ଲିଙ୍ଗ ନିରୂପଣ ସୂଚନାକାରୀଙ୍କୁ ମିଳିବ ୨୫ ହଜାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ):ରାଜ୍ୟରେ ଲିଙ୍ଗ ନିରୂପଣ ଓ କନ୍ୟାଭ୍ରୂଣ ହତ୍ୟା ରୋକିବା ଲାଗି ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ଥିବା କ୍ଲିନିକ ସମ୍ପର୍କରେ ସୂଚନା ଦେଲେ ସୂଚନାକାରୀଙ୍କୁ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି। ୩ଟି କିସ୍ତିରେ ମୋଟ ୨୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ଏଥିସହ ସୂଚନା ଦେଇଥିବା ବ୍ୟକ୍ତିଙ୍କ ସମସ୍ତ ତଥ୍ୟକୁ ଗୋପନୀୟ ରଖାଯିବ। ଫଳରେ ଆଇନଗତ ମାମଲାରେ କୌଣସି ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀଙ୍କ ସୂଚନାନୁସାରେ, ରାଜ୍ୟରେ ୧୦୦୦ ପୁଅଙ୍କ କ୍ଷେତ୍ରରେ ୮୯୪ ଜଣ ଝିଅ ରହିଛନ୍ତି। ଝିଅଙ୍କ ସଂଖ୍ୟା ମଧ୍ୟ କମୁଛି। ବେଆଇନ ଭାବେ ଲିଙ୍ଗ ନିରୂପଣ କରୁଥିବା କ୍ଲିନିକ ସମ୍ପର୍କରେ ସୂଚନା ପାଇବା କଷ୍ଟକର ହେଉଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। କିଛିଦିନ ପୂର୍ବେ ରାଜ୍ୟରେ ବେଆଇନ ଲିଙ୍ଗ ନିରୂପଣ କାର୍ଯ୍ୟରେ ଲିପ୍ତ ଥିବା ୨ଜଣ ଡାକ୍ତରଙ୍କୁ ଦଣ୍ଡିତ କରାଯାଇଥିଲା। ସେହିଭଳି ଚଳିତବର୍ଷ ଜାନୁୟାରୀରେ କଟକରେ ଲିଙ୍ଗ ନିରୂପଣ ମାମଲାରେ ରାଜ୍ୟ ବାହାରର ଲିଙ୍କ୍‌ ଥିବା ଜଣାପଡ଼ିଥିଲା। ଏକ ଘରୋଇ ଲାବ୍‌ରେ ଲିଙ୍ଗ ନିରୂପଣ ହେଉଥିବା ଅଭିଯୋଗ ହୋଇଥିଲା। ତଦନ୍ତବେଳେ ରାଞ୍ଚିରୁ ବିନା କାଗଜପତ୍ରରେ ଅଲ୍‌ଟ୍ରାସାଉଣ୍ଡ୍‌ ମେଶିନ ଅଣାଯାଇ ଏପରି ବେଆଇନ କାର୍ଯ୍ୟ ହେଉଥିବା ଜଣାପଡିବା ପରେ ପଦକ୍ଷେପ ନିଆଯାଇଥିଲା। ଏପର୍ଯ୍ୟନ୍ତ ଏହି ମାମଲାରେ ୪ଜଣଙ୍କୁ ଗିରଫ କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri