ବଳାତ୍କାରୀଙ୍କୁ ୨୫ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୨ା୧୨: ଏକ ଶିଶୁକନ୍ୟା ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ଅଭିଯୁକ୍ତଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୨ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ଦେଢ଼ ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି । ସେହିପରି ସରକାରଙ୍କ ନିୟମ ଅନୁସାରେ ପୀଡିତାଙ୍କୁ କ୍ଷତିପୂରଣ ବାବଦରେ ୬ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଗଣେଶ ବେହେରାଦଳାଇ ଓରଫ ଲିଟୁ (୨୮)।

୨୦୨୦ ଜାନୁୟାରୀ ୨୬ ତାରିଖରେ ୫ ବର୍ଷିୟା ଶିଶୁକନ୍ୟା ଜଣକ ଘର ସମ୍ମୁଖରେ ଖେଳୁଥିଲେ। ସେତିକିବେଳେ ଅଭିଯୁକ୍ତ ଗଣେଶ ଶିଶୁକନ୍ୟାଙ୍କୁ ବରା କିଣି ଦେବାକୁ କହିଥିଲେ। ପରେ ସେ ତାଙ୍କୁ ନିକଟସ୍ଥ ଜଙ୍ଗଲକୁ ଟେକି ନେଇ ବଳାତ୍କାର କରିଥିଲେ। ଶିଶୁକନ୍ୟା ପାଟି କରିବାରୁ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ଘଟଣା ଦିନ ସ୍କୁଲରେ ସାଧାରଣତନ୍ତ୍ର ଦିବସ ପାଳନ ସାରି ଛାତ୍ରୀଛାତ୍ରମାନେ ଫେରୁଥିବା ବେଳେ ପୀଡିତା ଶିଶୁକନ୍ୟାଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଏନେଇ ପୀଡ଼ିତାଙ୍କ ମା’ ବ୍ରାହ୍ମଣୀଗାଁ ଥାନାରେ ଏତଲା ଦେଇଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୯/୨) ରୁଜୁ କରି ତଦନ୍ତ ପରେ ଗଣେଶଙ୍କୁ ଗିରଫ କରିଥିଲା। ୧୪ଜଣଙ୍କ ସାକ୍ଷ୍ୟ ପ୍ରମାଣ, ମେଡିକାଲ ରିପୋର୍ଟ ଏବଂ ଅନ୍ୟାନ୍ୟ ତଥ୍ୟକୁ ଆଧାର କରି କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri