ଭୁବନେଶ୍ବର ସମେତ ଆଉ ୨୫ ବିମାନବନ୍ଦରକୁ ଲିଜ୍‌ରେ ଦିଆଯିବ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଲିଜ୍‌ରେ ଦିଆଯିବ। ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ଦ୍ୱାରା ପରିଚାଳିତ ଏହି ବିମାନବନ୍ଦର ସମେତ ଦେଶର ଆଉ ୨୫ଟି ବିମାନବନ୍ଦରକୁ ଲିଜ୍‌ରେ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଅନ୍ୟ ବିମାନବନ୍ଦରଗୁଡ଼ିକ ହେଲା ବାରାଣସୀ, ଅମ୍ରିତସର, ତାମିଲନାଡ଼ୁର ତ୍ରିଚି, ଇନ୍ଦୋର, ରାଏପୁର, କେରଳର କାଲିକଟ୍‌, କୋଏମ୍ବାଟୁର, ନାଗପୁର, ପାଟଣା, ମଦୁରାଇ, ସୁରଟ, ରାଞ୍ଚତ୍, ଯୋଧପୁର, ଚେନ୍ନାଇ, ବିଜୟଓ୍ବାଡ଼ା, ଭଦୋଦରା, ଭୋପାଳ, ତିରୁପତି, କର୍ନାଟକର ହୁବ୍‌ଲି, ଇମ୍ଫାଲ, ଅଗରତାଲା, ଉଦୟପୁର, ଡେରାଡୁନ ଏବଂ ଆନ୍ଧ୍ରପ୍ରଦେଶର ରାଜାମୁଣ୍ଡ୍ରି। ଏଗୁଡ଼ିକୁ ପରିଚାଳନା ପାଇଁ ଆସନ୍ତା ୨୦୨୫ ସୁଦ୍ଧା ପର୍ଯ୍ୟାୟକ୍ରମେ ଘରୋଇ କମ୍ପାନୀଗୁଡ଼ିକୁ ଲିଜ୍‌ରେ ଦିଆଯିବ।

କେନ୍ଦ୍ର ସରକାରଙ୍କ ନ୍ୟାଶନାଲ ମନେଟାଇଜେଶନ ପାଇପ୍‌ଲାଇନ (ଏନ୍‌ଏମ୍‌ପି) ଅନୁସାରେ ଏସବୁ ବିମାନବନ୍ଦରଗୁଡ଼ିକୁ ଲିଜ୍‌ରେ ଦିଆଯିବ ବୋଲି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜେନେରାଲ ଭି.କେ. ସିଂ ସୋମବାର ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବିମାନବନ୍ଦରଗୁଡ଼ିକୁ ଘରୋଇ କ୍ଷେତ୍ରର ନିବେଶ ଓ କାର୍ଯ୍ୟଦକ୍ଷତା ଆସିବା ପରେ ସେଗୁଡ଼ିକର ଉତ୍ତମ ପରିଚାଳନା ହୋଇପାରିବ। ପିପିପି ମୋଡ୍‌ରେ ବିମାନବନ୍ଦରଗୁଡ଼ିକର ବିକାଶ ହେଲେ ଯାତ୍ରୀ ଓ ରାଜ୍ୟ ସରକାରମାନେ ଉପକୃତ ହୋଇପାରିବେ ବୋଲି ସେ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ଏଏଆଇ ବର୍ତ୍ତମାନ ସୁଦ୍ଧା ୮ଟି ଅନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ରେ ଦେଇସାରିଛି। ସେଗୁଡ଼ିକ ହେଲା ଦିଲ୍ଲୀର ଇନ୍ଦିରାଗାନ୍ଧୀ ବିମାନବନ୍ଦର, ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ବିମାନବନ୍ଦର, ଲକ୍ଷ୍ନୌର ଚୌଧିୁରୀ ଚରଣ ସିଂ ବିମାନବନ୍ଦର, ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭ ଭାଇ ବିମାନବନ୍ଦର, ବେଙ୍ଗାଲୁରୁ ବିମାନବନ୍ଦର, ଜୟପୁର ବିମାନବନ୍ଦର, ଗୁଆହାଟୀର ଗୋପୀନାଥ ବର୍ଦ୍ଦୋଲୋଇ ବିମାନବନ୍ଦର ଏବଂ ଥିରୁଅନନ୍ତପୁରମ ବିମାନବନ୍ଦର।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri