୫ ବର୍ଷରେ ଗଲାଣି ୨୫ ହଜାର ଜୀବନ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତା ବଢ଼ାଇବାରେ ଲାଗିଛି। ସୁପ୍ରିମକୋର୍ଟ ସୁରକ୍ଷା କମିଟି ପରାମର୍ଶ ସତ୍ତ୍ୱେ ରାଜ୍ୟରେ ଦୁର୍ଘଟଣା ହାର ବଢ଼ିଚାଲିଛି। ଗତ ୫ ବର୍ଷରେ ସଡ଼କ ଦୁର୍ଘଟଣାରେ ୨୫,୨୫୭ ଜଣଙ୍କର ଜୀବନ ଯାଇଛି। ୨୦୧୭ରେ ସଡ଼କ ଦୁର୍ଘଟଣାରେ ୪୭୯୦ ଜଣଙ୍କର ଜୀବନ ଯାଇଥିବା ବେଳେ ୨୦୧୮ରେ ୫୩୧୫, ୨୦୧୯ରେ ୫୩୩୩, ୨୦୨୦ରେ ୪୭୩୮ ଏବଂ ୨୦୨୧ରେ ୫୦୮୧ ଜଣ ପ୍ରାଣ ହରାଇଛନ୍ତି। ୨୦୧୭ରେ ୧୦୮୫୫ ସଡ଼କ ଦୁର୍ଘଟଣାରେ ୧୧୧୯୮ଜଣ ଆହତ ହୋଇଥିବା ବେଳେ ୨୦୧୮ରେ ୧୧୨୬୨ ଦୁର୍ଘଟଣାରେ ୧୧୭୯୪, ୨୦୧୯ରେ ୧୧୦୬୪ ଦୁର୍ଘଟଣାରେ ୧୧୧୭୭, ୨୦୨୦ରେ ୯୮୧୭ ଦୁର୍ଘଟଣାରେ ୮୮୧୮ ଏବଂ ୨୦୨୧ରେ ୧୦୯୮୪ ଦୁର୍ଘଟଣାରେ ୯୭୮୨ ଜଣ ଗୁରୁତର ଆହତ ହୋଇଛନ୍ତି। ଭାଜପା ସଭ୍ୟ ମୋହନ ଚରଣ ମାଝିଙ୍କର ଏକ ଲିଖିତ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଗୁରୁବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଗତ ୫ ବର୍ଷରେ ଅଜଣା ଗାଡ଼ି ଧକ୍କାରେ ୪୯୪୭ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଉଛି। ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ ସୋଲାସିୟମ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଉଛି। ଗତ ୫ ବର୍ଷରେ ଏହି ପାଣ୍ଠିରୁ ୨୦୨୨ ଜୁନ ମଧ୍ୟରେ ୨୫୬ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ୧୦ଟି ଜିଲା ସମେତ ପୋଲିସ କମିଶନରେଟ୍‌ ଇଲାକାରେ ଟ୍ରାଫିକ ଭିଡ ନିୟନ୍ତ୍ରଣ ଲାଗି ଛାତ୍ରୀଛାତ୍ରମାନଙ୍କୁ ସ୍ବେଚ୍ଛାସେବୀ ଭାବେ ମୁତୟନ କରାଯାଉଛି। ରାଜ୍ୟର ଯେଉଁସବୁ ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟୁଛି ତାହାକୁ ଚିହ୍ନଟ କରାଯିବା ସହିତ ଯେଭଳି ଦୁର୍ଘଟଣା ନ ଘଟିବ ସେ ଦିଗରେ ପଦକ୍ଷେପ ନିଆଯାଉଛି । ରାଜ୍ୟ ସରକାର ସ୍କୁଲ ବସ୍‌ ପଲିସି ପ୍ରଣୟନ କରିଥିବା ବେଳେ ଆଗାମୀ ଦିନରେ ଇଣ୍ଟେଲିଜେଣ୍ଟ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ୍‌ କାର୍ଯ୍ୟକାରୀ କରିବାକୁ ଯୋଜନା ରହିଛି ବୋଲି ମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri