ଏଡିନବର୍ଗ ଡକୟାର୍ଡରେ ଜାହାଜ ଓଲଟିବାରୁ ୨୫ ଆହତ

ଏଡିନବର୍ଗ(ସ୍କଟଲାଣ୍ଡ),୨୩ ।୩: ଯାତ୍ରୀରେ ପୂର୍ଣ୍ଣ ଥିବା ଏକ ଜାହାଜ ବୁଧବାର ସ୍କଟଲାଣ୍ଡର ଏକ ଡକୟାର୍ଡରେ ଆଂଶିକ ଭାବେ ଓଲଟି ଯାଇଛି । ଏହି ଘଟଣାରେ ୨ ଡଜନରୁ ଅଧିକ ଲୋକ ଆହତ ହୋଇଛନ୍ତି । ଅନାଦୋଲୁ ଏଜେନ୍ସି ଏହି ସୂଚନା ଦେଇଛି ।
ସ୍କଟିସ ଆମ୍ବଲାନ୍ସ ସେବା କହିଛି ଏଡିନବର୍ଗ ଡକୟାର୍ଡରେ ଏକ ଜହାଜ ଓଲଟି ଯିବାରୁ ୨୫ ଜଣ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫ ଜଣଙ୍କୁ ହସ୍ପିଟାଲ ପଠାଇ ଦିଆଯାଇଛି । ଏହାସହ ଅନ୍ୟ ୧୦ ଜଣଙ୍କୁ ଇମ୍ପିରିୟଲ ଡକ, ଲିଥରେ ଘଟଣାସ୍ଥଳରେ ଚିକିତ୍ସା କରାଯାଇଛି ।
ସ୍କଟିଶ ଆମ୍ବୁଲାନ୍ସ ସେବାର ପ୍ରବକ୍ତା କହିଛନ୍ତି, ବୁଧବାର ସକାଳେ ପ୍ରାୟ ୮ଟା ୨୯ରେ (ସ୍ଥାନୀୟ ସମୟ) ଲିଥରେ ଏକ ଘଟଣା ସମ୍ପର୍କରେ ସୂଚନା ମିଳିଲା ଓ ଆମକୁ ଘଟଣାସ୍ଥଳରେ ପହଞ୍ଚିବାକୁ କୁହାଗଲା । ଏହାପରେ ଆମେ ୫ଟି ଅମ୍ବୁଲାନ୍ସ, ଗୋଟିଏ ଏୟାର ଅମ୍ବୁଲାନ୍ସ, ୩ ଟ୍ରମା ଟିମ, ସ୍ପେଶାଲ ଅପରେଶନ ଟିମ, ୩ ପାରାମେଡିକାଲ ରେସପନ୍ସ ୟୁନିଟି ଓ ଏକ ରୋଗୀ ପରିବହନ ଗାଡି ପଠାଇଥିଲୁ । ଆମେ ଆହତଙ୍କ ମଧ୍ୟରୁ ୧୫ ଜଣଙ୍କୁ ହସ୍ପିଟାଲରେ ପହଞ୍ଚାଇଥିଲୁ । ଏଥିରୁ ୧୧ ଜଣଙ୍କୁ ଏଡିନବର୍ଗ ରୟାଲ ଇନଫର୍ମରୀ ଓ ୪ ଜଣଙ୍କୁ ୱେଷ୍ଟର୍ଣ୍ଣ ଜେନରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହା ବ୍ୟତୀତ ଆଉ ୧୦ ଆହତଙ୍କୁ ଘଟଣାସ୍ଥଳରେ ହିଁ ଚିକିତ୍ସା ଯୋଗାଇ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri