିବ ନେତାଜୀ ବିଷୋୟୀ, ପ୍ରଦେଶ ସଭ୍ୟ ସୂର୍ଯ୍ୟ ନାରାୟଣ ନାୟକ, ବଂଶୀଧର ନାୟକ, ବୈଦ୍ୟନାଥ ପ୍ରଧାନ, ପୁର୍ବତନ ବ୍ଲକ ଅଧ୍ୟକ୍ଷ ଭବାନୀ ଶଙ୍କର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଦେଶ ମହାସଭାରେ ରାଷ୍ଟ୍ରୀୟ ଅଖିଳ ଭାରତୀୟ କୁର୍ମୀ କ୍ଷତ୍ରିୟ ମହାସଭା ଅଧକ୍ଷ ଡ. ବିଜୟ ସିଂ ନିରଞ୍ଜନ, ସଂଯୋଜକ ଏଲ ପି ପଟେଲ, ରାଷ୍ଟ୍ରୀୟ ଅଖିଳ ଭାରତୀୟ କୁର୍ମି କ୍ଷତ୍ରିୟ ମହିଳା ଅଧ୍ୟକ୍ଷା ଲତା ଚନ୍ଦ୍ରକର, ଯୁବ ସଚିବ ଅରୁଣ କୁମାର ପଟେଲ ପ୍ରମୂଖ ଯୋଗଦେବା ପାଇଁ ସ୍ବୀକୃତି ପ୍ରଦାନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri