ଭୁବନେଶ୍ବର ସମେତ ଆଉ ୨୫ ବିମାନବନ୍ଦରକୁ ଲିଜ୍‌ରେ ଦିଆଯିବ

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଲିଜ୍‌ରେ ଦିଆଯିବ। ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ଦ୍ୱାରା ପରିଚାଳିତ ଏହି ବିମାନବନ୍ଦର ସମେତ ଦେଶର ଆଉ ୨୫ଟି ବିମାନବନ୍ଦରକୁ ଲିଜ୍‌ରେ ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଅନ୍ୟ ବିମାନବନ୍ଦରଗୁଡ଼ିକ ହେଲା ବାରାଣସୀ, ଅମ୍ରିତସର, ତାମିଲନାଡ଼ୁର ତ୍ରିଚି, ଇନ୍ଦୋର, ରାଏପୁର, କେରଳର କାଲିକଟ୍‌, କୋଏମ୍ବାଟୁର, ନାଗପୁର, ପାଟଣା, ମଦୁରାଇ, ସୁରଟ, ରାଞ୍ଚତ୍, ଯୋଧପୁର, ଚେନ୍ନାଇ, ବିଜୟଓ୍ବାଡ଼ା, ଭଦୋଦରା, ଭୋପାଳ, ତିରୁପତି, କର୍ନାଟକର ହୁବ୍‌ଲି, ଇମ୍ଫାଲ, ଅଗରତାଲା, ଉଦୟପୁର, ଡେରାଡୁନ ଏବଂ ଆନ୍ଧ୍ରପ୍ରଦେଶର ରାଜାମୁଣ୍ଡ୍ରି। ଏଗୁଡ଼ିକୁ ପରିଚାଳନା ପାଇଁ ଆସନ୍ତା ୨୦୨୫ ସୁଦ୍ଧା ପର୍ଯ୍ୟାୟକ୍ରମେ ଘରୋଇ କମ୍ପାନୀଗୁଡ଼ିକୁ ଲିଜ୍‌ରେ ଦିଆଯିବ।

କେନ୍ଦ୍ର ସରକାରଙ୍କ ନ୍ୟାଶନାଲ ମନେଟାଇଜେଶନ ପାଇପ୍‌ଲାଇନ (ଏନ୍‌ଏମ୍‌ପି) ଅନୁସାରେ ଏସବୁ ବିମାନବନ୍ଦରଗୁଡ଼ିକୁ ଲିଜ୍‌ରେ ଦିଆଯିବ ବୋଲି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜେନେରାଲ ଭି.କେ. ସିଂ ସୋମବାର ରାଜ୍ୟ ସଭାରେ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବିମାନବନ୍ଦରଗୁଡ଼ିକୁ ଘରୋଇ କ୍ଷେତ୍ରର ନିବେଶ ଓ କାର୍ଯ୍ୟଦକ୍ଷତା ଆସିବା ପରେ ସେଗୁଡ଼ିକର ଉତ୍ତମ ପରିଚାଳନା ହୋଇପାରିବ। ପିପିପି ମୋଡ୍‌ରେ ବିମାନବନ୍ଦରଗୁଡ଼ିକର ବିକାଶ ହେଲେ ଯାତ୍ରୀ ଓ ରାଜ୍ୟ ସରକାରମାନେ ଉପକୃତ ହୋଇପାରିବେ ବୋଲି ସେ କହିଛନ୍ତି।
ଉଲ୍ଲେଖଯୋଗ୍ୟ, ଏଏଆଇ ବର୍ତ୍ତମାନ ସୁଦ୍ଧା ୮ଟି ଅନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ରେ ଦେଇସାରିଛି। ସେଗୁଡ଼ିକ ହେଲା ଦିଲ୍ଲୀର ଇନ୍ଦିରାଗାନ୍ଧୀ ବିମାନବନ୍ଦର, ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ବିମାନବନ୍ଦର, ଲକ୍ଷ୍ନୌର ଚୌଧିୁରୀ ଚରଣ ସିଂ ବିମାନବନ୍ଦର, ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭ ଭାଇ ବିମାନବନ୍ଦର, ବେଙ୍ଗାଲୁରୁ ବିମାନବନ୍ଦର, ଜୟପୁର ବିମାନବନ୍ଦର, ଗୁଆହାଟୀର ଗୋପୀନାଥ ବର୍ଦ୍ଦୋଲୋଇ ବିମାନବନ୍ଦର ଏବଂ ଥିରୁଅନନ୍ତପୁରମ ବିମାନବନ୍ଦର।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri