ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ବନ୍ଧବାହାଲସ୍ଥିତ ଲଖନପୁର ଏମସିଏଲ ହସ୍ପିଟାଲରେ ଦୀର୍ଘ ୧୭ ଘଣ୍ଟାରୁ ଅଧିକ ସମୟ ଧରି ମୃତଦେହକୁ ରଖି ସ୍ଥାନୀୟ ଲୋକମାନେ ଓ ମୃତକଙ୍କ ପରିବାର ବିକ୍ଷୋଭ କରିଛନ୍ତି। ମୃତ ଯୁବକ ଜଣକ ୨୫ ବର୍ଷୀୟ ସୁଜିତ ଦିଶିର। ଉବୁଡାରେ ସୁଜିତଙ୍କ ପୈତୃକ ଜମିକୁ ଏମସିଏଲ ପକ୍ଷରୁ ଅଧିଗ୍ରହଣକୁ ସୁଜିତଙ୍କ ପରିବାର ଲୋକେ ବିରୋଧ ସତ୍ତ୍ୱେ ଏମସିଏଲ ଓ ପୋଲିସ ପକ୍ଷରୁ ଚାପ ପ୍ରୟୋଗ କରାଯାଇଥିଲା ଏବଂ ଜୋର ଜବରଦସ୍ତ ଜମି ଅଧିଗ୍ରହଣ କରାଯାଇଥିଲା ବୋଲି ସୁଜିତଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି। ନିଯୁକ୍ତି କ୍ଷତିପୂରଣ ନ ଦେଇ ଏମସିଏଲର ଜମି ଅଧିଗ୍ରହଣକୁ ସହି ନ ପାରି ସୁଜିତ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିବା ସହ ନ୍ୟାୟ ଦାବି କରିଛନ୍ତି । ଅନ୍ୟପଟେ ଏମସିଏଲ ଏହାକୁ ଖଣ୍ଡନ କରିବା ସହ ଅଧିଗ୍ରହଣ ହେଉଥିବା ଜମି ପରିବର୍ତ୍ତେ ପର୍ଯ୍ୟାୟ କ୍ରମେ ନିଯୁକ୍ତି ଏବଂ କ୍ଷତିପୂରଣ ଦିଆଯାଉଥିବା ପ୍ରକାଶ କରିଛନ୍ତି ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri