୨୫% ସିଟ୍‌ରେ ମାଗଣା ନାମ ଲେଖାଯାଉନି

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୦୯-ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା ରହିଛି। ଏହି ନିୟମାନୁସାରେ ରାଜ୍ୟରେ ଗଣଶିକ୍ଷା ବିଭାଗ ଏକ ପୋର୍ଟାଲ ‘ପାରଦର୍ଶୀ’ ଉନ୍ମୋଚନ କରିଥିଲା। ଏଥିରେ ସବୁ ସ୍କୁଲ ୨୫% ସିଟ୍‌ ସଂରକ୍ଷଣ ବିଷୟରେ ତଥ୍ୟ ଦେବା ସହିତ ପିଲାମାନେ ମଧ୍ୟ ଆବେଦନ କରିବାର ସୁବିଧା ରହିଛି। କିନ୍ତୁ କେତେକ ସ୍କୁଲ ଏହି ଯୋଜନାରେ ନାମ ଲେଖାଇବା ପାଇଁ ଅଭିଭାବକ ଓ ପିଲାଙ୍କୁ ମନା କରାଯିବା ନେଇ ଅଭିଯୋଗ ଆସୁଛି। ଏ ନେଇ ଓଡ଼ିଶା ଅଭିଭାବକ ମହାସଂଘ ରାଜ୍ୟ ସରକାରଙ୍କୁ ଅବଗତ କରାଇବା ସହ ତୁରନ୍ତ ପଦକ୍ଷେପ ନେବା ପାଇଁ ଅନୁରୋଧ କରିଛି। ମହାସଂଘ କର୍ମକର୍ତ୍ତା କହିଛନ୍ତି, ମହାସଂଘ ବହୁବାର ଧାରଣା, ଧର୍ମଘଟ, ଅନଶନ କରିବା ପରେ ରାଜ୍ୟରେ ଗତବର୍ଷ ଏହି ଆଇନ କାର୍ଯ୍ୟକାରୀ ହୋଇଥିଲା। ସେଥିରେ ମାତ୍ର ପାଞ୍ଚ ହଜାର ପିଲା ନାମ ଲେଖାଇଥିଲେ। ଏହି ଆଇନ ଠିକ ଭାବେ କାର୍ଯ୍ୟକାରୀ ହେଲେ ପାଖାପାଖି ୭୦ହଜାରରୁ ଅଧିକ ଗରିବ ପିଲା ଏଭଳି ସୁବିଧା ପାଇପାରିବେ। ଚଳିତବର୍ଷ ମଧ୍ୟ ପ୍ରାୟ ୧୫ହଜାର ପିଲା ନାମଲେଖା ପାଇଁ ପୋର୍ଟାଲରେ ଆବେଦନ କରି ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ପୋର୍ଟାଲରେ ନାମଲେଖା ପାଇଁ ଆଉଥରେ ଆବେଦନ ସୁଯୋଗ ଦେବା ପାଇଁ ଗଣଶିକ୍ଷା ବିଭାଗର ଯୋଜନା ରହିଛି। ଏହି ଯୋଜନାରେ ୩ ରୁ ୭ବର୍ଷ ମଧ୍ୟରେ ପିଲା ଉଭୟ ନର୍ସରୀ ଓ ପ୍ରଥମ ଶ୍ରେଣୀରେ ନାମଲେଖାର ବ୍ୟବସ୍ଥା ରହିଛି। ହେଲେ କେତେକ ସ୍କୁଲ ଏହି ଯୋଜନାରେ ନାମଲେଖା ପାଇଁ ଅଭିଭାବକ ଓ ପିଲାଙ୍କୁ ମନା କରିବା ଅଭିଯୋଗ ଆସିବା ନିନ୍ଦନୀୟ ବିଷୟ। ମହାସଂଘର ଅଧ୍ୟକ୍ଷ ବାସୁଦେବ ଭଟ୍ଟ କହିଛନ୍ତି, ପୂର୍ବରୁ ବିଭାଗ ମଧ୍ୟ ସବୁ ଜିଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଯେଉଁ ସ୍କୁଲ ନିୟମ ମାନୁନାହିଁ ତା’ ବିରୋଧରେ କାର୍ଯ୍ୟାନୁଷ୍ଠାନ ସ୍ବରୂପ ତା’ର ସ୍ବୀକୃତି ପ୍ରତ୍ୟାହାର ଲାଗି ପଦକ୍ଷେପ ନେବାକୁ କହିଛି। ଏହି ଯୋଜନାରେ ପିଲାଙ୍କ ନାମ ଲେଖାଇବାକୁ କେତୋଟି ସ୍କୁଲ ମନା କରିବା ଅଭିଯୋଗ ଆମ ପାଖକୁ ଆସିଛି। ତେଣୁ ସେହି ସ୍କୁଲ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଶିକ୍ଷା ସଚିବଙ୍କୁ ମହାସଂଘ ଅଧ୍ୟକ୍ଷ ଭଟ୍ଟ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?