ଉତ୍ତରପ୍ରଦେଶରେ କମୁଛି ସଂକ୍ରମଣ: ଗତ ୨୪ଘଣ୍ଟାରେ ୨୫ନୂଆ ଆକ୍ରାନ୍ତ ଚିହ୍ନଟ, ୪୮ଜିଲାରେ ନାହିଁ କୌଣସି ନୂଆ ମାମଲା

ଲକ୍ଷ୍ନୌ,୩।୮: ଉତ୍ତରପ୍ରଦେଶରେ ଲଗାତର ଭାବେ କରୋନା ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି। ସୋମବାର ରାଜ୍ୟରେ କେବଳ ୨୫ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ଜଣ ସୁସ୍ଥ ଓ ଗୋଟିଏ ବି ମୃତ୍ୟୁସଂଖ୍ୟା ସାମ୍ନାକୁ ଆସିନାହିଁ। ତେବେ ଏହି ନୂଆ ମାମଲା ୧୭ଟି ଜିଲାରୁ ଆସିଥିବା ଜଣାପଡ଼ିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଲକ୍ଷ୍ନୌରୁ ୬, ଆଗ୍ରା ୩, ବାରଣାସୀରୁ ୨ଜଣ ରହିଛନ୍ତି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୪୮ଟି ଜିଲାରୁ କୌଣସି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ପୂର୍ବରୁ ରାଜ୍ୟର ୧୦ଟି ଜିଲା କରୋନା ମୁକ୍ତ ହୋଇଥିବା ବେଳେ ଏଠାରେ କରୋନାର ଗୋଟିଏ ବି ସକ୍ରିୟ ମାମଲା ନ ଥିବା ସୂଚନା ରହିଛି। ସୂଚନା ମୁତାବକ ରାଜ୍ୟରେ ସକ୍ରିୟ ମାମଲା ମୋଟ ୬୪୬ ରହିଥିବା ବେଳେ ମେନପୁରୀରେ ୫୨ ଓ କୁଶିନଗରରେ ୫୦ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଅନ୍ୟପଟେ ରାଜ୍ୟର ୫୬ଟି ଜିଲାରେ ୨୦ କିମ୍ବା ତା’ଠାରୁ କମ୍‌ କରୋନା ମାମଲା ରହିଛି। ଏଥିରେ ୫ରୁ କମ୍‌ ସକ୍ରିୟ ମାମଲା ଥିବା ୩୮ଟି ଜିଲା ସାମିଲ ରହିଛି ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଛି କିନ୍ତୁ ଏବେ ବି ବିପଦ ଟଳିନାହିଁ ବୋଲି ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri