ଚୋରି ମାମଲାର ପର୍ଦ୍ଦାଫାଶ: ୨୫୦ ଗ୍ରାମ ସୁନା ଅଳଙ୍କାର, ୧ ଲକ୍ଷ ୫୦ ହଜାର ଟଙ୍କା ଜବତ

ଦିଗପହଣ୍ଡି,୨୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ ଡୁମ୍ବୁଳା ପଞ୍ଚାୟତ ସୁମନ୍ତପୁର ଗ୍ରାମର ପ୍ରହଲ୍ଲାଦ ପ୍ରଧାନଙ୍କ ଘରୁ ୩ ଲକ୍ଷ ୨୦ ହଜାର ଟଙ୍କା ଓ ପ୍ରାୟ ୮ ଭରି ସୁନାଗହଣା ଚୋରି ଘଟଣାରେ ପର୍ଦ୍ଦାଫାଶ ହୋଇଛି। ସମ୍ପୃକ୍ତ ୪ ଜଣ ପେଶାଦାର ଲୁଟେରା ଏବଂ ସୁନା ଅଳଙ୍କାର କ୍ରୟ କରିଥିବା ଜଣେ ଗହଣା ବ୍ୟବସାୟୀଙ୍କୁ ଗୁରୁବାର ପୋଲିସ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ କେ . ନୂଆଗାଁ ଥାନା ବମକୋଇ ଗ୍ରାମରେ ରହୁଥିବା ଖୋର୍ଦ୍ଧା ଜିଲା ଜଟଣୀ ଥାନା ବେଣାପଞ୍ଜୁରୀ ଗ୍ରାମର ଜେ. ମୋହନ , କବିସୂର୍ଯ୍ୟ ନଗର ଥାନା ପଥରାପଲ୍ଲୀ ଗ୍ରାମର ବୁଲୁ ପାତ୍ର ଏବଂ କ୍ରିଷ୍ଣା ପାତ୍ର , ବମକୋଇ ଗ୍ରାମର ଜେ . ପ୍ରକାଶ ଓ ଶେରଗଡ଼ ଥାନା ପରମାନନ୍ଦପୁର ଗ୍ରାମର ଗହଣା ବ୍ୟବସାୟୀ ମନୋଜ ପାଢ଼ୀ। ଥାନା ମାମଲା ନଂ.୨୭୩/୨୫ ଅନୁଯାୟୀ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବା ପରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ପୋଲିସ ଅଭିଯୁକ୍ତ ମାନଙ୍କ ନିକଟରୁ ୨୫୦ ଗ୍ରାମ ଓଜନର ସୁନା ଅଳଙ୍କାର , ନଗଦ ୧ ଲକ୍ଷ ୫୦ ହଜାର ଟଙ୍କା , ଘର ଗ୍ରିଲ ଭାଙ୍ଗିବା ନିମନ୍ତେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଗତ ୧ ତାରିଖ ବିଳମ୍ବିତ ରାତିରେ ଦିଗପହଣ୍ଡି ବ୍ଳକ ବଡଡୁମୁଳା ପଞ୍ଚାୟତ ସୁମନ୍ତପୁର ଗ୍ରାମର ପ୍ରହଲ୍ଲାଦ ପ୍ରଧାନଙ୍କ ଘରୁ ଏକ ବଡ଼ ଧରଣର ଚୋରି ହୋଇଥିବା ନେଇ ଥାନାରେ ଏତଲା ହୋଇଥିଲା । ପୋଲିସ ପ୍ରହଲ୍ଲାଦଙ୍କ ଏତଲାକୁ ଭିତ୍ତିକରି ତଦନ୍ତ ଆରମ୍ଭ କରିଥିଲା । ପୋଲିସ ଚୋରଙ୍କୁ ଧରିବା ପାଇଁ ଏକ ଟିମ ଗଠନ କରି ବିଭିନ୍ନ ସନ୍ଦିଗ୍ଧ ସ୍ଥାନରେ ଚଢାଉ କରି ଆସୁଥିଲା । ପୋଲିସ ଚୋରି ହୋଇଥିବା ପ୍ରହଲ୍ଲାଦଙ୍କ ମୋବାଇଲକୁ ଟ୍ରାକିଂ କରି ବୁଧବାର ରାତିରେ କେ.ନୂଆଗାଁ ଥାନା ଦେଖାଳି ଗ୍ରାମରୁ ଅଭିଯୁକ୍ତ ମାନଙ୍କୁ କାବୁ କରିଥିଲା । ଏହାପରେ ସେମାନଙ୍କୁ ଥାନାରେ ରଖି ଜେରା କରିବା ପରେ ସେମାନେ ଗତ କିଛିଦିନ ଧରି ଦିଗପହଣ୍ଡି ଥାନା ସୁମନ୍ତପୁର , ବାଗଡା , ଗୋଲଣ୍ଡା ଗ୍ରାମ ସମେତ କେ . ନୂଆଗାଁ ଥାନା ଅର୍ନ୍ତଗତ ପରସମା , ଡଭାର , ଚନ୍ଦନପୁର , କୃଷ୍ଣପୁର ଏବଂ ବଡପଲଙ୍କ ଗ୍ରାମରୁ ସୁନା ଚୋରି କରିବା ସହ ଆସିକାରେ ସୁନା ଦୋକାନ କରିଥିବା ମନୋଜଙ୍କୁ ସବୁ ସୁନା ବିକ୍ରି କରି ଦେଇଥିବା କହିଥିଲେ । ଏହାପରେ ପୋଲିସ ଗହଣା ବ୍ୟବସାୟୀ ମନୋଜଙ୍କୁ ମଧ୍ୟ ଗିରଫ କରି ଜେରା କରିବା ପରେ ସେ ପୋଲିସ ନିକଟରେ ଚୋରି ସୁନାକୁ କିଣିଥିବା ସ୍ବୀକାର କରିଥିଲେ । ପୂର୍ବରୁ ସମସ୍ତ ଅଭିଯୁକ୍ତଙ୍କ ନାମରେ ଦିଗପହଣ୍ଡି ଓ କେ . ନୂଆଗାଁ ଥାନାରେ ୧୦ ରୁ ଉଦ୍ଧର୍‌ବ ଚୋରି ମାମଲା ଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଥିବା ଭାରପ୍ରାପ୍ତ ଥାନା ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri