Posted inଜାତୀୟ

୨୫% ପ୍ରାର୍ଥୀଙ୍କ ନାଁରେ ଆପରାଧିକ ମାମଲା

ଚଣ୍ଡିଗଡ଼,୧୨ା୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୫ ପ୍ରତିଶତଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ୧୧୭ ନିର୍ବାଚନମଣ୍ଡଳୀ ମଧ୍ୟରୁ ୫୭ ଆସନ (୪୯%)ରେ ୩ କିମ୍ବା ତଦୂର୍ଦ୍ଧ୍ୱ ପ୍ରାର୍ଥୀ ସେମାନଙ୍କ ନାମରେ ଆପରାଧିକ ମାମଲା ବିଚାରାଧୀନ ଥିବା ଘୋଷଣା କରିଛନ୍ତି। ତେଣୁ ସେଗୁଡ଼ିକୁ ଅତି ସମ୍ବେଦନଶୀଳ ବା ରେଡ୍‌ ଆଲର୍ଟ ଆସନ ଘୋଷଣା କରାଯାଇଛି। ଏଥର ମଇଦାନକୁ ୫୨୧ କୋଟିପତି ଓହ୍ଲାଇଛନ୍ତି। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ଏନ୍‌ଜିଓ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ଏଡିଆର୍‌ ବିଶ୍ଳେଷଣରୁ ଜଣାପଡ଼ିଛି ଯେ, ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଟିକେଟରେ ଏସ୍‌ଏଏସ୍‌ ନଗରରୁ ପ୍ରାର୍ଥୀ ହୋଇଥିବା କୁଲଓ୍ବନ୍ତ ସିଂ ହେଉଛନ୍ତି ସବୁଠୁ ଧନୀ, ଯାହାଙ୍କର ୨୩୮ କୋଟି ଟଙ୍କାର ସମ୍ପତ୍ତି ଅଛି। ଜଲାଲାବାଦ ଆସନରୁ ଲଢ଼ୁଥିବା ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ୨୦୨ କୋଟି ଟଙ୍କା ସମ୍ପତ୍ତିର ଅଧିକାରୀ ବୋଲି ନିଜ ସତ୍ୟପାଠରେ ଦର୍ଶାଇଛନ୍ତି। ଗତ ବିଧାନସଭା ନିର୍ବାଚନରେ ପ୍ରାର୍ଥୀମାନଙ୍କ ହାରାହାରି ସମ୍ପତ୍ତିର ମୂଲ୍ୟ ୩.୪୯ କୋଟି ଥିବାବେଳେ ଏଥର ୪.୩୧ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ ୫ ପ୍ରାର୍ଥୀ ସେମାନଙ୍କର କୌଣସି ସମ୍ପତ୍ତି ନ ଥିବା ଦର୍ଶାଇଛନ୍ତି।
ମୋଟ ୧,୩୦୪ ପ୍ରାର୍ଥୀଙ୍କ ମଧ୍ୟରୁ ୧,୨୭୬ ଜଣଙ୍କ ସତ୍ୟପାଠକୁ ଏଡିଆର୍‌ ବିଶ୍ଳେଷଣ କରିଥିଲା। ସେମାନଙ୍କ ମଧ୍ୟରୁ ୨୫% ଅର୍ଥାତ୍‌ ୩୧୫ ଜଣ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ୨୧୮ ଜଣ(୧୭%) ନିଜ ବିରୋଧରେ ସଙ୍ଗିନ ମାମଲା ବିଚାରାଧୀନ ଥିବା ସତ୍ୟପାଠରେ ଦର୍ଶାଇଛନ୍ତି। ୨୨୮ ପ୍ରାର୍ଥୀ ଜାତୀୟ ଦଳର ହୋଇଥିବାବେଳେ ୨୫୬ ଆଞ୍ଚଳିକ ଓ ୩୪୫ ଜଣ ପଞ୍ଜୀକୃତ ଅଣସ୍ବୀକୃତିପ୍ରାପ୍ତ ଦଳର ପ୍ରାର୍ଥୀ। ଏହାବାଦ୍‌ ୪୪୭ ଜଣ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ୁଛନ୍ତି। ଅନ୍ୟ ୨୮ ଜଣଙ୍କ ସତ୍ୟପାଠ ସମ୍ପୂର୍ଣ୍ଣ ନ ଥିବା କିମ୍ବା ସେଗୁଡ଼ିକୁ ଠିକ୍‌ ଭାବେ ସ୍କାନ୍‌ କରାଯାଇ ନ ଥିବାରୁ ନିର୍ବାଚନ କମିଶନଙ୍କ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?