Posted inଖେଳ

ଭାରତକୁ ୨୫୦ ରନ୍‌ର ବିଜୟ ଟାର୍ଗେଟ୍‌

ଲକ୍ଷ୍ନୌ,୬।୧୦: ଭାରତରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଗୁରୁବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚରେ ଅଧିନାୟକ ଶିଖର ଧୱନ ଟସ୍‌ ଜିତି ବୋଲି ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଦକ୍ଷିଣ ଆଫ୍ରିକା ବ୍ୟାଟିଂ କରି ନିର୍ଦ୍ଧାରିତ ୪୦ ଓଭରରେ ୪ ଉଇକେଟ ହରାଇ ୨୪୯ ରନ୍‌ କରିଛି। ଫଳରେ ଭାରତ ଆଗରେ ୨୫୦ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଦକ୍ଷିଣ ଆଫ୍ରିକା।

ଦକ୍ଷିଣ ଆଫ୍ରିକାର ଦୁଇ ଓପନର ଜାନେମନ ମଲାନ ଏବଂ କ୍ୱିଣ୍ଟନ ଡି’କକ ଦଳକୁ ଭଲ ଆରମ୍ଭ ଦେଇଥିଲେ। ୪୯ ରନ୍‌ରେ ଦଳର ପ୍ରଥମ ଉଇକେଟ ପଡିଥିଲା। ଜାନେମନ ୨୨ ରନ୍‌ କରି ଆଉଟ ହୋଇଥିଲେ। ସେହିପରି ଅଧିନାୟକ ଟେମ୍ବା ବାଭୁମା ୮ କରିଥିଲେ। ଆଡେନ ମାରକ୍ରମ (୦)ରେ ଆଉଟ ହୋଇଥିବା ବେଳେ କ୍ୱିଣ୍ଟନ ଡିକକ ୪୮ ରନ କରିଥିଲେ। ପରବର୍ତ୍ତୀ ସମୟରେ ଡେଭିଡ ମିଲର ଓ ହେନରିକ କ୍ଲାସେନ ଦଳକୁ ଆଗକୁ ନେବାକୁ ଚେଷ୍ଟା କରିଥିଲେ। ଦୁଇ ବ୍ୟାଟର ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ କରି ସ୍କୋରକୁ ୨୦୦ ରନ୍‌ ପାର କରିଥିଲେ। ଶେଷ ପର୍ଯ୍ୟନ୍ତ ଦୁହେଁ ଲଢ଼ୁଆ ବ୍ୟାଟିଂ କରିଥିଲେ। ହେନରିକ କ୍ଲାସେନ ୬୫ ବଲରେ ୭୪ ରନ୍‌ କରିଥିବା ବେଳେ ଡେଭିଡ ମିଲର ୬୩ ବଲରେ ୭୫ ରନ୍‌ କରିଥିଲେ। ଫଳରେ ଦକ୍ଷିଣ ଆଫ୍ରିକା ୪୦ ଓଭର ମ୍ୟାଚରେ ୨୪୯ ରନ୍‌ କରିଥିଲା। ବର୍ଷା ଯୋଗୁ ମ୍ୟାଚ ବିଳମ୍ବ ହେବାରୁ ମ୍ୟାଚକୁ ୪୦ ଓଭର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ଭାରତର ଏହି ବଜାରରେ ବିକ୍ରି ହେଉଛି ଅଜଗର ଅଣ୍ଡା, ଦାମ୍‌ ଜାଣିଲେ…

ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସେମାନଙ୍କର ଅନନ୍ୟ ଖାଦ୍ୟ ପାଇଁ ସାରା ଦେଶରେ ଜଣାଶୁଣା। ନାଗାଲାଣ୍ଡ, ମଣିପୁର, ମିଜୋରାମ ଏବଂ ଅରୁଣାଚଳ ପ୍ରଦେଶର ଲୋକମାନେ ମାଛ, ମାଂସ ବ୍ୟତୀତ…

ସମସ୍ତଙ୍କ ହୃଦୟ ଜିଣିଲେ ସୋନୁ ସୁଦ: କାଠମାଣ୍ଡୁରେ ପହଞ୍ଚି…

କାଠମାଣ୍ଡୁ,୨।୯:ନେପାଳରେ ଭୟଙ୍କର ବନ୍ୟା ଶହ ଶହ ଲୋକଙ୍କ ଜୀବନକୁ ଭାଙ୍ଗି ଦେଇଛି। ଘରଗୁଡ଼ିକ ବାଲି ପରି ଭାସି ଯାଇଛି ଏବଂ ଶହ ଶହ ଲୋକ ପ୍ରାଣ ହରାଇଛନ୍ତି।…

ଗିଲ୍‌-ବୁମ୍‌ରାଙ୍କୁ ବଡ଼ ଝଟକା! ICC ଟେଷ୍ଟ ରାଙ୍କିଙ୍ଗ୍‌ରେ ବଡ଼ ଓଲଟପାଲଟ, ନୂଆ ତାଲିକା ଦେଖି ଚମକିଯିବେ!

ନୂଆଦିଲ୍ଲୀ,୨।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ନୂଆ ଟେଷ୍ଟ ରାଙ୍କିଙ୍ଗ୍‌ ଜାରି ହୋଇଛି। ବିଶ୍ୱର ବିଭିନ୍ନ ସ୍ଥାନରେ ଟେଷ୍ଟ କ୍ରିକେଟ ଚାଲିଥିବା ବେଳେ ଏହାର ପ୍ରଭାବ…

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri