ଭାରତରେ ହୋଣ୍ଡା ସିଟିର ୨୫ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ,୮।୧୦: ଦେଶର ପ୍ରମୁଖ ଚାରିଚକିଆ ଯାନ ନିର୍ମାତା ହୋଣ୍ଡା କାର୍‌ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ଅଗ୍ରଣୀ ମଡେଲ ହୋଣ୍ଡା ସିଟି ଭାରତ ବଜାରରେ ସଫଳତାର ସହ ୨୫ବର୍ଷ ପୂରଣ କରିଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ୨୫ ବର୍ଷର ପୂର୍ତ୍ତି ଉତ୍ସବ ପାଳନ କରାଯାଉଛି। ଏ ସମ୍ପର୍କରେ ଏଚ୍‌ସିଆଇଏଲ୍‌ର ଅଧ୍ୟକ୍ଷ ତଥା ସିଇଓ ତାକୁୟା ସୁମୁରା କହିଛନ୍ତି, ଭାରତ ବଜାରରେ ହୋଣ୍ଡା ବ୍ରାଣ୍ଡ୍‌ ପାଇଁ ଏହା ଏକ ଉଲ୍ଲେଖନୀୟ ବର୍ଷ। ଆମର ସବୁଠାରୁ ସଫଳ ମଡେଲ ହୋଣ୍ଡା ସିଟି ଭାରତର ସବୁଠାରୁ ପ୍ରିୟ କାର ମଡେଲ ମଧ୍ୟରେ ରହିଛି। ଉକ୍ତ ମଡେଲ ୨୫ ବର୍ଷ ବୟସ୍କ ହୋଇ ସାରିଥିବା ଯୋଗୁ ବର୍ଷ ବର୍ଷ ଧରି ଆମକୁ ସମର୍ଥନ କରିଥିବା ଆମର ସମସ୍ତ ଗ୍ରାହକ ଏବଂ ଅଂଶୀଦାରମାନଙ୍କୁ ଆମେ କୃତଜ୍ଞତା ଜଣାଉଛୁ ଏବଂ ଆଗାମୀ ଯାତ୍ରାରେ ଆମ ସହିତ ରହିବାକୁ ସମସ୍ତଙ୍କୁ ଆମନ୍ତ୍ରଣ କରୁଛୁ। ଏହି ବିଶେଷ ମାଇଲଖୁଣ୍ଟ ଉପରେ ଏକ ଯୋଗାଯୋଗ ଅଭିଯାନ ଡିଜିଟାଲ ଏବଂ ସାମାଜିକ ମାଧ୍ୟମରେ ମଧ୍ୟ ବ୍ୟାପକ ପ୍ରଚାର କରାଯିବ। ଉଲ୍ଲେଖଯୋଗ୍ୟ, ୧୯୯୮ରେ ହୋଣ୍ଡା ସିଟି ଭାରତ ବଜାରରେ ଯାତ୍ରା ଆରମ୍ଭ କରିଥିଲା। ବିଶେଷକରି ଭାରତ ଏବଂ ଏହାର ରପ୍ତାନି ବଜାରରେ ୯ଲକ୍ଷରୁ ଅଧିକ ଗ୍ରାହକଙ୍କୁ କ୍ରମବର୍ଦ୍ଧିତ ଭାବେ ଡ୍ରାଇଭିଂ କରିବାର ଗର୍ବ ଏବଂ ଆନନ୍ଦ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?