୨୫ ଲକ୍ଷର ବ୍ରାଉନ୍‌ସୁଗାର ଜବତ, ୫ ଗିରଫ

ପୁରୀ ଅଫିସ, ୧୪ା୧୦: ପୁରୀ ସହରରେ ବ୍ରାଉନସୁଗାର କାରବାର ବଢିଚାଲିଛି। ବିଶେଷକରି ଯୁବପିଢ଼ି ଏହି କାରବାରରେ ସମ୍ପୃକ୍ତ ହେଉଥିବାବେଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଏଠାକୁ ଧଳାଜହର ଆସୁଛି। ମଙ୍ଗଳବାର ରାତିରେ ପୁରୀ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ ଟିମ୍‌ ବ୍ରାଉନ ସୁଗାର ବିକ୍ରି କରୁଥିବା ଏକ ର଼୍ୟାକେଟ୍‌ର ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଜିଲା ଖଣ୍ଡଗିରି ଥାନା ଅଧୀନ ଭୁବନେଶ୍ୱର ପୋଖରୀପୁଟ ଅଞ୍ଚଳର ଧୀରେନ୍ଦ୍ର ସାହୁ ଓରଫ ଟୁଟୁ (୪୦), ଖଣ୍ଡଗିରି ଅଞ୍ଚଳର ସୁବ୍ରତ ଖୁଣ୍ଟିଆ (୨୩), ଡୁମୁଡୁମା ଅଞ୍ଚଳର ମାଧବ ମଣ୍ଡଳ ଓରଫ ସନା (୨୮), ସୁରଜ ପରିଡ଼ା ଓରଫ ଗୁଡୁ (୨୧) ଏବଂ ବାଣପୁର ଥାନା ଅନ୍ତର୍ଗତ ଖୁଣ୍ଟପାଲିର ଆଦିତ୍ୟ ନାରାୟଣ ସ୍ବାଇଁ (୩୦)। ଏମାନଙ୍କଠାରୁ ୨୫୦ଗ୍ରାମର ବ୍ରାଉନସୁଗାର ସମେତ ୧୧ଟି ମୋବାଇଲ ଫୋନ, ୫ହଜାର ଟଙ୍କା, ଏଟିଏମ୍‌ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ଏକ ବାଇକ (ନଂ. ଓଡି ୩୩ ପି ୬୫୬୮) ଏବଂ ଏକ କାର୍‌ (ନଂ. ଓଆର୍‌ ୦୨-ଏଏମ୍‌ ୯୪୯୬) ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି। ଏ ନେଇ କେସ୍‌ ନଂ. ୧୫୯/୨୧ ରୁଜୁ କରାଯାଇଛି।
ପୋଲିସ ସୂଚନା ମୁତାବକ, ପୁରୀରେ ବ୍ରାଉନସୁଗାର କାରବାର ରୋକିବା ପାଇଁ ଏସ୍‌ପି କନଓ୍ବର ବିଶାଲ ସିଂ ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଗଠନ କରିଛନ୍ତି। ଏଥିରେ ଅତିରିକ୍ତ ଏସ୍‌ପି ମିହିର ପଣ୍ଡା, ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢୀ, ସଦର ଏସ୍‌ଡିପିଓ ଏବଂ ବଳିଆପଣ୍ଡା ଥାନା ଅଧିକାରୀ ସାମିଲ ଅଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ପୁରୀ ବାଇପାସ୍‌ ନିକଟରେ ବ୍ରାଉନସୁଗାର ବିକ୍ରି ଲାଗି ଯୋଜନା ଚାଲିଥିବାବେଳେ ପୋଲିସ ଖବର ପାଇଥିଲା। ବଳିଆପଣ୍ଡା ଥାନା ଅଧିକାରୀ ସେଠୀଙ୍କ ନେତୃତ୍ୱରେ ଏସ୍‌ଟିଏଫ୍‌ ଟିମ୍‌ ସେଠାରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri