Posted inଜାତୀୟ

ଲଞ୍ଚପ୍ୟାଡରେ ୨୫୦ରୁ ୩୦୦ ଆତଙ୍କବାଦୀ, ଭାରତରେ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର…

ଶ୍ରୀନଗର,୧୬।୧୨: ପାକିସ୍ତାନ ଭାରତ ବିରୋଧରେ ଏହାର ଘୃଣ୍ୟ କାର୍ଯ୍ୟକଳାପରୁ ବିରତ ହେବାର ନା ଧରୁନି। ପୁଣି ଥରେ ସୀମାରୁ ଆତଙ୍କବାଦୀମାନେ ଭାରତରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି। ଏଥିରେ ପାକିସ୍ତାନର ହାତ ରହିଛି। ଗୁପ୍ତଚର ଏଜେନ୍ସିରୁ ସୂଚନା ପାଇବା ପରେ ବିଏସଏଫ ଏକ ସତର୍କ ସୂଚନା ଜାରି କରିଛି। ସୂଚନା ଦେଇ ବିଏସଏଫର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ପ୍ରାୟ ୨୫୦ ରୁ ୩୦୦ ଆତଙ୍କବାଦୀ ପାକିସ୍ତାନ ସୀମାରୁ ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ କରିବାକୁ ଷଡ଼ଯନ୍ତ୍ର କରୁଛନ୍ତି। ଏହି ଆତଙ୍କବାଦୀମାନେ ସୀମା ପାର୍ଶ୍ୱରେ ଥିବା ଲଞ୍ଚପ୍ୟାଡରେ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି।

ଅଧିକାରୀ କହିଛନ୍ତି ସୁରକ୍ଷା ବାହିନୀକୁ ସତର୍କ କରାଯାଇଛି। ଯାହାଦ୍ୱାରା ଅନୁପ୍ରବେଶର ପ୍ରୟାସକୁ ବିଫଳ କରାଯାଇ ପାରିବ। ବିଏସଏଫ ଇନ୍ସପେକ୍ଟର ଜେନେରାଲ ଅଶୋକ ଯାଦବ ଦକ୍ଷିଣ କଶ୍ମୀରର ପୁଲୱାମା ଜିଲାରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଲଞ୍ଚ ପ୍ୟାଡରେ ଆତଙ୍କବାଦୀମାନେ ଉପଯୁକ୍ତ ସୁଯୋଗକୁ ଅପେକ୍ଷା କରି ବସିଛନ୍ତି।
କିନ୍ତୁ ଆମେ ଏବଂ ସେନା ସମସ୍ତ ସମ୍ବେଦନଶୀଳ ଅଞ୍ଚଳରେ ପ୍ରାଧାନ୍ୟ ବିସ୍ତାର କରିଛୁ। ସେ କହିଛନ୍ତି ବିଏସଏଫ ଏବଂ ସେନାର ସାହସୀ ଯବାନମାନେ ସୀମାବର୍ତ୍ତୀ ଅଞ୍ଚଳରେ ସତର୍କ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri