୪ ରାଜ୍ୟକୁ ଗଲା ୨୫୦ ଟନ୍‌ ଅକ୍ସିଜେନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ୨୪ ଘଣ୍ଟାରେ ରାଜ୍ୟ ବାହାରକୁ ୨୫୦ ଟନ୍‌ ଅକ୍ସିଜେନ ପଠାଯାଇଛି। ପ୍ରାୟ ୧୫ ଟ୍ୟାଙ୍କରରେ ୪ ରାଜ୍ୟକୁ ଏହି ଅକ୍ସିଜେନ ଯାଇଛି। ଯାଜପୁର, ଅନୁଗୋଳ ଓ ରାଉରକେଲାରୁ ଏହି ମେଡିକାଲ ଅକ୍ସିଜେନ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା, ତେଲଙ୍ଗାନାର ହାଇଦ୍ରାବାଦ, ମଧ୍ୟପ୍ରଦେଶର ଇନ୍ଦୋର ଏବଂ ମହାରାଷ୍ଟ୍ରର ମୁମ୍ବାଇ, ପୁଣେ ଓ ନାଗପୁରକୁ ସୁରକ୍ଷା ବଳୟ ମଧ୍ୟରେ ପଠାଯାଇଛି। ଟ୍ୟାଙ୍କରଗୁଡ଼ିକ ବିନା ପ୍ରତିବନ୍ଧକରେ ଯାତାୟାତ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ସ୍ବତନ୍ତ୍ର ଗ୍ରୀନ କରିଡ଼ର କରାଯାଇଥିଲା। ଫଳରେ ରୋଗୀଙ୍କ ନିକଟରେ ମେଡିକାଲ ଅକ୍ସିଜେନ ପହଞ୍ଚତ୍ବାରେ କୌଣସି ବିଳମ୍ବ ହେବନାହିଁ ବୋଲି ରାଜ୍ୟ ପୋଲିସ ପକ୍ଷରୁ କୁହାଯାଇଛି।
ସୂଚନା ଯୋଗ୍ୟ, କରୋନାର ଦ୍ୱିତୀୟ ଲହରରେ ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ବିଭିନ୍ନ ରାଜ୍ୟରେ ଅକ୍ସିଜେନ ଅଭାବ ପରିଲକ୍ଷିତ ହେଉଛି। ଅକ୍ସିଜେନ ସମସ୍ୟା ଦୂର ପାଇଁ ଓଡ଼ିଶା ସହାୟତାର ହାତ ବଢ଼ାଇଛି। ଅକ୍ସିଜେନ ଯୋଗାଣ ସ୍ଥିତି ଅନୁଧ୍ୟାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨୪ଘଣ୍ଟିଆ ସ୍ବତନ୍ତ୍ର ସେଲ୍‌ ଖୋଲାଯାଇଛି। ତେବେ ଅକ୍ସିଜେନ ନେଇ ଯାତାୟାତ କରୁଥିବା ଗାଡ଼ିଗୁଡ଼ିକ ଉପରେ ଯେପରି କୌଣସି ପ୍ରତିବନ୍ଧକ ନ ରୁହେ ସେ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଥିଲା। ଆଇନ ଶୃଙ୍ଖଳା ଏଡିଜି ୱାଇ.କେ. ଜେଠୱାଙ୍କୁ ନୋଡାଲ ଅଫିସର ଭାବେ ନିଯୁକ୍ତ କରାଯାଇଛି। ଅକ୍ସିଜେନ ପରିବହନ ସମୟରେ ପ୍ରତ୍ୟେକ ଜିଲାରେ ଏସ୍‌ପି ତଥା କମିଶନରେଟ୍‌ ପୋଲିସରେ ଡିସିପିଙ୍କ ସମେତ ରେଞ୍ଜ ଡିଆଇଜି, ଆଇଜି, ସିପି ନିଜ ସୀମାନ୍ତରେ ଏହାର ସୁପରଭାଇଜ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri