୨୫୦ ନିୟୁତ ଟନ୍‌ ପଣ୍ୟ ପରିବହନ

ଭୁବନେଶ୍ୱର,୨୨ା୩(ଅନୁରାଧା ମହାରଣା): ପୂର୍ବତଟ ରେଳପଥ ପଣ୍ୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି। ୨୦୨୪-୨୫ ଆର୍ଥିକ ବର୍ଷ ଶେଷ ହେବାର ୧୧ଦିନ ପୂର୍ବରୁ ୨୫୦ ମେଟ୍ରିକ୍‌ ଟନ୍‌ ପଣ୍ୟ ପରିବହନ କରି ରେକର୍ଡ ସୃଷ୍ଟି କରିଛି। ଏତେ ପରିମାଣର ପଣ୍ୟ ପରିବହନ କରିବାରେ ଏହା ଦେଶର ପ୍ରଥମ ରେଳ ଜୋନ୍‌ ହୋଇଛି। ଲଗାତାର ଭାବେ ଦ୍ୱିତୀୟ ବର୍ଷ ପାଇଁ ୨୫୦ ନିୟୁତ ଟନ୍‌ ସୀମା ଅତିକ୍ରମ କରିଛି। ଏହି ସଫଳତା ହାସଲ କରିବା ପାଇଁ ପୂର୍ବତଟ ରେଳପଥ ଗତ ଆର୍ଥିକ ବର୍ଷରେ ୩୬୦ ଦିନ ସମୟ ନେଇଥିଲାବେଳେ ଚଳିତ ବର୍ଷ ୩୫୫ ଦିନରେ ଲକ୍ଷ୍ୟ ହାସଲ କରିଛି। ଏହାସହ ପୂର୍ବତଟ ରେଳପଥ କ୍ରମାଗତ ୬ଷ୍ଠ ଥର ପାଇଁ ୨୦୦ ନିୟୁତ ଟନ ପଣ୍ୟ ପରିବହନ ଅତିକ୍ରମ କରିବାର ଗୌରବ ମଧ୍ୟ ହାସଲ କରିଛି। ଏହା ବ୍ୟତୀତ ପୂର୍ବତଟ ରେଳପଥ ୨୦୨୪-୨୫ ଆର୍ଥିକ ବର୍ଷରେ ନିଜ କ୍ଷେତ୍ର ମଧ୍ୟରେ ୨୨୮.୩ ନିୟୁତ ଟନ୍‌ ମାଲ ପରିବହନ ମୁକ୍ତ/ଅନ୍‌ଲୋଡ କରିଛି, ଯାହା ୨୦୨୩-୨୪ ଆର୍ଥିକ ବର୍ଷ ତୁଳନାରେ ୨.୬% ଅଧିକ। ୨୦୨୩-୨୪ ଆର୍ଥିକ ବର୍ଷରେ ୨୧ ମାର୍ଚ୍ଚ ସୁଦ୍ଧା ପୂର୍ବତଟ ରେଳପଥ ୨୨୨.୪ ନିୟୁତ ଟନ୍‌ ମାଲ ପରିବହନ କରିଥିଲା। ଏହି ଐତିହାସିକ ସଫଳତା ହାସଲ କରିବାରେ ତାଳଚେରରେ ଥିବା ମହାନଦୀ କୋଲଫିଲ୍ଡସ ଲିମିଟେଡ୍‌ (ଏମ୍‌ସିଏଲ)ର କୋଇଲା କ୍ଷେତ୍ର, ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଥିବା ପାରାଦୀପ, ଧାମରା, ବିଶାଖାପାଟଣା, ଗଙ୍ଗାଭରମ ଏବଂ ଗୋପାଳପୁର ଆଦି ୫ଟି ପ୍ରମୁଖ ବନ୍ଦର, ବୈଲାଡିଲା (ଛତିଶଗଡ଼) ଏବଂ କେଉଁଝର ଜିଲା (ଓଡ଼ିଶା)ରେ ଲୁହା ଖଣି, ପ୍ରମୁଖ ଇସ୍ପାତ ଓ ଆଲୁମିନିୟମ ଶିଳ୍ପ ଏହି ରେକର୍ଡ ସୃଷ୍ଟିରେ ସହାୟକ ହୋଇଥିବା ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଥର ଟାଇଟଲ ଜିତି ଇତିହାସ ରଚିଲେ ଗିଲ, ଏହି ତାଲିକାରେ କୋହଲିଙ୍କ ସ୍ଥାନ କେଉଁଠି? ଲିଷ୍ଟ ଦେଖିଲେ ଚମକିଯିବେ

ନୂଆଦିଲ୍ଲୀ,୧୩।୧୦: ଶୁଭମନ ଗିଲ ସର୍ବାଧିକ ଥର ‘ପ୍ଲେୟର ଅଫ ଦ ମନ୍ଥ’ ଟାଇଟଲ ଜିତିଥିବା ଭାରତୀୟ ଖେଳାଳି। ମଙ୍ଗଳବାର (ଅକ୍ଟୋବର ୧୩) ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC)…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?