ଲିଙ୍ଗ ନିରୂପଣ ସୂଚନାକାରୀଙ୍କୁ ମିଳିବ ୨୫ ହଜାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ):ରାଜ୍ୟରେ ଲିଙ୍ଗ ନିରୂପଣ ଓ କନ୍ୟାଭ୍ରୂଣ ହତ୍ୟା ରୋକିବା ଲାଗି ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ଥିବା କ୍ଲିନିକ ସମ୍ପର୍କରେ ସୂଚନା ଦେଲେ ସୂଚନାକାରୀଙ୍କୁ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି। ୩ଟି କିସ୍ତିରେ ମୋଟ ୨୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ଏଥିସହ ସୂଚନା ଦେଇଥିବା ବ୍ୟକ୍ତିଙ୍କ ସମସ୍ତ ତଥ୍ୟକୁ ଗୋପନୀୟ ରଖାଯିବ। ଫଳରେ ଆଇନଗତ ମାମଲାରେ କୌଣସି ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀଙ୍କ ସୂଚନାନୁସାରେ, ରାଜ୍ୟରେ ୧୦୦୦ ପୁଅଙ୍କ କ୍ଷେତ୍ରରେ ୮୯୪ ଜଣ ଝିଅ ରହିଛନ୍ତି। ଝିଅଙ୍କ ସଂଖ୍ୟା ମଧ୍ୟ କମୁଛି। ବେଆଇନ ଭାବେ ଲିଙ୍ଗ ନିରୂପଣ କରୁଥିବା କ୍ଲିନିକ ସମ୍ପର୍କରେ ସୂଚନା ପାଇବା କଷ୍ଟକର ହେଉଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। କିଛିଦିନ ପୂର୍ବେ ରାଜ୍ୟରେ ବେଆଇନ ଲିଙ୍ଗ ନିରୂପଣ କାର୍ଯ୍ୟରେ ଲିପ୍ତ ଥିବା ୨ଜଣ ଡାକ୍ତରଙ୍କୁ ଦଣ୍ଡିତ କରାଯାଇଥିଲା। ସେହିଭଳି ଚଳିତବର୍ଷ ଜାନୁୟାରୀରେ କଟକରେ ଲିଙ୍ଗ ନିରୂପଣ ମାମଲାରେ ରାଜ୍ୟ ବାହାରର ଲିଙ୍କ୍‌ ଥିବା ଜଣାପଡ଼ିଥିଲା। ଏକ ଘରୋଇ ଲାବ୍‌ରେ ଲିଙ୍ଗ ନିରୂପଣ ହେଉଥିବା ଅଭିଯୋଗ ହୋଇଥିଲା। ତଦନ୍ତବେଳେ ରାଞ୍ଚିରୁ ବିନା କାଗଜପତ୍ରରେ ଅଲ୍‌ଟ୍ରାସାଉଣ୍ଡ୍‌ ମେଶିନ ଅଣାଯାଇ ଏପରି ବେଆଇନ କାର୍ଯ୍ୟ ହେଉଥିବା ଜଣାପଡିବା ପରେ ପଦକ୍ଷେପ ନିଆଯାଇଥିଲା। ଏପର୍ଯ୍ୟନ୍ତ ଏହି ମାମଲାରେ ୪ଜଣଙ୍କୁ ଗିରଫ କରିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ଟ୍ବିନ୍‌ ସିଟିକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ): ତାତିରେ ସିଝୁଛି ସାରା ଓଡ଼ିଶା। ରାଜ୍ୟବାସୀଙ୍କୁ କଲବଲ କରୁଛି ଅସହ୍ୟ ତାତି । ସ୍ଥିତି ଏମିତି ହେଲାଣି ଯେ, ବାହାରକୁ ବି ବାହାରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri