Posted inଜାତୀୟ

୨୫% ପ୍ରାର୍ଥୀଙ୍କ ନାଁରେ ଆପରାଧିକ ମାମଲା

ଚଣ୍ଡିଗଡ଼,୧୨ା୨: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୫ ପ୍ରତିଶତଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ୧୧୭ ନିର୍ବାଚନମଣ୍ଡଳୀ ମଧ୍ୟରୁ ୫୭ ଆସନ (୪୯%)ରେ ୩ କିମ୍ବା ତଦୂର୍ଦ୍ଧ୍ୱ ପ୍ରାର୍ଥୀ ସେମାନଙ୍କ ନାମରେ ଆପରାଧିକ ମାମଲା ବିଚାରାଧୀନ ଥିବା ଘୋଷଣା କରିଛନ୍ତି। ତେଣୁ ସେଗୁଡ଼ିକୁ ଅତି ସମ୍ବେଦନଶୀଳ ବା ରେଡ୍‌ ଆଲର୍ଟ ଆସନ ଘୋଷଣା କରାଯାଇଛି। ଏଥର ମଇଦାନକୁ ୫୨୧ କୋଟିପତି ଓହ୍ଲାଇଛନ୍ତି। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ଏନ୍‌ଜିଓ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ଏଡିଆର୍‌ ବିଶ୍ଳେଷଣରୁ ଜଣାପଡ଼ିଛି ଯେ, ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଟିକେଟରେ ଏସ୍‌ଏଏସ୍‌ ନଗରରୁ ପ୍ରାର୍ଥୀ ହୋଇଥିବା କୁଲଓ୍ବନ୍ତ ସିଂ ହେଉଛନ୍ତି ସବୁଠୁ ଧନୀ, ଯାହାଙ୍କର ୨୩୮ କୋଟି ଟଙ୍କାର ସମ୍ପତ୍ତି ଅଛି। ଜଲାଲାବାଦ ଆସନରୁ ଲଢ଼ୁଥିବା ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ୨୦୨ କୋଟି ଟଙ୍କା ସମ୍ପତ୍ତିର ଅଧିକାରୀ ବୋଲି ନିଜ ସତ୍ୟପାଠରେ ଦର୍ଶାଇଛନ୍ତି। ଗତ ବିଧାନସଭା ନିର୍ବାଚନରେ ପ୍ରାର୍ଥୀମାନଙ୍କ ହାରାହାରି ସମ୍ପତ୍ତିର ମୂଲ୍ୟ ୩.୪୯ କୋଟି ଥିବାବେଳେ ଏଥର ୪.୩୧ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ ୫ ପ୍ରାର୍ଥୀ ସେମାନଙ୍କର କୌଣସି ସମ୍ପତ୍ତି ନ ଥିବା ଦର୍ଶାଇଛନ୍ତି।
ମୋଟ ୧,୩୦୪ ପ୍ରାର୍ଥୀଙ୍କ ମଧ୍ୟରୁ ୧,୨୭୬ ଜଣଙ୍କ ସତ୍ୟପାଠକୁ ଏଡିଆର୍‌ ବିଶ୍ଳେଷଣ କରିଥିଲା। ସେମାନଙ୍କ ମଧ୍ୟରୁ ୨୫% ଅର୍ଥାତ୍‌ ୩୧୫ ଜଣ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ୨୧୮ ଜଣ(୧୭%) ନିଜ ବିରୋଧରେ ସଙ୍ଗିନ ମାମଲା ବିଚାରାଧୀନ ଥିବା ସତ୍ୟପାଠରେ ଦର୍ଶାଇଛନ୍ତି। ୨୨୮ ପ୍ରାର୍ଥୀ ଜାତୀୟ ଦଳର ହୋଇଥିବାବେଳେ ୨୫୬ ଆଞ୍ଚଳିକ ଓ ୩୪୫ ଜଣ ପଞ୍ଜୀକୃତ ଅଣସ୍ବୀକୃତିପ୍ରାପ୍ତ ଦଳର ପ୍ରାର୍ଥୀ। ଏହାବାଦ୍‌ ୪୪୭ ଜଣ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ୁଛନ୍ତି। ଅନ୍ୟ ୨୮ ଜଣଙ୍କ ସତ୍ୟପାଠ ସମ୍ପୂର୍ଣ୍ଣ ନ ଥିବା କିମ୍ବା ସେଗୁଡ଼ିକୁ ଠିକ୍‌ ଭାବେ ସ୍କାନ୍‌ କରାଯାଇ ନ ଥିବାରୁ ନିର୍ବାଚନ କମିଶନଙ୍କ ଓ୍ବେବ୍‌ସାଇଟ୍‌ରେ ଅପ୍‌ଲୋଡ୍‌ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri