ପଲ୍ଲିଶ୍ରୀ ମେଳା ପାଇଁ ୨୫୦ ଷ୍ଟଲ

ଗୋପାଳପୁର,୨୩ା୧୨(ଡି.ଏନ୍‌.ଏ):ଗୋପାଳପୁର ବେଳାଭୂମି ମହୋତ୍ସବ ଆସନ୍ତା ଶନିବାରଠାରୁ ଆରମ୍ଭ ହେବ। ୫ ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବର ମଞ୍ଚ ଗଞ୍ଜାମ ଜିଲା ସମେତ ଜାତୀୟ ଓ ରାଜ୍ୟସ୍ତରୀୟ କଳାକାରଙ୍କ ଦ୍ୱାରା ଦୁଲୁକିବ। ଏ ନେଇ ଲଗାତାର ଜିଲା ପ୍ରଶାସନ ପକ୍ଷରୁ ଗଞ୍ଜାମ ଜିଲାପାଳ, ବ୍ରହ୍ମପୁର ଏସ୍‌ପି ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ମହୋତ୍ସବ ସ୍ଥାନ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। ମହୋତ୍ସବ ନେଇ ମଞ୍ଚ ଓ ପଲିଶ୍ରୀ ମେଳା ନିମନ୍ତେ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚଛି। ପଲ୍ଲିଶ୍ରୀ ମେଳାରେ ୨୫୦ଟି ଷ୍ଟଲ ରହିବ। ଏଥିନିମନ୍ତେ ପଞ୍ଜୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିରେ ବିଭିନ୍ନ ଜିଲାର ଏସ୍‌ଏଚ୍‌ଜିଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ବିକ୍ରି ହେବ। ପ୍ରତି ଷ୍ଟଲ ପିଛା ୧୫ ହଜାରରୁ ୨୫ ହଜାର ଟଙ୍କା ଧାର୍ଯ୍ୟ କରାଯାଇଛି। ଏଥିସହ ୩୦ରୁ ୪୦ଟି ଖାଦ୍ୟ ଷ୍ଟଲ ଖୋଲାଯିବ। ଜନସାଧାରଣଙ୍କ ସମାଗମକୁ ଦୃଷ୍ଟିରେ ରଖି ୩୨ଟି କ୍ୟାମେରା ଖଞ୍ଜାଯାଇଛି। ସିସିଟିଭି ପାଇଁ ୩ଟି କଣ୍ଟ୍ରୋଲ ରୁମ ଖୋଲାଯିବ। ପୁରୁଣା କାନ୍ଥରେ ଭିନ୍ନ ଭିନ୍ନ କଳାକୃତି ଚିତ୍ର ଆରମ୍ଭ ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ବିଶେଷଜ୍ଞମାନେ ମତ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri