ସ୍କାନରରେ ୨୫୦ ଶିକ୍ଷକଙ୍କ ଜାଲ୍‌ ପ୍ରମାଣପତ୍ର

ଛତ୍ରପୁର,୩୦ା୩(ଡି.ଏନ.ଏ): ଗଞ୍ଜାମ ଜିଲାରେ ଜାଲ୍‌ ଶିକ୍ଷାଗତଠାରୁ ଆରମ୍ଭ କରି ଜାତିଗତ ଓ ବିଭିନ୍ନ ପ୍ରମାଣପତ୍ର ଦାଖଲ କରି ଶିକ୍ଷକ ନିଯୁକ୍ତି ପାଇଛନ୍ତି। ଏନେଇ ଦୀର୍ଘ ବର୍ଷ ପୂର୍ବରୁ ଖୋଳତାଡ ଚାଲିଥିବାବେଳେ ତଦନ୍ତର ଶିଥିଳତା ଯୋଗୁଁ ଏହାର ସୁଫଳ ମିଳିପାରୁନି। ବିଭିନ୍ନ ଅଭିଯୋଗକୁ ଭିତ୍ତିକରି ଜାଲ ଶିକ୍ଷକମାନଙ୍କ ତାଲିକା ମଧ୍ୟ ବାରମ୍ବାର ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ଗଞ୍ଜାମ ଜିଲାପାଳ, ଜିଲା ଶିକ୍ଷା ଅଧିକାରୀ ଓ ବ୍ଲକ ଶିକ୍ଷା ଅଧିକାରୀମାନଙ୍କ ନିକଟକୁ ଆସୁଛି। ଏହାର ଯାଞ୍ଚ କରି ଜାଲ ପ୍ରମାଣପତ୍ର ଦାଖଲ କରି ନିଯୁକ୍ତି ପାଇଥିବା ଶିକ୍ଷକ ମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ସୁରୂପ କାର୍ଯ୍ୟରୁ ଅନ୍ତର, ସ୍ଥାନୀୟ ଥାନାରେ ଏତଲା ଦେବାକୁ ନିର୍ଦ୍ଦେଶ ଆସୁଛି। ମାତ୍ର ଗଞ୍ଜାମ ଜିଲା ଶିକ୍ଷା ବିଭାଗ ପକ୍ଷରୁ ହାତଗଣତି କାର୍ଯ୍ୟାନୁଷ୍ଠାନ ହେଉଛି। ଗଞ୍ଜାମ ଜିଲାରେ ଜାଲ ପ୍ରମାଣପତ୍ର ଦେଇ ଚାକିରି ପାଇଥିବା ୨୫୦ ଜଣ ଶିକ୍ଷକ ଏବେ ଶିକ୍ଷା ବିଭାଗର ସ୍କାନରରେ ଅଛନ୍ତି। ଏମାନଙ୍କ ଶିକ୍ଷାଗତ ଓ ବିଭିନ୍ନ ପ୍ରମାଣପତ୍ର ଯାଞ୍ଚ ପାଇଁ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଓ ବୋର୍ଡକୁ ପଠାଯାଇଥିବା ନେଇ ବୁଧବାର ଛତ୍ରପୁରଠାରେ ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀ ବିନିତା ସେନାପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତିଞ୍‌, ଯାହାର ପ୍ରମାଣପତ୍ର ଜାଲ ଜଣାପଡିବା ପରେ ତୁରନ୍ତ ସେମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ସେ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲାର ୩୭ ଜଣ ଶିକ୍ଷକଙ୍କୁ ଚାକିରିରୁ ବିଦା କରାଯାଇଛି। ନିର୍ଦ୍ଧାରିତ ସମୟ ମଧ୍ୟରେ ଏହି ଯାଞ୍ଚ ପ୍ରକ୍ରିୟା ସାରିବାକୁ ରାଜ୍ୟ ଶିକ୍ଷା ବିଭାଗ ନିକଟରୁ ଚିଠି ଆସିଥିବା ଜିଲା ଶିକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। ପ୍ରମାଣପତ୍ର ଯାଞ୍ଚ ପାଇଁ ଆବଶ୍ୟକ ଅର୍ଥ ମଧ୍ୟ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଓ ବୋର୍ଡକୁ ଦେବା ଲାଗି ବ୍ୟବସ୍ଥା ହୋଇଛି। ଅନ୍ୟ ରାଜ୍ୟର ବିଶ୍ୱବିଦ୍ୟାଳୟ ଓ ବୋର୍ଡରୁ ପ୍ରମାଣପତ୍ର ଯାଞ୍ଚ ରିପୋର୍ଟ ଆସିବାରେ ବିଳମ୍ବ ହେଉଥିବା ଜଣାଯାଇଛି।

ସୂଚନାଯୋଗ୍ୟ ଗଣଶିକ୍ଷା ବିଭାଗର ସ୍କାନରରେ ଥିବା ସମ୍ପୃକ୍ତ ଶିକ୍ଷକଙ୍କ ପ୍ରମାଣପତ୍ର ଯାଞ୍ଚ କଡାକଡି କରିବା ପାଇଁ ଗଞ୍ଜାମ ଜିଲା ଶିକ୍ଷା ଅଧିକାରୀଙ୍କୁ ପୁଣି ନିର୍ଦ୍ଦେଶ ସମ୍ବନ୍ଧୀୟ ଚିଠି ଆସିଛି। ଚିହ୍ନଟ ଜାଲ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ଥାନାରେ ମାମଲା ଦାୟର କରିବାକୁ ନିର୍ଦ୍ଦେଶ ଆସିଛି। ଯାଞ୍ଚ ଓ ତଦନ୍ତରେ ବିଳମ୍ବ ଯୋଗୁଁ କେତେକ ଜାଲ ପ୍ରମାଣପତ୍ର ଦାଖଲ କରି ନିଯୁକ୍ତି ପାଇଥିବା ଶିକ୍ଷକମାନେ କୋର୍ଟକୁ ଯାଇ ସ୍ଥଗିତାଦେଶ ଆଣିବାରେ ସକ୍ଷମ ହେଉଛନ୍ତି। ଏପରିକି କେତେକ ଜାଲ ପ୍ରମାଣପତ୍ର ଦାଖଲ କରି ହୋଇଥିବା ଶିକ୍ଷକଙ୍କ ନାଁରେ ସ୍ଥାନୀୟ ବ୍ଲକ ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ସ୍ଥାନୀୟ ଥାନାରେ ଏତଲା ମଧ୍ୟ ଦିଆଯାଉଛି। ମାତ୍ର ଥାନାରୁ ହିଁ ପିଆର୍‌ ବଣ୍ଡରେ ଛାଡି ଦିଆଯାଉଛି। ଆହୁରି କେତେକ ଶିକ୍ଷକ ଇସ୍ତଫା ଦେଇ ନିକୁ ସୁରକ୍ଷିତ କରୁଛନ୍ତି। ଏପରିକି ଜାଲ ପ୍ରମାଣପତ୍ର ଜଣାପଡିବା ପରେ ସମ୍ପୃକ୍ତ ଶିକ୍ଷକମାନଙ୍କୁ ଚାକିରିରୁ ବିଦା କରାଯାଇଛି। ମାତ୍ର ତାଙ୍କର ଚାକିରି କାଳରେ ପାଇଥିବା ଦରମା ବାବଦରେ ଅର୍ଥ ସେମାନଙ୍କ ଠାରୁ ଆଦାୟ ମଧ୍ୟ କରାଯାଉ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri