ବସ୍ତିବାସିନ୍ଦାଙ୍କ ପାଇଁ ୨୫% ପୌର ବଜେଟ: ୨୦ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ପାଇଁ ପୌରସଂସ୍ଥାଗୁଡ଼ିକ ମୌଳିକ ସେବା ସହିତ ଭିତ୍ତିଭୂମି ଯୋଗାଇଦେବେ। ଏନେଇ ପୌରସଂସ୍ଥା ସେମାନଙ୍କ ବାର୍ଷିକ ବଜେଟର ୨୫ ପ୍ରତିଶତ ବ୍ୟୟ ବରାଦ କରିବେ। ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ୨୫ ପ୍ରତିଶତ ଲୋକ ବସ୍ତିରେ ରହୁଛନ୍ତି। ସେମାନଙ୍କୁ ସମସ୍ତ ପ୍ରକାର ପୌର ସୁବିଧା ଯୋଗାଇଦେବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ଗୃହ ବିଭାଗ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ରାଜ୍ୟପାଳଙ୍କ ଅନୁମୋଦନ ପରେ ଅଧ୍ୟାଦେଶ ମାଧ୍ୟମରେ ଏହା କାର୍ଯ୍ୟକାରୀ ହେବ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତରେ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମୋଟ ୨୦ ପ୍ରସ୍ତାବ ଉପରେ ମୋହର ଲାଗିଛି। ରାଜ୍ୟ ସରକାର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ବିଭିନ୍ନ ସମୟରେ ସ୍ବାସ୍ଥ୍ୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏବେଠୁ ସବୁ ବର୍ଗର ଲୋକଙ୍କୁ ମାଗଣାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ୨୦୧୮-୧୯ରେ ଆରମ୍ଭ କରାଯାଇଥିବା ନିର୍ମଳ ଯୋଜନାକୁ ଆସନ୍ତା ୫ ବର୍ଷ ପାଇଁ ନିର୍ମଳ ++ ଯୋଜନାରେ ସମ୍ପ୍ରସାରିତ କରାଯିବ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଛି। ଆସନ୍ତା ୫ବର୍ଷ ପାଇଁ ଏହି ଯୋଜନାରେ ୧୯୯୮.୧୫ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ରାଜ୍ୟ ବଜେଟରୁ ୧୮୭୪.୨୭ କୋଟି ଟଙ୍କା ଖର୍ଚ୍ଚ ଲାଗି ବ୍ୟୟବରାଦ ହୋଇଛି। ଏଥିରେ ୧୮୬୪ ସ୍ବାସ୍ଥ୍ୟକେନ୍ଦ୍ର ଜରିଆରେ ରୋଗୀମାନଙ୍କୁ ଉତ୍ତମ ମାନର ଚିକିତ୍ସା ସୁବିଧା ମିଳିବ। ଏହାଦ୍ୱାରା ସରକାରୀ ହସ୍ପିଟାଲଗୁଡ଼ିକର ରୂପରେଖ ବଦଳିବ। ପୂର୍ବରୁ ନିର୍ମଳ ଯୋଜନାରେ ହିତାଧିକାରୀଙ୍କୁ ୧୮୧୨ ସୁବିଧା ଯୋଗାଇ ଦିଆଯାଉଥିଲା। ଜିଲା ମୁଖ୍ୟ ଚିକିତ୍ସାଳୟରେ ୩୧ଟି ଯୋଗାଇ ଦିଆଯାଉଥିବା ବେଳେ ସବ୍‌ଡିଭିଜନ ଡାକ୍ତରଖାନାଗୁଡ଼ିକରେ ୩୩, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ(ସିଏଚ୍‌ସି)ରେ ୩୮୪, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ୧୩୬୪ ସୁବିଧା ଯୋଗାଯାଉଛି। ହେଲେ ଆସନ୍ତା ୫ବର୍ଷ ପାଇଁ ନିର୍ମଳ ++ ଯୋଜନାରେ ଆଉ ୪୫ଟି ନୂଆ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦିଆଯିବ ବୋଲି କ୍ୟାବିନେଟ୍‌ ବୈଠକ ଶେଷରେ ଗଣମାଧ୍ୟମକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି। ନିର୍ମଳ ଯୋଜନାରେ ୫୫୦କୋଟି ଟଙ୍କାର ବ୍ୟୟ ବରାଦ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ଏହା ସଫଳତା ଲାଭ କରିବା ଯୋଗୁ ରାଜ୍ୟ ସରକାର ସମସ୍ତ ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିିଟାଲ, ଆୟୁଷ କଲେଜ ଏବଂ ହସ୍ପିଟାଲ, ନର୍ସିଂ ସ୍କୁଲ ଓ କଲେଜ ପର୍ଯ୍ୟନ୍ତ ଏହାକୁ ସମ୍ପ୍ରସାରିତ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ୭ଟି ପ୍ରମୁଖ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଯଥା ଏସ୍‌ସିବି ମେଡିକାଲ କଲେଜ, ଏମ୍‌କେସିଜି ବ୍ରହ୍ମପୁର, ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣ ପ୍ରତିଷ୍ଠାନ, କ୍ୟାପିଟାଲ ହସ୍ପିଟାଲ ଏବଂ ଅନ୍ୟ ୩ଟି ପ୍ରମୁଖ ହସ୍ପିଟାଲ ଯଥା ବଲ୍ଲଭଭାଇ ପଟେଲ ସ୍ନାତକୋତ୍ତର ପ୍ରତିଷ୍ଠାନ, ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର, ମାନସିକ ସ୍ବାସ୍ଥ୍ୟ ପ୍ରତିଷ୍ଠାନକୁ ଅନ୍ତର୍ଭୁକ୍ତ କରାଯାଇଛି। ଏଥିରେ ୭୦ଲକ୍ଷ ପରିବାର ଉପକୃତ ହେବେ। ପ୍ରତି ସଦସ୍ୟଙ୍କୁ ୫ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ମିଳିବ ଏବଂ ମହିଳାଙ୍କୁ ୧୦ଲକ୍ଷ ଟଙ୍କାର ବୀମା ଦିଆଯିବ।
ମରୁଡି ପ୍ରପୀଡ଼ିତ ବିଜେପୁର ଅଞ୍ଚଳକୁ ନିଶ୍ଚିତ ଜଳସେଚନ ସୁବିଧା ଯୋଗାଇଦେବା ପାଇଁ ରାଜ୍ୟ ସରକାର ଗଙ୍ଗାଧର ମେହେର ଉଠାଜଳସେଚନ ପ୍ରକଳ୍ପକୁ କାର୍ଯ୍ୟକାରୀ କରିବାକୁ ୪୮ତମ କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ନେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରବାସୀଙ୍କୁ ଦେଇଥିବା ଏହି ପ୍ରତିଶ୍ରୁତି ପୂରଣ ହେବାକୁ ଯାଉଛି। ଏହି ପ୍ରକଳ୍ପର ଟେଣ୍ଡରକୁ କ୍ୟାବିନେଟ ଅନୁମୋଦନ କରିଛି। ଏହି ପ୍ରକଳ୍ପର ପାଇଁ ୧୧୩୮.୬୩ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ୧୨୪ଟି ଗ୍ରାମର ୨୫୬୦୦ହେକ୍ଟର ଚାଷଜମିକୁ ଜଳସେଚନ ସୁବିଧା ମିଳିବ। ବରଗଡ ଜିଲା ବିଜେପୁର ବ୍ଲକର ୭୭ଟି ଗ୍ରାମର ୧୫ ହଜାର ୨୦୦ ହେକ୍ଟର ଜମିକୁ ଏହି ପ୍ରକଳ୍ପ ଦ୍ୱାରା ଜଳସେଚିତ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ସୋହେଲା ବ୍ଲକର ୨୩ଟି ଗ୍ରାମର ୬,୪୦୦, ବରପାଲି ବ୍ଲକର ୧୯ ଗ୍ରାମର ୩,୮୪୦ ଏବଂ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକର ୫ଟି ଗ୍ରାମର ୧୬୦ ହେକ୍ଟର ଜମିକୁ ଜଳସେଚନ କରାଯାଇପାରିବ। ଆସନ୍ତା ୩୦ ମାସ ମଧ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଥିରେ ୩୦ ପ୍ରତିଶତ ସେଚାଞ୍ଚଳରେ ସ୍ବୟଂଚାଳିତ ଅଣୁ ଜଳସେଚନ କରିବାର ବ୍ୟବସ୍ଥା ହୋଇଛି। ଏହାଦ୍ୱାରା ଉକ୍ତ ଜିଲାର ଶ୍ରମିକମାନଙ୍କୁ ଅନ୍ୟ ରାଜ୍ୟକୁ ନ ଯିବା କ୍ଷେତ୍ରରେ ସହାୟକ ହେବ। ରାଜ୍ୟ ସରକାର ପ୍ରତ୍ୟେକ ଘରକୁ ପାନୀୟ ଜଳ ଯୋଗାଇଦେବା ପାଇଁ ବଦ୍ଧ ପରିକର। ଏହାକୁ କାର୍ଯ୍ୟକାରୀ କରିବା ଲକ୍ଷ୍ୟରେ ୬ଟି ଜିଲାରେ ୪ଟି ବୃହତ ପାନୀୟ ଜଳ ପ୍ରକଳ୍ପର ଟେଣ୍ଡରକୁ କ୍ୟାବିନେଟ୍‌ ଅନୁମୋଦନ କରିଛି। ସେହି ଜିଲାଗୁଡିକ ମଧ୍ୟରେ କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ବାଲେଶ୍ୱର, ଗଜପତି ଓ କଟକ ରହିଛି। ଏହି ପ୍ରକଳ୍ପ ପାଇଁ ମୋଟ ୮୦୦.୨୭ କୋଟି ଟଙ୍କା ଖର୍ଚ୍ଚ ହେବ। ୯୧୧ଟି ଗ୍ରାମର ୬ ଲକ୍ଷ ୭ ହଜାର ଲୋକଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇଦେବାକୁ ସରକାର ନିଷ୍ପତ୍ତି ନେଇଥିବା ମୁଖ୍ୟଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?