ଅବ୍ୟବହୃତ ଅବସ୍ଥାରେ ୨୫ ଶୌଚାଳୟ

ରାୟଗଡ଼ା,୨୫।୯(ଆଶିଷ ରଞ୍ଜନ ପଣ୍ଡା):ଉନ୍ନତ ସହର ଭାବେ ୩ ଥର ପୁରସ୍କୃତ ହୋଇଥିବା ରାୟଗଡ଼ା ସହରରେ ଜନସାଧାରଣଙ୍କ ସୁବିଧା ନିମନ୍ତେ ପୌର ପରିଷଦ ପକ୍ଷରୁ ୨୫ଟି ଶୌଚାଳୟ ନିର୍ମାଣ କରାଯାଇଥିଲା। ନିର୍ମାଣ ହେବାର ବର୍ଷେ ବିତିଯାଇଥିଲେ ମଧ୍ୟ ସେଗୁଡ଼ିକ କାର୍ଯ୍ୟକ୍ଷମ ନ ହୋଇ ନଷ୍ଟ ହେବାକୁ ବସିଲାଣି। ଫଳରେ ବ୍ୟବସାୟ କରିବାକୁ ଆସୁଥିବା ଉଠା ଦୋକାନୀ, ଯାତ୍ରୀ ଶୌଚାଳୟର ସୁବିଧା ପାଇପାରୁନାହାନ୍ତି। ବିଶେଷକରି ମହିଳାମାନେ ବେଶୀ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି।
ରାୟଗଡ଼ା ସହରର ପରିମଳ ବ୍ୟବସ୍ଥାକୁ ସ୍ବଚ୍ଛ ଓ ପରିଷ୍କାର ରଖିବା ପାଇଁ ପୌର ପରିଷଦ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ୨୫ ଟି ଶୌଚାଳୟ ନିର୍ମାଣ କରାଯାଇଥିଲା। ରାୟଗଡ଼ା ସହରର ମୁଖ୍ୟ ରାସ୍ତା, ଜିସିଡ଼ି ହାଇସ୍କୁଲ ପଡ଼ିଆ, ଜିଲା ପରିଷଦ କାର୍ଯ୍ୟାଳୟ ପାର୍ଶ୍ୱରେ ଏହିଭଳି ବିଭିନ୍ନ ସ୍ଥାନରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ କରି ପୌର ପରିଷଦ ଏହି ଶୌଚାଳୟଗୁଡ଼ିକ ନିର୍ମାଣ କରିଥିଲେ। ହେଲେ ଦୂରଦୃଷ୍ଟି ଅଭାବ କାରଣରୁ ସେଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। କେଉଁଠାର ପାଣିର ସୁବିଧା ନାହିଁ ତ ଆଉ କେଉଁଠାରେ ଅନ୍ୟ ଅସୁବିଧା ଲାଗି ରହିଛି। ମେଡ଼ିକାଲ ନିକଟରେ ନିର୍ମାଣ ହୋଇଥିବା ଶୌଚାଳୟକୁ ବ୍ୟବସାୟୀ ଦଖଲ କରି ନିଜର ଷ୍ଟୋରରୁମ୍‌ କରି ସେଥିରେ ବିଭିନ୍ନ ପ୍ରକାର ଖାଦ୍ୟ ସାମଗ୍ରୀ ରଖୁଥିବା ଜଣାପଡ଼ିଛି। ସେହିଭଳି ଜିସିଡ଼ି ପଡ଼ିଆରେ ନିର୍ମାଣ ହୋଇଥିବା ଶୌଚାଳୟ ବ୍ୟବହୃତ ନ ହୋଇ ନଷ୍ଟ ହେବାକୁ ଲାଗିଲାଣି। ମଝିଘରିଆଣି ମନ୍ଦିର ନିକଟରେ ନିର୍ମାଣ ହୋଇଥିବା ଶୌଚାଳୟର ରକ୍ଷଣାବେକ୍ଷଣ ଅଭାବ ଯୋଗୁ ନଷ୍ଟ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଦୂରଦୂରାନ୍ତରୁ ମଝିଘରିଆଣୀଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ବହୁ ସମସ୍ୟା ଭୋଗୁଛନ୍ତି। ସେହିଭଳି ରୟତ କଲୋନୀ ଛକ ଏବଂ ଡେଲି ମାର୍କେଟ ଠାରେ ନିର୍ମାଣ ହୋଇଥିବା ଶୌଚାଳୟ ମଧ୍ୟ ବନ୍ଦ ପଡ଼ିଛି। ତେଣୁ ପୌର ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ସେଗୁଡ଼ିକର ରକ୍ଷଣାବେକ୍ଷଣ କରିବା ସହିତ କାର୍ଯ୍ୟକ୍ଷମ ହେଲେ ଜନସାଧାରଣ ଉପକୃତ ହେବେ ବୋଲି ସାଧାରଣରେ ଦାବି ହୋଇଛି। ଏ ବିଷୟରେ ପୌରାଧ୍ୟକ୍ଷ ମହେଶ ପଟ୍ଟନାୟକଙ୍କୁ ପଚାରିବାରୁ ଖୁବଶୀଘ୍ର ସମସ୍ତ ଶୌଚାଳୟ କାର୍ଯ୍ୟକ୍ଷମ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?