ରାଜ୍ୟରେ ନୂଆ ୨୫୧ କରୋନା ପଜିଟିଭ ଚିହ୍ନଟ, ୪ ଜଣଙ୍କ ଜୀବନଗଲା

ଭୁବନେଶ୍ୱର, ୨।୧(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୫୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ଜଣ ଆଖି ବୁଜୁଛନ୍ତି। ତେବେ ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୧୧୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୩ ଲୋକାଲ କେସ୍‌ ରହିଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସମ୍ବଲପୁର ଜିଲାରୁ ସର୍ବାଧିକ ୩୫ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୩୪ ଏବଂ ଅନୁଗୋଳରୁ ୩୧ ଜଣ ରହିଛନ୍ତି। ସେହିପରି ବାଲେଶ୍ୱରରୁ ୮, ବରଗଡ଼ରୁ ୧୫, ଭଦ୍ରକରୁ ୧, ବଲାଙ୍ଗିରରୁ ୧୩, ବୌଦ୍ଧରୁ ୩, କଟକରୁ ୪, ଦେବଗଡ଼ରୁ ୪, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨, ଯାଜପୁରରୁ ୧୪, ଝାରସୁଗୁଡ଼ାରୁ ୧୩, କେନ୍ଦ୍ରାପଡ଼ାରୁ ୮, ଖୋର୍ଦ୍ଧାରୁ ୧୪, କୋରାପୁଟରୁ ୫, ମୟୂରଭଞ୍ଜରୁ ୪, ନୟାଗଡ଼ରୁ ୧, ନୂଆପଡ଼ାରୁ ୨୩, ପୁରୀରୁ ୧୨ ଓ ସୋନପୁରରୁ ୧ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟପୁଲରୁ ୩ଜଣ ରହିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୦,୧୧୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୨୫,୭୩୩ ଜଣ ସୁସ୍ଥ ହୋଇସାରିଛନ୍ତି। ୨,୪୫୧ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି ୪ ମୃତକଙ୍କ ମଧ୍ୟରୁ ଭୁବନେଶ୍ୱର, ଖୋର୍ଦ୍ଧା, ବଲାଙ୍ଗୀର ଏବଂ କଟକ ଜିଲାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri