୨୫ ଲକ୍ଷର ବ୍ରାଉନ୍‌ସୁଗାର ଜବତ, ୫ ଗିରଫ

ପୁରୀ ଅଫିସ, ୧୪ା୧୦: ପୁରୀ ସହରରେ ବ୍ରାଉନସୁଗାର କାରବାର ବଢିଚାଲିଛି। ବିଶେଷକରି ଯୁବପିଢ଼ି ଏହି କାରବାରରେ ସମ୍ପୃକ୍ତ ହେଉଥିବାବେଳେ ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଏଠାକୁ ଧଳାଜହର ଆସୁଛି। ମଙ୍ଗଳବାର ରାତିରେ ପୁରୀ ପୋଲିସର ସ୍ପେଶାଲ ଟାସ୍କ ଫୋର୍ସ ଟିମ୍‌ ବ୍ରାଉନ ସୁଗାର ବିକ୍ରି କରୁଥିବା ଏକ ର଼୍ୟାକେଟ୍‌ର ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଜିଲା ଖଣ୍ଡଗିରି ଥାନା ଅଧୀନ ଭୁବନେଶ୍ୱର ପୋଖରୀପୁଟ ଅଞ୍ଚଳର ଧୀରେନ୍ଦ୍ର ସାହୁ ଓରଫ ଟୁଟୁ (୪୦), ଖଣ୍ଡଗିରି ଅଞ୍ଚଳର ସୁବ୍ରତ ଖୁଣ୍ଟିଆ (୨୩), ଡୁମୁଡୁମା ଅଞ୍ଚଳର ମାଧବ ମଣ୍ଡଳ ଓରଫ ସନା (୨୮), ସୁରଜ ପରିଡ଼ା ଓରଫ ଗୁଡୁ (୨୧) ଏବଂ ବାଣପୁର ଥାନା ଅନ୍ତର୍ଗତ ଖୁଣ୍ଟପାଲିର ଆଦିତ୍ୟ ନାରାୟଣ ସ୍ବାଇଁ (୩୦)। ଏମାନଙ୍କଠାରୁ ୨୫୦ଗ୍ରାମର ବ୍ରାଉନସୁଗାର ସମେତ ୧୧ଟି ମୋବାଇଲ ଫୋନ, ୫ହଜାର ଟଙ୍କା, ଏଟିଏମ୍‌ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ଏକ ବାଇକ (ନଂ. ଓଡି ୩୩ ପି ୬୫୬୮) ଏବଂ ଏକ କାର୍‌ (ନଂ. ଓଆର୍‌ ୦୨-ଏଏମ୍‌ ୯୪୯୬) ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି। ଏ ନେଇ କେସ୍‌ ନଂ. ୧୫୯/୨୧ ରୁଜୁ କରାଯାଇଛି।
ପୋଲିସ ସୂଚନା ମୁତାବକ, ପୁରୀରେ ବ୍ରାଉନସୁଗାର କାରବାର ରୋକିବା ପାଇଁ ଏସ୍‌ପି କନଓ୍ବର ବିଶାଲ ସିଂ ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଗଠନ କରିଛନ୍ତି। ଏଥିରେ ଅତିରିକ୍ତ ଏସ୍‌ପି ମିହିର ପଣ୍ଡା, ସିଟି ଡିଏସ୍‌ପି ଜନାର୍ଦ୍ଦନ ପାଢୀ, ସଦର ଏସ୍‌ଡିପିଓ ଏବଂ ବଳିଆପଣ୍ଡା ଥାନା ଅଧିକାରୀ ସାମିଲ ଅଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ପୁରୀ ବାଇପାସ୍‌ ନିକଟରେ ବ୍ରାଉନସୁଗାର ବିକ୍ରି ଲାଗି ଯୋଜନା ଚାଲିଥିବାବେଳେ ପୋଲିସ ଖବର ପାଇଥିଲା। ବଳିଆପଣ୍ଡା ଥାନା ଅଧିକାରୀ ସେଠୀଙ୍କ ନେତୃତ୍ୱରେ ଏସ୍‌ଟିଏଫ୍‌ ଟିମ୍‌ ସେଠାରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri