ବର୍ଷକରେ ୨୫ଶହ କୋଟିର ଠକେଇ, ୬୧ ଗିରଫ

ଭୁବନେଶ୍ୱର,୫।୧ (ସୂର୍ଯ୍ୟକାନ୍ତ ବେହେରା) : ୨୦୨୩ରେ ରାଜ୍ୟରେ ବଡ଼ ବଡ଼ ଠକେଇ ହୋଇଥିବାବେଳେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବହୁ ଘଟଣାର ପର୍ଦ୍ଦାଫାସ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଅନ୍‌ଲାଇନ୍‌ ଚିଟ୍‌ଫଣ୍ଡ୍‌, କ୍ରିପ୍ଟୋ ପୋଞ୍ଜି ସ୍କାମ୍‌ ଆଦି ସାଇବର ଠକେଇ, ବ୍ୟାଙ୍କ ଠକେଇ, ଚାକିରି ଠକେଇ, ଜମି ଠକେଇ ଭଳି ବିଭିନ୍ନ ଘଟଣାକୁ ନେଇ ୨୮ ମାମଲା ରୁଜୁ କରିଛି ଇଓଡବ୍ଲ୍ୟୁ। ତେବେ ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ମଧ୍ୟରୁ ମୋଟ ୬୧ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ପ୍ରାୟ ୨୫୦୦ କୋଟି ଠକେଇ ମାମଲାରେ ସଂପୃକ୍ତ ଥିବା ଇଓଡବ୍ଲ୍ୟୁ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗିରଫ ହୋଇଥିବା ଅଭିଯୁକ୍ତମାନେ ଓଡିଶା, ଉତ୍ତରପ୍ରଦେଶ, ରାଜସ୍ଥାନ, ମଧ୍ୟପ୍ରଦେଶ, କର୍ନାଟକ, ତାମିଲନାଡୁ, ତେଲଙ୍ଗାନ, ଦିଲ୍ଲୀ, ଝାଡ଼ଖଣ୍ଡ ଓ ମହାରାଷ୍ଟ୍ରର। ସେହିଭଳି ୯ଜଣଙ୍କ ବିରୋଧରେ ଲୁକ୍‌ଆଉଟ ସର୍କୁଲାର ଜାରି ହୋଇଥିବାବେଳେ ଏମାନଙ୍କ ମଧ୍ୟରେ ୪ଜଣ ଚାଇନା ଓ ଜଣେ ହଙ୍ଗେରୀ ନାଗରିକ ରହିଛନ୍ତି। ଅପରପକ୍ଷେ ୪ଟି କେସରେ ଶୁଣାଣି ହୋଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ଯାହା ବର୍ଷକରେ ସର୍ବାଧିକ ବୋଲି ଇଓଡବ୍ଲ୍ୟୁ କହିଛି। ସେହିପରି ଠକେଇ ଟଙ୍କାର ମାତ୍ର ୧୫ କୋଟି ସିଜ୍‌ କରାଯାଇଛି। ୩ଟି କେସ୍‌ରେ ୧୨ କୋଟିର ସଂପତ୍ତି ଆଟାଚ କରିବାକୁ ଓପିଆଇଡି କୋର୍ଟ ଅନୁମୋଦନ ଦେଇଥିବା ଇଓଡବ୍ଲ୍ୟୁ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri